ରାଜ୍ୟ

ବାତ୍ୟାକୁ ଦୃଷ୍ଟିରେ ରଖି ଶ୍ରୀ ମନ୍ଦିରରୁ କଢ଼ା ହେଉଛି ୮୦ ଫୁଟର ଲୁହା ଭାରା

ପୁରୀ(କେ ନ୍ୟୁଜ): ପୁରୀ ବାତ୍ୟା ୟସକୁ ନେଇ ପୁରୀ ଶ୍ରୀମନ୍ଦିର ସ୍ଥିତି ଅନୁଧ୍ୟାନ । ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ କ୍ରିଷନ କୁମାର, ଜିଲ୍ଲାପାଳ ସମର୍ଥ ବର୍ମାଙ୍କ ସହ ଏଏସଆଇ ସୁପରିଣ୍ଟେଣ୍ଡେଣ୍ଟ ଅରୁଣ ମଲ୍ଲିକ ଶ୍ରୀମନ୍ଦିରର ସ୍ଥିତି ଅନୁଧ୍ୟାନ କରିଛନ୍ତି । କୀର୍ତ୍ତନ ଚକଡା ଓ ଜଗମୋହନ ନିକଟରୁ ସ୍କାଫୋଲ୍ଡିଂ କଢାଯାଉଛି । ପ୍ରାୟ ୮୦ ଫୁଟର ଲଗାଯାଇଥିବା ଲୁହା ଭାରାକୁ କାଢିବା କାର୍ଯ୍ୟରେ ୩୨ଜଣ ଏଏସଆଇ କର୍ମଚାରୀ ନିୟୋଜିତ ଅଛନ୍ତି । ଶ୍ରୀମନ୍ଦିର ଓ ସେବାୟତଙ୍କ ସୁରକ୍ଷା ଦୃଷ୍ଟିରୁ ଆଜି ସନ୍ଧ୍ୟା ସୁଦ୍ଧା ସମସ୍ତ ଲୁହା ଭାରାକୁ ଖୋଲିବା ପାଇଁ ଏଏସଆଇକୁ ମୁଖ୍ୟ ପ୍ରଶାସକ ନିର୍ଦ୍ଦେଶ ଦେଇଛନ୍ତି । ପୂର୍ବରୁ ଫନି ବାତ୍ୟା ସମୟରେ ଏହି ଲୁହା ଭାରା ଭୁଷୁଡି ପଡିବା ଯୋଗୁଁ ମୁଖ୍ୟ ମନ୍ଦିରର ବ୍ୟାପକ କ୍ଷୟକ୍ଷତି ହୋଇଥିଲା ।

ଏଥିରେ ଦକ୍ଷିଣ ଘର ନିକଟ ବଡଦେଉଳ ଉପରେ ଥିବା ସିଂହମୂର୍ତ୍ତି ବିଘ୍ନ ଘଟିଥିଲା । ସିଂହଦ୍ୱାର ନିକଟରେ ଥିବା ଜୟବିଜୟ ମୂର୍ତ୍ତି ମଧ୍ୟ ତଳକୁ ଖସିପଡି ଭାଙ୍ଗି ଯାଇଥିଲା । ଏହାକୁ ଦୃଷ୍ଟିରେ ରଖି ପ୍ରଶାସନ ପକ୍ଷରୁ ଆଗୁଆ ସତର୍କତା ମୁଳକ ପଦକ୍ଷେପ ନିଆଯାଇଛି । ଏପଟେ ପରମ୍ପରା ଅନୁଯାୟୀ ଆଜି ରଥଖଳାରେ ରୂପକାର ସେବାୟତ ମାନେ ତିନିରଥର କୋଣ ଗୁଜ ଅନୁକୂଳ କରିଛନ୍ତି । ସେହିପରି ଶ୍ରୀମନ୍ଦିର କାର୍ଯ୍ୟାଳୟ ସମ୍ମୁଖରେ ଭୋଇ ସେବାୟତ ମାନେ ଜନ୍ତାଗାଡ ଖୋଳିବା କାର୍ଯ୍ୟ ସାରିବା ପରେ ଶ୍ରୀମନ୍ଦିର ପ୍ରଶାସନର ନିଷ୍ପତ୍ତି ଅନୁଯାୟୀ ରଥ ନିର୍ମାଣ କାର୍ଯ୍ୟ ବନ୍ଦ ରହିଛି ।

 

 

KNews Bureau

Recent Posts

ରତ୍ନ ଭଣ୍ଡାର ତୁରନ୍ତ ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ

ପୁରୀ: ରତ୍ନ ଭଣ୍ଡାର ତୁରନ୍ତ ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି । ଚିଠି ଲେଖି ଅନୁରୋଧ କଲେ ବାଲୁକା ଶିଳ୍ପୀ…

24 mins ago

ଅତିଶୀଙ୍କୁ ଦେଖିବା ପାଇଁ ହସ୍ପିଟାଲରେ ପହଞ୍ଚିଲେ ଅଖିଳେଶ ଯାଦବ, ପଚାରି ବୁଝିଲେ ସ୍ୱାସ୍ଥ୍ୟାବସ୍ଥା

ଦିଲ୍ଲୀର ଜଳ ଓ ଶିକ୍ଷା ମନ୍ତ୍ରୀ ଅତିଶୀ ବର୍ତ୍ତମାନ ହସ୍ପିଟାଲରେ ଅଛନ୍ତି । ତାଙ୍କ ସ୍ୱାସ୍ଥ୍ୟାବସ୍ଥା ବିଷୟରେ ପଚାରି ବୁଝିବା…

26 mins ago

ଚାରି ଫୁଟ୍ ଲମ୍ବର ନାଗ ସହ ସାତଟି ନାଗ ଛୁଆ ଉଦ୍ଧାର

ଯାଜପୁର ଟାଉନ : ଚାରି ଫୁଟ୍ ଲମ୍ବର ନାଗ ସହ ସାତଟି ନାଗ ଛୁଆ ଉଦ୍ଧାର । ଦଶରଥପୁର ବ୍ଲକ…

32 mins ago

ପରିତ୍ୟକ୍ତ ଘରେ ଅଳିଆ ହୋଇ ପଡିରହିଛି କୁଢ଼ କୁଢ଼ ସାଲାଇନ ଓ ଦରକାରୀ ଇଞ୍ଜେକସନ୍

ଉଦଳା:  ଅଳିଆ ଭାବେ ପଡିଛି କୁଢ଼ କୁଢ଼ ସାଲାଇନ ଓ ଇଞ୍ଜେକସନ୍ । କିଛି ଏକ୍ସପାଏରୀ ହୋଇଛି ତ ଆଉ…

41 mins ago

ଅରବିନ୍ଦ କେଜ୍ରିଓ୍ଵାଲଙ୍କୁ ପୁଣି ଝଟକା, ଇଡି ପରେ ସିବିଆଇ କଲା ଗିରଫ

ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ଵାଲଙ୍କୁ ଗିରଫ କରିଛି ସିବିଆଇ । ଅବକାରୀ ନୀତି ଦୁର୍ନୀତି ମାମଲାରେ ତାଙ୍କୁ ଅଦାଲତରୁ ଗିରଫ…

41 mins ago

ସୁନ୍ଦରଗଡ଼ ଜିଲ୍ଲା କୁଢେଇକଳା ବିଟର ବନଲତା ଗାଁରୁ ବଜ୍ରକାପ୍ତା ଉଦ୍ଧାର

ସୁନ୍ଦରଗଡ଼ : ବଜ୍ରକାପ୍ତା ଉଦ୍ଧାର । ସୁନ୍ଦରଗଡ଼ ଜିଲ୍ଲା କୁଳିପୋଷ ରେଞ୍ଜର କୁଢେଇକଳା ବିଟର ବନଲତା ଗାଁରୁ ଉଦ୍ଧାର କରାଯାଇଛି…

59 mins ago