ଆଜି ପ୍ରଭୁ ଶ୍ରୀକୃଷ୍ଣଙ୍କ ଜନ୍ମଦିନ, ଏନେଇ ଚଳଚଞ୍ଚଳ ଶ୍ରୀମନ୍ଦିର

ଜନ୍ମାଷ୍ଟମୀ ପାଇଁ ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ନୀତିକାନ୍ତି । ସଂନ୍ଧ୍ୟାଧୂପ ଶେଷ ହେବାପରେ ଶ୍ରୀକୃଷ୍ଣଙ୍କ ଜନ୍ମନୀତି ଅନୁଷ୍ଠିତ ହେବ। ସଂନ୍ଧ୍ୟାଧୂପ ସରିବା ପରେ ଜୟବିଜୟ ଦ୍ୱାର ବନ୍ଦ କରାଯାଇ ଭଣ୍ତାର ଘର ସମ୍ମୁଖ ଭାଗରେ ପୂଜାପଣ୍ତା ସେବାୟତ ମାନେ ପଞ୍ଚବର୍ଣ୍ଣ ମୁରୁଜରେ ଜନ୍ମମଣ୍ତଳୀ ଅଙ୍କନ କରିବେ ।

ପୁରୀ (କେନ୍ୟୁଜ): ଜନ୍ମାଷ୍ଟମୀ ପାଇଁ ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ନୀତିକାନ୍ତି । ସଂନ୍ଧ୍ୟାଧୂପ ଶେଷ ହେବାପରେ ଶ୍ରୀକୃଷ୍ଣଙ୍କ ଜନ୍ମନୀତି ଅନୁଷ୍ଠିତ ହେବ। ଗତକାଲି ପ୍ରସବ ଯନ୍ତ୍ରଣାରୁ ମୁକ୍ତି ପାଇବା ପାଇଁ ଯେଉଡ ଭୋଗ ସହ ଗର୍ଭଉଦକ ବନ୍ଦାପନା କରାଯାଇଥିଲା। ଆଜି ମହାଜନ ସେବକଙ୍କ ଦ୍ଵାରା ଶ୍ରୀକୃଷ୍ଣ ଜନ୍ମନୀତି ଅନୁଷ୍ଠିତ ହେବ। ଦେବକୀ ଓ ବସୁଦେବ ବେଶରେ ଜନ୍ମ ଚକଡାରେ ନିଶାର୍ଦ୍ଧରେ ପ୍ରଭୁ କୃଷ୍ଣ ଜନ୍ମ ନେବେ ।

ଅନ୍ୟପକ୍ଷରେ ଶ୍ରୀମନ୍ଦିର ସହ ଜଡିତ ବିଭିନ୍ନ ମଠବାଡି ମାନଙ୍କରେ ଆଜି ରାତିରେ ଶ୍ରୀକୃଷ୍ଣ ଜନ୍ମନୀତି ଅନୁଷ୍ଠିତ ହେବ । ସଂନ୍ଧ୍ୟାଧୂପ ସରିବା ପରେ ଜୟବିଜୟ ଦ୍ୱାର ବନ୍ଦ କରାଯାଇ ଭଣ୍ତାର ଘର ସମ୍ମୁଖ ଭାଗରେ ପୂଜାପଣ୍ତା ସେବାୟତ ମାନେ ପଞ୍ଚବର୍ଣ୍ଣ ମୁରୁଜରେ ଜନ୍ମମଣ୍ତଳୀ ଅଙ୍କନ କରିବେ । ସେଠାରେ ସୁନାର କୃଷ୍ଣ ମୁର୍ତ୍ତି ରଖାଯାଇ ଦକ୍ଷିଣ ଘରୁ ମଦନମୋହନଙ୍କୁ ଅଣାଯିବ । ଦୁଇଜଣ ମହାଜନ ସେବକ ଦେବକୀ ଓ ବସୁଦେବ ଚରିତ୍ର ହୋଇ ଏହି ଜନ୍ମନୀତି ପାଳନ କରିବେ । ପରେ ମଦନମୋହନଙ୍କୁ ନାଭିକଟାମଣ୍ତପକୁ ନିଆଯାଇ କୃଷ୍ଣଜନ୍ମ ଠାରୁ ଉପନୟନ ପର୍ଯ୍ୟନ୍ତ ନୀତି ଅନୁଷ୍ଠିତ ହେବ । ସେହିପରି ଜଗମୋହନ ନିକଟରେ ଏକ ଦୋଳିରେ ମଦନମୋହନଙ୍କୁ ରଖାଯାଇ ଶ୍ରୀକୃଷ୍ଣ ଜନ୍ମନୀତି ଶେଷ କରାଯିବ । ଆଜିଠାରୁ ଶ୍ରୀକୃଷ୍ଣଙ୍କ ଜନ୍ମନୀତି ଆରମ୍ଭ ହୋଇ କଂସବଧ ଲୀଳା ନୀତି ପର୍ଯ୍ୟନ୍ତ ଚାଲୁରହିବ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.