ଏସିଏଫ ସୌମ୍ୟଙ୍କୁ ନ୍ୟାୟ ପ୍ରଦାନ ଦାବିରେ ଆଜି ୬ ଘଣ୍ଟିଆ ଖଇରା ବନ୍ଦ

ସୋର(କେନ୍ଯୁଜ୍): ଏସିଏଫ ସୌମ୍ୟଙ୍କୁ ନ୍ୟାୟ ପ୍ରଦାନ ଦାବିରେ ଆଜି ଖଇରା ବନ୍ଦ । ୬ ଘଣ୍ଟିଆ ବନ୍ଦ ଡାକରା ଦେଇଛି ସ୍ଥାନୀୟ ଅଞ୍ଚଳର ବିଭିନ୍ନ ସଂଗଠନ । ମୃତ୍ୟୁ ରହସ୍ୟ ଉନ୍ମୋଚନ ଓ ଦୋଷୀକୁ ଦଣ୍ଡ ଦାବି ହୋଇଛି । ପାରଳାଖେମୁଣ୍ଡି ସହକାରୀ ବନ ସଂରକ୍ଷକ ସୌମ୍ୟ ରଞ୍ଜନ ମହାପାତ୍ରଙ୍କ ମୃତ୍ୟୁକୁ ୫୯ ଦିନ ବିତିଲାଣି ।

କିନ୍ତୁ ଦୋଷୀମାନଙ୍କ ବିରୋଧରେ ଦୃଢ ପଦକ୍ଷେପ ଗ୍ରହଣ କରାଯାଉନଥିବା ଅଭିଯୋଗ ଆଣିଛନ୍ତି ଖଇରା ଅଞ୍ଚଳର ବହୁ ସଂଗଠନ । ଆଜି ସକାଳ ୬ଟାରୁ ଦିନ ୧୨ଟା ଯାଏ ବନ୍ଦ ରହିବ ଦୋକାନ ବଜାର । ଦୋଷୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବିରେ ରାଜ୍ୟପାଳ, ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର ପ୍ରଦାନ କରାଯିବ ।

ପ୍ରଶାସନ ଏଥିପ୍ରତି ଦୃଷ୍ଟି ନଦେଲେ ଆଗାମୀ ଦିନରେ ଆନ୍ଦୋଳନକୁ ତୀବ୍ର କରାଯିବ ବୋଲି ଚେତାବନୀ ଦିଆଯାଇଛି । ଦୁଇଦିନ ତଳେ ଏନେଇ ଖଇରା ଦୁର୍ଗାମଣ୍ଡପ ପରିସରରେ ୨୦ରୁ ଅଧିକ ସଂଗଠନ ପକ୍ଷରୁ ବୈଠକ ବସିଥିଲା । କାର୍ଯ୍ୟାନୁଷ୍ଠାନରେ ବିଳମ୍ବ ନେଇ ବୈଠକରେ ଅସନ୍ତୋଷ ପ୍ରକାଶ ପାଇଥିଲା ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.