ରାଜ୍ୟ

କଟକ ଜିଲ୍ଲାରେ ଆଉ ୧୩ ଜଣ କରୋନା ପଜିଟିଭ୍ ଚିହ୍ନଟ, ଜୁଲାଇ ୮ ମଧ୍ଯରାତ୍ରୀ ଯାଏ ସହରରେ ସଟ୍ ଡାଉନ୍ ଘୋଷଣା

କଟକ : କଟକ ଜିଲ୍ଲାରେ ଆଉ ୧୩ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୧୧ ଜଣ କଟକ ସହରର । କଟକ ମହାନଗର ନିଗମ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହା ସହିତ କଟକ ମହାନଗର ନିଗମ ଅଞ୍ଚଳରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୧୬ରେ ପହଞ୍ଚିଛି। ସେମାନଙ୍କ ମଧ୍ୟରୁ ୨୨ ଜଣ ସୁସ୍ଥ ହୋଇସାରିଥିବା ବେଳେ ୯୨ ଜଣ ଚିକିତ୍ସାଧୀନ ଅଛନ୍ତି। ୨ ଜଣଙ୍କର ମୃତ୍ୟୁ ଘଟିଛି।

ନୂଆ କରି ଚିହ୍ନଟ ହୋଇଥିବା ୧୧ ଆକ୍ରାନ୍ତଙ୍କ ମଧ୍ୟରୁ ୫ ଜଣ ସରକାରୀ କ୍ୱାରେଣ୍ଟାଇନ୍‌ରେ ଥିଲେ। ସେମାନେ ସମସ୍ତେ ଆଚାର୍ଯ୍ୟ ହରିହର କ୍ୟାନସର ହସ୍‌ପିଟାଲ୍‌ର ଆଇସୋଲେସନ୍‌ ୱାର୍ଡରେ ଥିବା ରୋଗୀ ଓ ସେମାନଙ୍କ ଆଟେଣ୍ଡାଣ୍ଟ। ସେହିପରି ଅନ୍ଯ ୬ ଜଣ ହୋମ୍‌କ୍ୱାରେଣ୍ଟାଇନ୍‌ରେ ଥିଲେ। ଏହାକୁ ନଜରରେ ରଖି କଟକ ସହରକୁ ଜୁଲାଇ ୮ ମଧ୍ଯରାତ୍ରୀ ଯାଏ ସଟ୍ ଡାଉନ୍ ଘୋଷଣା କରାଯାଇଛି। ସଟଡାଉନ ଘୋଷଣା କଲା ସିଏମସି ।

Sonalisa

Recent Posts

ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀଙ୍କ ବଡ଼ ବୟାନ, ନିଶା ଦ୍ୱାରା ସମାଜ କଳୁଷିତ ହେଉଛି

ଭୁବନେଶ୍ୱର: ଓଡ଼ିଶାକୁ ମଦ ମୁକ୍ତ କରିବା ପାଇଁ ଯୋଜନା । ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀଙ୍କ ବଡ଼…

5 mins ago

ମଦ ପାଇଁ ପ୍ରତି ବର୍ଷ ଯାଉଛି ୩୦ ଲକ୍ଷ ଲୋକଙ୍କ ଜୀବନ, ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ୍‌ ଦେଲା ଚେତାବନୀ

ପ୍ରତି ବର୍ଷ ୩୦ ଲକ୍ଷ ଲୋକଙ୍କର ମଦ ପାଇଁ ଯାଉଛି ଜୀବନ । ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ମଙ୍ଗଳବାର ଏହା…

15 mins ago

ଆଫଗାନିସ୍ତାନର ଐତିହାସିକ ବିଜୟ ପରେ ରାଶିଦ ଖାନଙ୍କୁ ଆସିଲା ସରପ୍ରାଇଜ କଲ୍‌, ଭିଡିଓ ଭାଇରଲ

ଆଇସିସି ଟି୨୦ ବିଶ୍ୱ ସେମିଫାଇନାଲରେ ପ୍ରବେଶ କରି ଇତିହାସ ରିଚିଛି ଆଫଗାନିସ୍ତାନ ଟିମ୍‌ । ଅଷ୍ଟ୍ରେଲିଆକୁ ହରାଇ ଟି୨୦ ବିଶ୍ୱକପରୁ…

26 mins ago

ଓଡ଼ିଶା ଆସି ପୁରୀ ରଥଯାତ୍ରା ଦେଖିବେ ରାଷ୍ଟ୍ରପତି

ପୁରୀ: ରଥଯାତ୍ରା ଦେଖିବେ ରାଷ୍ଟ୍ରପତି । ୭ ଓ ୮ ତାରିଖ ଦୁଇ ଦିନ ପୁରୀରେ ରହି ଶ୍ରୀଜିଉଙ୍କୁ ଦର୍ଶନ…

55 mins ago

ରେଲୱେରେ ଗ୍ରୁପ ଡିରେ ୧,୦୩,୭୬୯ ପଦବୀ ଖାଲି, ଜାଣନ୍ତୁ କେମିତି କରିବେ ଆବେଦନ

ଭାରତୀୟ ରେଲୱେରେ ଚାକିରି ଖୋଜୁଥିଲେ ଆପଣଙ୍କ ପାଇଁ ଖୁସି ଖବର । ଆରଆରବି ଗ୍ରୁପ ଡି ପାଇଁ ୧,୦୩,୭୬୯ ପଦବୀ…

1 hour ago

ଦିଲ୍ଲୀ ସିଏମ୍‌ ଅରବିନ୍ଦ କେଜ୍ରିଓ୍ଵାଲଙ୍କ ସ୍ୱାସ୍ଥ୍ୟାବସ୍ଥା ବିଗିଡ଼ିଲା, କମିଲା ସୁଗାର ସ୍ତର

ବିଗିଡ଼ିଲା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ଵାଲଙ୍କ ସ୍ୱାସ୍ଥ୍ୟାବସ୍ଥା । କୋର୍ଟ ରୁମ୍‌ରେ ତାଙ୍କ ସୁଗାର ସ୍ତର କମିଯାଇଥିବା ସୂଚନା ମିଳିଛି…

1 hour ago