Categories: ରାଜ୍ୟ

ରାଜ୍ୟର ବିଭିନ୍ନ ସ୍ଥାନରେ ଦୁର୍ଘଟଣା , ୬ଜଣଙ୍କ ମୃତ୍ୟୁ

କେନ୍ୟୁଜ୍ : ଦୁର୍ଘଟଣାର ଦିନ। ରାଜ୍ୟର ବିଭିନ୍ନ ସ୍ଥାନରେ ଦୁର୍ଘଟଣା ଘଟି ୬ଜଣଙ୍କ ମୃତ୍ୟୁ ହୋଇଛି। ବଲାଙ୍ଗିର-ସୋନପୁର ରାସ୍ତା ସୁଦପଡାରେ ଟ୍ରକକୁ ଧକ୍କା ଦେଲା ଟ୍ରକ। ଦୁର୍ଘଟଣାରେ ୨ଜଣଙ୍କ ମୃତ୍ୟୁ ହୋଇଛି। ମୃତକଙ୍କ ପରିଚୟ ମିଳିପାରିନାହିଁ। ଦୁର୍ଘଟଣା ପରେ ଡ୍ରାଇଭର ଫେରାର ହୋଇଯାଇଛି। ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରୁଛି।

ନାୟଗଡ଼-ଦଶପଲ୍ଲା ଏସାର ପେଟ୍ରୋଲ ପମ୍ପ ନିକଟରେ ଦୁର୍ଘଟଣାରେ ୨ଜଣଙ୍କ ମୃତ୍ୟୁ ହୋଇଛି। ମୃତକ ଦୁଇ ଜଣ ବୌଦ୍ଧ ତଳିଗାଁ ଅଞ୍ଚଳର। ଏକ ଯାତ୍ରୀବାହୀ ବସ୍‌ ନୟାଗଡ଼ରୁ ଭୁବନେଶ୍ୱର ଯାଉଥିବାବେଳେ ବିପରୀତ ଦିଗରୁ ଆସୁଥିବା ବାଇକକୁ ମୁହାଁମୁହିଁ ଧକ୍କା ଦେଇଥିଲା।

ଗଞ୍ଜାମରେ ବି ମର୍ମନ୍ତୁଦ ସଡକ ଦୁର୍ଘଟଣା। ପିକଅପ ଭ୍ୟାନ-ବାଇକ ମୁହାଁମୁହିଁ ଧକ୍କା। ଦୁର୍ଘଟଣାରେ ୨ଜଣଙ୍କ ମୃତ୍ୟୁ ହୋଇଛି। ଗଞ୍ଜାମ ଜିଲ୍ଲା ଜଗନ୍ନାଥପ୍ରସାଦ ଥାନା ଜରିପାଲ୍ଲୀ ଗାଁ ନିକଟରେ ଦୁର୍ଘଟଣା ଘଟିଛି। ମୃତକମାନେ ହେଲେ ଚକରା ପଟ୍ଟନାୟକ ଓ ସୁଧୀର ଭୋଇ। ଗତକାଲି ଦୁଇ ଜଣ ବାଇକ୍‌ରେ ଭଞ୍ଜନଗର ଯାଉଥିବାବେଳେ ଜରିପଲ୍ଲୀ ନିକଟରେ ଏକ ଟାଟା ମ୍ୟାଜିକ ସହ ଧକ୍କା ହୋଇଥିଲା।

KNews Bureau

Recent Posts

କଂସା ବାସନର ଉପକାରିତା କହିଲେ ନସରେ: ଠାକୁରଙ୍କ ପାଇଁ ଭୋଗ ବାଢ଼ିବା ହେଉ କି ଜ୍ୱାଇଁ ଚର୍ଚ୍ଚା ସବୁଠି ଦରକାର

ବିନିକା(କେନ୍ୟୁଜ): ଠାକୁରଙ୍କ ପାଇଁ ଭୋଗ ବାଢ଼ିବାକୁ ହେଉ କି ଜ୍ୱାଇଁ ଚର୍ଚ୍ଚା ଅବା ଘରକୁ ଅତିଥି ଆସିଲେ ପାଦ ଧୋଇବା…

4 mins ago

ଆହୁରି ୫ ଦିନ କଲବଲ କରିବ ପ୍ରଚଣ୍ଡ ଗରମ ଓ ଗୁଳୁଗୁଳି, ସତର୍କ କଲା ପାଣିପାଗ ବିଭାଗ

ଭୁବନେଶ୍ୱର (କେନ୍ୟୁଜ): ଜଳୁଛି ପଶ୍ଚିମ ଓଡ଼ିଶା ।  ତିନି ଦିନ ଯାଏ କଲବଲ କରିବ ତାତି ।  ଗ୍ରୀଷ୍ମପ୍ରବାହ ନେଇ…

17 mins ago

ମୋଟାପଣ କମ୍ କରିବା ପାଇଁ ଅତ୍ୟନ୍ତ ଲାଭଦାୟକ ଦଲିଆ, ଜାଣନ୍ତୁ କିପରି କରିବେ ପ୍ରସ୍ତୁତ

ଦଲିଆ ଏକ ହେଲ୍ଦି ଏବଂ ଉତ୍କୃଷ୍ଟ ବ୍ରେକଫାଷ୍ଟ ଏବଂ ଡିନର୍ ଅପ୍ସନ । ବିଶେଷକରି, ଯଦି ଆପଣ ଓଜନ ହ୍ରାସ…

19 mins ago

ଲାଇଭ ମ୍ୟାଚରେ ରୋହିତଙ୍କୁ ଭେଟିବାକୁ ପହଞ୍ଚିଲେ ଫ୍ୟାନ୍‌, ଧରିଲା ଆମେରିକା ପୋଲିସ: ରୋହିତଙ୍କ ରିଆକ୍ସନ ଭାଇରଲ

ଟି୨୦ ବିଶ୍ୱକପ ଆରମ୍ଭ ହେବା ପୂର୍ବରୁ ଭାରତ ଏବଂ ବାଂଲାଦେଶ ମଧ୍ୟରେ ଓ୍ଵାର୍ମଅପ୍‌ ମ୍ୟାଚ ଖେଳାଯାଇଥିଲା । ଏହି ମ୍ୟାଚରେ…

20 mins ago

ସ୍କୁଟିରେ ଯାଉଥିବା ବେଳେ ଅଘଟଣ, ନଡ଼ିଆ ଗଛ ପଡି ୨ ମୃତ, ଜଣେ ଗୁରୁତର

କୋଣାର୍କ (କେନ୍ୟୁଜ): ନଡ଼ିଆ ଗଛ ପଡି ଗଲା ଜୀବନ । ୨ ମୃତ, ଜଣେ ଗୁରୁତର ।  ଗୋପ ସରଡ଼ା…

43 mins ago

ଯୁବକଙ୍କ ଗଳିତ ମୃତଦେହ ଉଦ୍ଧାର, କେହି ହତ୍ୟା କରି ଫିଙ୍ଗି ଦେଇଥିବା ସନ୍ଦେହ

ଭୁବନେଶ୍ୱର (କେନ୍ୟୁଜ): ରାଜଧାନୀରେ ଯୁବକଙ୍କୁ ହତ୍ୟା ।  ଭୁବନେଶ୍ୱର ନାକା ଗେଟ୍ ନିକଟରୁ ଯୁବକଙ୍କ ମୃତଦେହ ଜବତ ହୋଇଛି । …

1 hour ago