ରାଜ୍ୟ

ଲୋକପ୍ରିୟ କଣ୍ଠଶିଳ୍ପୀ ପ୍ରଣବ ପଟ୍ଟନାୟକ ଅସୁସ୍ଥ : ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି

ଭୁବନେଶ୍ୱର (କେନ୍ୟୁଜ): ଲୋକପ୍ରିୟ କଣ୍ଠଶିଳ୍ପୀ ପ୍ରଣବ ପଟ୍ଟନାୟକ ଅସୁସ୍ଥ । ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ତାଙ୍କର ଚିକିତ୍ସା ଚାଲିଛି । ଏହି ଖବର ପାଇବା ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶରେ ପ୍ରତିନିଧି ଦଳ ବିଶିଷ୍ଠ କଣ୍ଠଶିଳ୍ପୀ ପ୍ରଣବ ପଟ୍ଟନାୟକଙ୍କୁ ସାକ୍ଷାତ କରିଛନ୍ତି । ଏଥିସହିତ ଆଶୁ ଆରୋଗ୍ୟ କାମନା କରି ମୁଖ୍ୟମନ୍ତ୍ରୀଙ୍କ ଶୁଭେଚ୍ଛା ବାର୍ତ୍ତା ଜଣାଇଛନ୍ତି ।

ଏହା ସହ ଏକ ଲକ୍ଷ ଟଙ୍କାର ଚେକ୍ ଚିକତ୍ସା ସହାୟତା ପାଇଁ ପ୍ରଦାନ କରିଛନ୍ତି । ଉକ୍ତ ପ୍ରତିନିଧି ଦଳରେ ଓଡିଆ ଚଳଚ୍ଚିତ୍ର ଉନ୍ନୟନ ନିଗମ ଅଧ୍ୟକ୍ଷ ସତ୍ୟବ୍ରତ ତ୍ରିପାଠୀ, ଓଡିଆ ଭାଷା, ସାହିତ୍ୟ ଓ ସଂସ୍କୃତି ନିର୍ଦ୍ଦେଶକ ଦିଲୀପ ରାଉତରାଏ, ବିଭାଗୀୟ ଯୁଗ୍ମ ନିର୍ଦ୍ଦେଶକ ସୁବୋଧ ଆଚାର୍ଯ୍ୟ, ଓଡିଶା ସଙ୍ଗୀତ ନାଟକ ଏକାଡେମୀ ସଚିବ ପ୍ରବୋଧ ରଥ ପ୍ରମୁଖ ସାମିଲ ଥିଲେ ।

୧୯୫୮ ମସିହାରେ ଭୁବନେଶ୍ୱର ମିଶ୍ରଙ୍କ ସଙ୍ଗୀତ ନିର୍ଦ୍ଦେଶନାରେ ନିର୍ମିତ ଚଳଚ୍ଚିତ୍ର ମା’ରେ ପ୍ରଣବ ପ୍ରଥମ ଥର ପାଇଁ ଗାଇବାର ସୁଯୋଗ ପାଇଥିଲେ । ଶ୍ରୀ ଲୋକନାଥ, ସୂର୍ଯ୍ୟମୁଖୀ, ସିନ୍ଦୂର ବିନ୍ଦୁ, ଶେଷ ଶ୍ରାବଣ, ଚିହ୍ନା ଅଚିହ୍ନା, ବତୀଘର ଆଦି ଚଳଚ୍ଚିତ୍ର ତାଙ୍କୁ ଲୋକପ୍ରିୟତାର ଶିଖରରେ ପହଞ୍ଚାଇ ପାରିଥିଲା । ଚଳଚ୍ଚିତ୍ର ଜୀବନରେ ସେ ବହୁ ଜାତୀୟସ୍ଥରର କଳାକାରମାନଙ୍କ ସହ କାମ କରିବାର ସୁଯୋଗ ପାଇଛନ୍ତି ।

Barsha

Recent Posts

ମହାନତା ଦେଖାଇଲେ ମୁଖ୍ୟମନ୍ତ୍ରୀ, ପୀଡିତଙ୍କୁ ୩୦ ହଜାର ଟଙ୍କା ସହ ଯୋଗାଇଲେ ଚିକିତ୍ସା

ଚାନ୍ଦବାଲି (କେନ୍ୟୁଜ): ଏ ଶରୀର କ୍ଷଣସ୍ଥାୟୀ । ସତରେ ଏ ଶରୀର କିଛି ନୁହେଁ ଆଜି ଭଲ ଅଛି ତ…

5 mins ago

ଏଲନ୍‌ ମସ୍କଙ୍କ ବଡ଼ କାର୍ଯ୍ୟାନୁଷ୍ଠାନ, ଭାରତରେ ବ୍ୟାନ୍‌ କଲେ ୨ ଲକ୍ଷରୁ ଅଧିକ X ଆକାଉଣ୍ଟ, ହେଉଥିଲା ଘୃଣ୍ୟ କାର୍ଯ୍ୟ

ଏଲନ୍ ମସ୍କଙ୍କ ସୋସିଆଲ୍ ମିଡିଆ ପ୍ଲାଟଫର୍ମ ‘X’ ଭାରତରେ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି । X କର୍ପ ଏପ୍ରିଲ…

10 mins ago

ସ୍କୁଲ ଛୁଟି ନିଷ୍ପତ୍ତି ବଦଳିଲା, ସ୍ଥାନୀୟ ପାଣିପାଗ ଦେଖି ନିଷ୍ପତ୍ତି ନେବେ ଜିଲ୍ଲାପାଳ

ଭୁବନେଶ୍ୱର(କେନ୍ୟୁଜ୍‌): ସ୍କୁଲ ଛୁଟି ନିଷ୍ପତ୍ତି ନେବେ ଜିଲ୍ଲାପାଳ । ସ୍ଥାନୀୟ ପାଣିପାଗ ସୂଚନା ଭିତ୍ତିରେ ଜିଲ୍ଲାପାଳମାନେ ନିଷ୍ପତ୍ତି ନେବାକୁ ମୁଖ୍ୟମନ୍ତ୍ରୀଙ୍କ…

35 mins ago

ବିବାହ ପୂର୍ବରୁ ଶାଶୁଘର ଲୋକଙ୍କ ସହ ନଜର ଆସିଲେ ସୋନାକ୍ଷୀ, ଭାଇରାଲ ହେଉଛି ଫଟୋ

ବଲିଉଡ ଅଭିନେତ୍ରୀ ସୋନାକ୍ଷୀ ସିହ୍ନା ଖୁବ ଶୀଘ୍ର ବିବାହ କରିବାକୁ ଯାଉଛନ୍ତି । ରକୁଲ ପ୍ରୀତ ସିଂ, କ୍ରିତି ଖରବନ୍ଦା…

41 mins ago

ଦାର୍ଜିଲିଂ ଟ୍ରେନ ଟ୍ରାଜେଡି : ୧୫ରେ ପହଞ୍ଚିଥିଲା ମୃତକଙ୍କ ସଂଖ୍ୟା, ୧୯ଟି ଟ୍ରେନ ବାତିଲ, ମାନବୀୟ ତ୍ରୁଟିରୁ ଦୁର୍ଘଟଣା

ପଶ୍ଚିମବଙ୍ଗ ଦାର୍ଜିଲିଂରେ ହୋଇଥିବା ରେଳ ଦୁର୍ଘଟଣାରେ ଏପର୍ଯ୍ୟନ୍ତ ୧୫ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୦ରୁ ଅଧିକ ଆହତ ହୋଇଥିବା…

42 mins ago

ଟ୍ରେନ୍‌ ଦୁର୍ଘଟଣାରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପରିବାର ବର୍ଗକୁ ସାନ୍ତ୍ୱନା ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର(କେନ୍ୟୁଜ୍‌): ଟ୍ରେନ ଦୁର୍ଘଟଣାରେ ପ୍ରାଣ ହରାଇଥିବା ବ୍ୟକ୍ତି ମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଶୋକ । ପଶ୍ଚିମବଙ୍ଗର ନୂଆ ଜଲ୍ ପାଇଗୁଡ଼ି…

48 mins ago