କଟକ ଜିଲ୍ଲାରେ ଆଉ ୧୩ ଜଣ କରୋନା ପଜିଟିଭ୍ ଚିହ୍ନଟ, ଜୁଲାଇ ୮ ମଧ୍ଯରାତ୍ରୀ ଯାଏ ସହରରେ ସଟ୍ ଡାଉନ୍ ଘୋଷଣା

କଟକ : କଟକ ଜିଲ୍ଲାରେ ଆଉ ୧୩ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୧୧ ଜଣ କଟକ ସହରର । କଟକ ମହାନଗର ନିଗମ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହା ସହିତ କଟକ ମହାନଗର ନିଗମ ଅଞ୍ଚଳରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୧୬ରେ ପହଞ୍ଚିଛି। ସେମାନଙ୍କ ମଧ୍ୟରୁ ୨୨ ଜଣ ସୁସ୍ଥ ହୋଇସାରିଥିବା ବେଳେ ୯୨ ଜଣ ଚିକିତ୍ସାଧୀନ ଅଛନ୍ତି। ୨ ଜଣଙ୍କର ମୃତ୍ୟୁ ଘଟିଛି।

coronavirusନୂଆ କରି ଚିହ୍ନଟ ହୋଇଥିବା ୧୧ ଆକ୍ରାନ୍ତଙ୍କ ମଧ୍ୟରୁ ୫ ଜଣ ସରକାରୀ କ୍ୱାରେଣ୍ଟାଇନ୍‌ରେ ଥିଲେ। ସେମାନେ ସମସ୍ତେ ଆଚାର୍ଯ୍ୟ ହରିହର କ୍ୟାନସର ହସ୍‌ପିଟାଲ୍‌ର ଆଇସୋଲେସନ୍‌ ୱାର୍ଡରେ ଥିବା ରୋଗୀ ଓ ସେମାନଙ୍କ ଆଟେଣ୍ଡାଣ୍ଟ। ସେହିପରି ଅନ୍ଯ ୬ ଜଣ ହୋମ୍‌କ୍ୱାରେଣ୍ଟାଇନ୍‌ରେ ଥିଲେ। ଏହାକୁ ନଜରରେ ରଖି କଟକ ସହରକୁ ଜୁଲାଇ ୮ ମଧ୍ଯରାତ୍ରୀ ଯାଏ ସଟ୍ ଡାଉନ୍ ଘୋଷଣା କରାଯାଇଛି। ସଟଡାଉନ ଘୋଷଣା କଲା ସିଏମସି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.