Below header

କଟକରେ ଦିନ କୁ ଦିନ ବଢ଼ିଚାଲିଛି ପଜିଟିଭ ସଂଖ୍ୟା, ଆଜି ସର୍ବାଧିକ ୯୪ ଆକ୍ରାନ୍ତ ଚିହ୍ନଟ

ଆଜି କଟକ ଜିଲ୍ଲାରୁ ସର୍ବାଧିକ ୯୪ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଦେଇଛନ୍ତି ସୂଚନା ଓ ଲୋକ ସମ୍ପର୍କ ବିଭାଗ । କହିରଖିବା ଉଚିତକି, ଆଜି ରାଜ୍ୟରେ ୨୦ ଟି ଜିଲ୍ଲାରୁ ୪୬୯ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ନେଇ ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟର ଜରିଆରେ ସୂଚନା ଦିଆଯାଇଛି । ଏହାକୁ ମିଶାଇ ମୋଟ ଆକ୍ରାନ୍ତ ସଂଖ୍ୟା ୯୦୭୦କୁ ବୃଦ୍ଧି ପାଇଛି । ଏମଧ୍ୟରୁ ୩୧୭ ଜଣ କ୍ଵାରିଣ୍ଟିଂନ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୧୫୨ ଜଣ ସ୍ଥାନୀୟ ବାସିନ୍ଦା ବୋଲି ଜଣାଯାଇଛି ।

ଲଗାତାର ଭାବେ ଏହି ଜିଲ୍ଲାରୁ ଲଗାତାର ଭାବେ ଆକ୍ରାନ୍ତଙ୍କ ସଂଖ୍ୟା ବଢିବାକୁ ଲାଗିଥିବାରୁ ଜିଲ୍ଲା ପ୍ରଶାସନ ପକ୍ଷରୁ ଶନିବାର ଆସନ୍ତା ଜୁଲାଇ ୮ ତାରିଖ ପର‌୍ୟ୍ୟନ୍ତ ସମ୍ପୂର୍ଣ୍ଣ ସଟ ଡାଉନ ଘୋଷଣା କରାଯଇଅଛି । ଗତକାଲି ୧୩ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଥିଲେ ଓ ସେମାନଙ୍କ ମଧ୍ୟରୁ ୧୧ ଜଣ କଟକ ସହରର । କଟକ ମହାନଗର ନିଗମ ପକ୍ଷରୁ ଏହି ସୂଚନା ଦିଆଯାଇଥିଲା ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.