ଆସୁଛି ମୌସୁମୀ : ଜୁନ ୧୨ରୁ ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ ଶିମିଳିପାଳ

କରଞ୍ଜିଆ (କେନ୍ୟୁଜ): ବନ୍ଦ ହେବ ଶିମିଳିପାଳ। ୧୨ ତାରିଖରୁ ପର୍ଯ୍ୟଟକଙ୍କ ପାଇଁ ବନ୍ଦ ହେବ ଶିମିଳିପାଳ ଅଭୟାରଣ୍ୟ । ଅକ୍ଟୋବର ମାସ ପର୍ଯ୍ୟନ୍ତ ବନ୍ଦ ରହିବା ନେଇ ଶୁକ୍ରବାର ବନ ବିଭାଗ ପକ୍ଷରୁ ନୋଟିସ୍ ମିଳିଛି। ବର୍ଷା ଋତୁ ଆସୁଥିବାରୁ ପର୍ଯ୍ୟଟକଙ୍କ ସୁରକ୍ଷା ଦୃଷ୍ଟିରୁ ଅଭୟାରଣ୍ୟ ବନ୍ଦ ରହିବ।
ଶିମିଳିପାଳ ଅଭୟାରଣ୍ୟକୁ ପର୍ଯ୍ୟଟକ ମାନଙ୍କ ପାଇଁ ସାଢେ ଚାରି ମାସ ପର୍ଯ୍ୟନ୍ତ ଫାଟକ ବନ୍ଦ ରହିବ। ପ୍ରତିବର୍ଷ ବର୍ଷା ଋତୁ ପାଇଁ ଶିମିଳିପାଳ ଅଭୟାରଣ୍ୟକୁ ପର୍ଯ୍ୟଟକ ମାନଙ୍କ ପ୍ରବେଶ ବନ୍ଦ ରହିଥାଏ। ତେବେ ଏଥର ସହଳ ମୌସୁମୀ ପାଇଁ ୪ଦିନ ପୂର୍ବରୁ ବନ୍ଦ କରାଯାଉଛି । ବର୍ଷା ପରେ ସ୍ଥିତିକୁ ଦେଖି ନଭେମ୍ବର ମାସ ପହିଲାକୁ ପର୍ଯ୍ୟଟକଙ୍କ ପାଇଁ ପୁଣି ଶିମିଳିପାଳ ଅଭୟାରଣ୍ୟ ଖୋଲିବା ନେଇ ତାରିଖ ଘୋଷଣା କରାଯିବ ବୋଲି କୁହାଯାଇଛି। ସାଧାରଣତଃ ବର୍ଷା ଋତୁରେ ଅଭୟାରଣ୍ୟର ରାସ୍ତାଘାଟ ଧୋଇଯାଇ ବିପଦ ଶଙ୍କୁଳ ଅବସ୍ଥାରେ ରହିଥାଏ। ତେଣୁ ପର୍ଯ୍ୟଟକ ମାନଙ୍କ ସୁରକ୍ଷା ଦୃଷ୍ଟିରୁ ଏହି ସାମୟିକ ବନ୍ଦ କରାଯାଇଥାଏ।