ରାଜ୍ୟ

ଘଞ୍ଚ ଜଙ୍ଗଲ ଭିତରୁ ମିଳିଲା ନର କଙ୍କାଳ, ହତ୍ୟା ସନ୍ଦେହ

କଣ୍ଟାବାଞ୍ଜି (କେନ୍ୟୁଜ): ତୁରେକେଲା ଥାନା ମହନିଲହ ଗାଁ ପାଖ ବେଳବାଞ୍ଜି ଜଙ୍ଗଲ ଭିତରୁ ଉଦ୍ଧାର ହେଲା ନର କଙ୍କାଳ। ନର କଙ୍କାଳ କାହାର ତାହା ଜଣା ପଡ଼ିନାହିଁ । ଘଟଣା ସ୍ଥଳରେ କଣ୍ଟାବାଞ୍ଜି ପୋଲିସ ଏସଡିପିଓ ଲକ୍ଷ୍ମୀନାରାୟନ ମାରାଣ୍ଡି ପହଂଚି ଅଧିକ ତଦନ୍ତ ଆରମ୍ଭ କରିଛନ୍ତି ।

ମହନୀଲହ ଗାଁରେ ଜଣେ ଛେଳି ଚରାଇବାକୁ ଜଙ୍ଗଳକୁ ଯାଇଥିବା ବେଳେ ସେ ନର କଙ୍କାଳ ଦେଖି ପୋଲିସକୁ ଖବର ଦେଇଥିଲେ । ପୋଲିସ ଘଟଣା ସ୍ଥଳରେ ପହଁଚି ଅଧିକ ତଦନ୍ତ କରୁଛି । ବଲାଙ୍ଗୀରରୁ ସାଇଣ୍ଟିଫିକ ଦଳ ପହଂଚି ଅଧିକ ତଦନ୍ତ କରିବେ ବୋଲି ଏସଡିପିଓ ସୂଚନା ଦେଇଛନ୍ତି । ଗତ କିଛି ଦିନ ପୂର୍ବରୁ ରାମୁଡ଼ ଗାଁରେ ବୁଲାବୁଲି କରୁଥିବା ଜଣେ ମାନସିକ ବିକୃତିର ମହିଳା ନିଖୋଜ ରହିଥିଲେ। ତେବେ ସେହି ମହିଳାଙ୍କନର କଙ୍କାଳ ହୋଇଥିବା ସନ୍ଦେହ କରାଯାଉଛି ।ସାଇଣ୍ଟିଫିକ ଟିମ୍ ଆସିଲା ପରେ ତଦନ୍ତ ଆଗେଇବ ବୋଲିକଣ୍ଟାବାଞ୍ଜି ଏସଡିପିଓ ସୂଚନା ଦେଇଛନ୍ତି।

Barsha

Recent Posts

ଆଜିର ରାଶିଫଳ : ଏହି ରାଶିର ଲୋକେ ଆଜି ବାହାରକୁ ଯାତ୍ରା କରିବେ ଏବଂ ପରିବାର ସହ ଖୁସିର ସମୟ କାଟିବେ

ମେଷ : ଏହି ରାଶିର ବ୍ୟକ୍ତିମାନେ କର୍ମକ୍ଷେତ୍ରରେ ଆଗକୁ ଯିବେ, ଏହା ସହ ସମ୍ମାନ ମିଳିବା ସହିତ ଆପଣ ଏକ…

17 mins ago

ଚାଇଲ୍ଡ ଲାଇନ କର୍ମଚାଚାରୀଙ୍କ ଉପରେ ଆକ୍ରମଣ ଅଭିଯୋଗ

 ଯାଜପୁର ଟାଉନ : ରେସ୍ତୁରାଣ୍ଟରେ ଶିଶୁ ଶ୍ରମିକ କାମ କରୁଥିବା ଖବର ପାଇ ଚଢ଼ାଉ କରିବାକୁ ଯାଇଥିବା ଚାଇଲ୍ଡ ଲାଇନ…

1 hour ago

ଆସନ୍ତାକାଲି ବିଜେଡିର ରାଜ୍ୟସଭା ସାଂସଦଙ୍କ ସହ ଆଲୋଚନା କରିବେ ସୁପ୍ରିମୋ ନବୀନ ପଟ୍ଟନାୟକ

 ଭୁବନେଶ୍ବର : ଆସନ୍ତାକାଲି ବିଜେଡିର ରାଜ୍ୟସଭା ସାଂସଦଙ୍କ ସହ ଆଲୋଚନା କରିବେ ସୁପ୍ରିମୋ ନବୀନ ପଟ୍ଟନାୟକ । ନବୀନ ନିବାସରେ…

2 hours ago

ତୁଟିଲା ବିବାଦ, ଆଜି ବାରିପଦା ବସଷ୍ଟାଣ୍ଡରୁ ସ୍ବାଭାବିକ ହେଲା ଘରୋଇ ବସ୍ ଚଳାଚଳ

ମୟୁରଭଞ୍ଜ : ତୁଟିଲା ବିବାଦ ।  ମୟୁରଭଞ୍ଜ ଜିଲ୍ଲାରେ ସ୍ବାଭାବିକ ହେଲା ବସ୍ ଚଳା ଚଳ । ୩ ଦିନ…

2 hours ago

ଘଟଗାଁ ତାରିଣୀ ପୀଠର ବିକାଶ ପାଇଁ ଆଉ ୫୦ କୋଟିର ଅନୁଦାନ

କେନ୍ଦୁଝର : ଘଟଗାଁ ତାରିଣୀ ପୀଠର ବିକାଶ ପାଇଁ ଆଉ ୫୦ କୋଟିର ଅନୁଦାନ। କେନ୍ଦୁଝର ଜିଲ୍ଲାକୁ ଦୁଇ ଦିନିଆ…

3 hours ago

ଅଜଣା ରୋଗରେ ଆକ୍ରାନ୍ତ ହୋଇ ବିଛଣାରେ ପଡ଼ି ରହିଛି ୩୫ ବର୍ଷୀୟ ପୁଅ

ବାଲେଶ୍ବର: ଆଶା କରିଥିଲୁ ବୁଢ଼ା କାଳେ ଆମ ପୁଅ ଆମ ସାହାରା ପାଲଟିବ । ଆମେ ଜମି ବାଡ଼ି ବିକ୍ରି…

4 hours ago