ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପଣ; ଜଗତଗୁରୁ ଶଙ୍କରାଚାର୍ଯ୍ୟଙ୍କୁ କରାଗଲା ନିମନ୍ତ୍ରଣ
ଜାନୁଆରୀ ୧୭ରେ ଲୋକାର୍ପିତ ହେବ ପୁରୀ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ। ଏଥିପାଇଁ ବଡ଼ ପ୍ରସ୍ତୁତି ଚାଲିଛି। ଶ୍ରୀମନ୍ଦିର ପରିକ୍ରମାର ଲୋକାର୍ପଣ ସମ୍ପର୍କିତ ନିମନ୍ତ୍ରଣ ପତ୍ର ମହାପ୍ରଭୁଙ୍କୁ ଅର୍ପଣ ପରେ ଜଗତଗୁରୁ ଶଙ୍କରାଚାର୍ଯ୍ୟଙ୍କୁ ନିମନ୍ତ୍ରଣ କରାଯାଇଛି। ଏହାପରେ ରାଜ୍ୟର ସମସ୍ତ ଜଗନ୍ନାଥ ଓ ପ୍ରସିଦ୍ଧ ମନ୍ଦିରକୁ ନିମନ୍ତ୍ରଣପତ୍ର ପଠାଯିବ।

ପୁରୀ (କେନ୍ୟୁଜ): ଜାନୁଆରୀ ୧୭ରେ ଲୋକାର୍ପିତ ହେବ ପୁରୀ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ। ଏଥିପାଇଁ ବଡ଼ ପ୍ରସ୍ତୁତି ଚାଲିଛି। ଶ୍ରୀମନ୍ଦିର ପରିକ୍ରମାର ଲୋକାର୍ପଣ ସମ୍ପର୍କିତ ନିମନ୍ତ୍ରଣ ପତ୍ର ମହାପ୍ରଭୁଙ୍କୁ ଅର୍ପଣ ପରେ ଜଗତଗୁରୁ ଶଙ୍କରାଚାର୍ଯ୍ୟଙ୍କୁ ନିମନ୍ତ୍ରଣ କରାଯାଇଛି। ଏହାପରେ ରାଜ୍ୟର ସମସ୍ତ ଜଗନ୍ନାଥ ଓ ପ୍ରସିଦ୍ଧ ମନ୍ଦିରକୁ ନିମନ୍ତ୍ରଣପତ୍ର ପଠାଯିବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ମଧ୍ୟ ନିମନ୍ତ୍ରଣ ହେବ। ଶ୍ରୀମନ୍ଦିର ସହ ଜଡିତ ନେପାଳ ରାଜାଙ୍କୁ ମଧ୍ୟ ନିମନ୍ତ୍ରଣ କରାଯିବ ।
ରାଜ୍ୟ ଭିତରେ ଓ ରାଜ୍ୟ ବାହାରେ ପ୍ରାୟ ୧୦୦ ମନ୍ଦିର ସମେତ ବିଦେଶରେ ଥିବା ଜଗନ୍ନାଥ ମନ୍ଦିରକୁ ଯିବ ନିମନ୍ତ୍ରଣ ପତ୍ର । ନିମନ୍ତ୍ରଣ ପତ୍ର ସହିତ ଏକ ସ୍ୱତନ୍ତ୍ର କିଟ୍ ଦିଆଯିବ। ଏଥିରେ ପରିକ୍ରମା ପ୍ରକଳ୍ପକୁ ନେଇ ତଥ୍ୟ ସମ୍ବଳିତ ବ୍ରୋଚର ରହିବ। ଏଥିରେ ପରିକ୍ରମା ପ୍ରକଳ୍ପ କଣ, ଭକ୍ତ ଓ ଦର୍ଶନାର୍ଥୀମାନେ କି ସୁବିଧା ପାଇବେ ସେ ସମ୍ପର୍କରେ ଅବଗତ ହୋଇ ପାରିବେ। ଯଜମାନ ଭାବେ ଗଜପତି ମହାରାଜା ଦିବ୍ୟସିଂହ ଦେବ ଯଜ୍ଞର ପୂର୍ଣ୍ଣାହୁତି ଦେବେ।