ଆଜି ମହାପ୍ରଭୁଙ୍କ ଖସାପଡ଼ା ଲାଗି ନୀତି , ୪ ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ

ପୁରୀ(କେନ୍ୟୁଜ୍): ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଖସାପଡ଼ା ଲାଗି ନୀତି ଅନୁଷ୍ଠିତ ହେବ । ଏହି ଗୁପ୍ତ ନୀତିରେ ଦଇତାପତି ସେବାୟତମାନେ ମହାପ୍ରଭୁଙ୍କ ସେବା କରିବେ । ଏଥିପାଇଁ ଦ୍ୱିତୀୟ ଭୋଗମଣ୍ଡପ ନୀତି ପରେ ମହାପ୍ରଭୁଙ୍କ ୪ ଘଣ୍ଟା ଧରି ଦର୍ଶନ ବନ୍ଦ ରହିବ । ଶ୍ରୀମନ୍ଦିର ପ୍ରଶାସନର ସୂଚନା ଅନୁଯାୟୀ ଅପରାହ୍ନ ୪ଟାରୁ ସଂଧ୍ୟା ୮ଟା ପର୍ଯ୍ୟନ୍ତ ର୍ଶନ ବନ୍ଦ ରହିବ । ଏହି ନୀତି ପରେ ପୁଣି ମହାପ୍ରଭୁଙ୍କର ଅନ୍ୟାନ୍ୟ ନୀତି ସହ ସାଧାରଣ ଦର୍ଶନ ହେବ ।