ରାଜ୍ୟ

ବଦଳିବ ଶ୍ରୀମନ୍ଦିର ଚତୁଃପାର୍ଶ୍ୱ ପରିକ୍ରମା ମାର୍ଗ ନକ୍ସା: ୧୦୦ ମିଟର ପରିଧି ବାହାରେ ନିର୍ମାଣ କରାଯିବ ଶ୍ରୀ ଜଗନ୍ନାଥ ଅଭ୍ୟର୍ଥନା ପ୍ରକୋଷ୍ଠ

ପୁରୀ(କେନ୍ୟୁଜ୍‌): ବଦଳିବ ଶ୍ରୀମନ୍ଦିର ଚତୁଃପାର୍ଶ୍ୱ ପରିକ୍ରମା ମାର୍ଗ ନକ୍ସା । ୧୦୦ ମିଟର ପରିଧି ବାହାରେ ନିର୍ମାଣ କରାଯିବ ଶ୍ରୀ ଜଗନ୍ନାଥ ଅଭ୍ୟର୍ଥନା ପ୍ରକୋଷ୍ଠ । ଭାରତୀୟ ପ୍ରତ୍ନତତ୍ୱ ସର୍ବେକ୍ଷଣ ସଂସ୍ଥା ମହାନିର୍ଦ୍ଦେଶିକାଙ୍କ ପରାମର୍ଶକୁ ଗ୍ରହଣ କରିଛି ମନ୍ଦିର ପ୍ରଶାସନ ।

ଶ୍ରୀମନ୍ଦିର ପରିଚାଳନା କମିଟି ସ୍ଥାୟୀ ସଭାପତି ତଥା ସଂସ୍କୃତି ପରାମର୍ଶଦାତା କମିଟି ଅଧ୍ୟକ୍ଷ ଗଜପତି ମହାରାଜା ଦିବ୍ୟସିଂହ ଦେବଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଏହି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି ।

ଶ୍ରୀମନ୍ଦିରର ସୁରକ୍ଷା ଓ ଭକ୍ତଙ୍କ ସୁବିଧା ପାଇଁ ଏହି ପ୍ରକଳ୍ପ କରାଯାଉଥିଲେ ବେଳେ ଶ୍ରଦ୍ଧାଳୁ ମାନେ କିଭଳି ଭଲ ଭାବେ ମନ୍ଦିରକୁ ଦେଖି ପାରିବେ, ତା ଉପରେ ବୈଠକରେ ଗୁରୁତ୍ୱ ଦିଆଯାଇଛି । ବର୍ତ୍ତମାନ ଜମିର ଉପଲବ୍ଧତା ଯାଞ୍ଚ କରିବା ପରେ ପରିକ୍ରମା ପ୍ରକଳ୍ପ ପାଇଁ ଆଉଟର ଆକ୍ସେସ ରୋଡର ବିକାଶ କରାଯିବ । ବଳକା ଜମି ଅଧିଗ୍ରହଣ ପରେ ଆବଶ୍ୟକ ସମ୍ପ୍ରସାରଣ କରାଯିବ ।

ଗତ ଫେବୃୟାରୀ ୨୧ ତାରିଖରେ ଭାରତୀୟ ପ୍ରତ୍ନତାତ୍ୱିକ ସର୍ବେକ୍ଷଣ ସଂସ୍ଥା ଡିଜି ଭି ବିଦ୍ୟାବତୀ ପୁରୀ ଆସି ମହାପ୍ରଭୁଙ୍କ ଦର୍ଶନ କରିବା ସହିତ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ବୁଲି ଦେଖିଥିଲେ । ଓବିସିସି ସମ୍ମିନଳୀ କକ୍ଷରେ ଅନୁଷ୍ଠିତ ବୈଠକରେ କମିଟି ସଦସ୍ୟ ଝାଞ୍ଜପିଟା ମଠ ମହନ୍ତ ବାବା ସଚ୍ଚିଦାନନ୍ଦ ଦାସ ମହାରାଜ,ପୁର୍ବତନ ମୁଖ୍ୟ ଶାସନ ସଚିବ ଡ. ସୁବାଷ ପାଣି, ଏଏସଆଇର ଅବସରପ୍ରାପ୍ତ ସୁପରିଟେଣ୍ଡେିଂ ଆର୍କିଓଲୋଜିଷ୍ଟ ଡ. ଜୀବନ କୁମାର ପଟ୍ଟାନାୟକ ଓ ପୁରୀ ଜିଲ୍ଲାପାଳ ପ୍ରମୁଖ ଉପସ୍ଥିତ ଥିଲେ ।

Sonalisa

Recent Posts

ଅଣସର ନୀତି: ଜ୍ବରରେ ଆକ୍ରାନ୍ତ ମହାପ୍ରଭୁ, ପୂଜା ପାଇବେ ପଟି ଦିଅଁ

ପୁରୀ (କେନ୍ୟୁଜ): ଅତ୍ୟଧିକ ସ୍ନାନଯୋଗୁ ମହାପ୍ରଭୁ ଏବେ ଅସୁସ୍ଥ।  ଗତକାଲି ସ୍ନାନବେଦିରେ ୧୦୮ ଗରା ସୁବାସିତ ଜଳରେ ସ୍ନାନ ପରେ…

4 mins ago

ଅଣସର ଘରେ ମହାପ୍ରଭୁ, ଆଜିଠୁ ଅଲାରନାଥ ଦର୍ଶନ

ବ୍ରହ୍ମଗିରି (କେନ୍ୟୁଜ): ଆଜି ଠାରୁ ମହାପ୍ରଭୁ ଅଲାରନାଥଙ୍କ ଅଣସର ଦର୍ଶନ । ଚଳିତ ବର୍ଷ ୧୩ଦିନ ଧରି ଚାଲିବ ଏହି…

17 mins ago

ନିଟ୍ ପ୍ରଶ୍ନପତ୍ର ଲିକ୍ ବିବାଦ ମାମଲାରେ ବଡ଼ ଘୋଷଣା, CBIକୁ ତଦନ୍ତ ଭାର ହସ୍ତାନ୍ତର

ନୂଆଦିଲ୍ଲୀ : ଥମୁନି ନିଟ୍ ବିବାଦ । ନିଟ୍ ପ୍ରଶ୍ନପତ୍ର ଲିକ୍ ବିବାଦ ମାମଲାରେ କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା…

17 mins ago

ଆଜିର ରାଶିଫଳ : ଆଜି ଏହି ରାଶିର ଲୋକଙ୍କୁ କିଛି ନୂଆ କାର୍ଯ୍ୟ କରିବାକୁ ମିଳିବ, ବନ୍ଧୁଙ୍କ ସହ ଖୁସିର ସମୟ କାଟିବେ

ମେଷ: ଆଜି ଆପଣଙ୍କ ପାଇଁ ଦିନଟି ମିଶ୍ରିତ ରୂପେ ଲାଭଦାୟକ ରହିବ । ପାରିବାରିକ ସମ୍ପର୍କ ମଧୁର ହେବ ।…

7 hours ago

ସମ୍ଭାବ୍ୟ ବନ୍ୟା ପରିଚାଳନାର ପ୍ରସ୍ତୁତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀଙ୍କ ମୌସୁମୀ ଋତୁରେ ସମ୍ଭାବ୍ୟ ବନ୍ୟା ପରିଚାଳନାର ପ୍ରସ୍ତୁତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ। ଜଳସମ୍ପଦ ବିଭାଗର ବରିଷ୍ଠ…

8 hours ago

ଶିକ୍ଷା ମନ୍ତ୍ରୀଙ୍କ ଅଚାନକ ବିଦ୍ୟାଳୟ ପରିଦର୍ଶନ, ବିଭିନ୍ନ ସମସ୍ୟା ପଚାରି ବୁଝିଲେ

ଉମରକୋଟ: ଶିକ୍ଷା ମନ୍ତ୍ରୀଙ୍କ ଅଚାନକ ବିଦ୍ୟାଳୟ ପରିଦର୍ଶନ । ନବରଙ୍ଗପୁର ଜିଲ୍ଲା ଉମରକୋଟ ସ୍ଥିତ ସରକାରୀ ପ୍ରାଥମିକ ବିଦ୍ୟାଳୟ ଡାଙ୍ଗରୀଗୁଡାକୁ…

9 hours ago