Below header

ପିଇଓ ସ୍ମିତାରାଣୀ ବିଶ୍ୱାଳ ମୃତ୍ୟୁ ଘଟଣା, ସିବିଆଇ ତଦନ୍ତ ଦାବିରେ କଂଗ୍ରେସର ଧାରଣା

ଯାଜପୁର: ଯାଜପୁର ଜିଲ୍ଲା ଧର୍ମଶାଳା ବ୍ଲକ ହରିଦାସପୁର ପଚାଂୟତର ପିଇଓ ସ୍ମିତାରାଣୀ ବିଶ୍ୱାଳ ମୃତ୍ୟୁ ଘଟଣାରେ କଂଗ୍ରେସର ଧାରଣା। ସିବିଆଇ ତଦନ୍ତ ଦାବିରେ ରାଜଭବନ ସମ୍ମୁଖରେ ଦଳ ପକ୍ଷରୁ ଧାରଣା ଦିଆଯାଇଛି। ପିସିସି ସଭାପତିଙ୍କ ନେତୃତ୍ୱରେ ବହୁ କର୍ମୀ ଓ ନେତା ଧାରଣାରେ ବସିଛନ୍ତି। ସ୍ମିତାରାଣୀଙ୍କ ମୃତ୍ୟୁ ମାମଲାକୁ ଦୀର୍ଘ ଦିନ ବିତିଯାଇଥିଲେ ମଧ୍ୟ ଏଯାଏଁ ଦୋଷୀଙ୍କ ବିରୋଧରେ କାର‌୍ୟ୍ୟାନୁଷ୍ଠାନ ଗ୍ରହଣ କରାଯାଇନାହିଁ। ସେ ଆତ୍ମହତ୍ୟା କରିଛନ୍ତି କି ତାଙ୍କୁ ହତ୍ୟା କରାଯାଇଛି ତାହାର ସିବିଆଇ ତଦନ୍ତ ଦାବି କରିଛି କଂଗ୍ରେସ। ଗତ ୧୬ ତାରିଖରେ ସ୍ମିତାରାଣୀଙ୍କ ମୃତଦେହ ସରପଞ୍ଚଙ୍କ ସ୍ୱାମୀ ରୂପେଶ ଭଦ୍ରାଙ୍କ ଗେଷ୍ଟ ହାଉସ୍‌ରୁ ଉଦ୍ଧାର କରାଯାଇଥିଲା।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.