ମହମ୍ମଦ ମୋକିମଙ୍କୁ କାରଣ ଦର୍ଶାଅ ନୋଟିସ୍‌: ଦୁଇ ସପ୍ତାହ ମଧ୍ୟରେ ଉତ୍ତର ରଖିବାକୁ ନିର୍ଦ୍ଦେଶ

କଟକ(କେନ୍ୟୁଜ୍): ମହମ୍ମଦ ମୋକିମଙ୍କୁ କାରଣ ଦର୍ଶାଅ ନୋଟିସ୍‌। ବାରବାଟୀ-କଟକ କଂଗ୍ରେସ ବିଧାୟକ ମହମ୍ମଦ ମୋକିମଙ୍କୁ କାରଣ ଦର୍ଶାଅ ନୋଟିସ୍‌ ପଠାଇଛନ୍ତି ପିସିସି ସଭାପତି ଶରତ ପଟ୍ଟନାୟକ । ଦୁଇ ସପ୍ତାହ ମଧ୍ୟରେ ଉତ୍ତର ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି।

ଦଳୀୟ ଶୃଙ୍ଖଳା ଭଙ୍ଗ କରିଥିବାରୁ କାରଣ ଦର୍ଶାଅ ନୋଟିସ୍‌ ଜାରି କରାଯାଇଛି। ରାଷ୍ଟ୍ରପତି ନିର୍ବାଚନରେ ଏନ୍‌ଡିଏ ସମର୍ଥିତ ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କୁ ଭୋଟ୍‌ ଦେଇ ଚର୍ଚ୍ଚାରେ ଥିଲେ ବାରବାଟୀ-କଟକ ବିଧାୟକ ମହମ୍ମଦ ମୋକିମ୍‌ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.