ରାଜ୍ୟ

ସୀମିତ ସଂଖ୍ୟକ ସେବାୟତଙ୍କୁ ନେଇ କୋଭିଡ କଟକଣା ଭିତରେ ହେବ ସ୍ନାନଯାତ୍ରା, ଛତିଶା ନିଯୋଗର ନୀତି ନିର୍ଘଣ୍ଟ ଚୂଡ଼ାନ୍ତ

ପୁରୀ(କେନ୍ୟୁଜ୍):  ସ୍ନାନପୂର୍ଣ୍ଣିମା ନୀତି ନିର୍ଘଣ୍ଟ ଚୂଡ଼ାନ୍ତ। ପୁରୀ ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟରେ ଛତିଶା ନିଯୋଗର ଗୁରୁତ୍ୱପୂର୍ଣ୍ଣ ବୈଠକରେ ଏନେଇ ନିଷ୍ପତ୍ତି ହୋଇଛି। ସୀମିତ ସଂଖ୍ୟକ ସେବାୟତଙ୍କୁ ନେଇ କୋଭିଡ କଟକଣା ଭିତରେ ହେବ ସ୍ନାନଯାତ୍ରା। କେବଳ ଆରଟିପିସିଆର ନେଗେଟିଭ ରିପୋର୍ଟ ଥିବା ସେବାୟତ ହିଁ ଏଥିରେ ଭାଗ ନେବେ। ଗତବର୍ଷ ପରି ରାତ୍ର ଗୋଟାଏରୁ ଚାରିଟା ଭିତରେ ହେବ ପହଣ୍ଡି। ସକାଳ ୭ଟା ୩୦ରୁ ୯ଟା ୩୦ ପର୍ଯ୍ୟନ୍ତ ଜଳବିଜେ ନୀତି ହେବ । ଦିନ ୧୧ଟାରୁ ୧୨ଟା ଭିତରେ ହେବ ହାତୀ ବେଶ କରାଯିବ ।

ସେହିପରି ଜୁଲାଇ ୧୨ ତାରିଖ ଘୋଷଯାତ୍ରା ପାଇଁ ନୀତି ନିର୍ଘଣ୍ଟ ସ୍ଥିର ହୋଇଛି। ସକାଳ ୮ଟାରେ ରଥ ପ୍ରତିଷ୍ଠା ଓ ସକାଳ ସାଢେ ୮ଟାରୁ ଆରମ୍ଭ ହେବ ପହଣ୍ଡି। ଦିନ ୨ଟା ସୁଦ୍ଧା ଛେରାପହଁରା ନୀତି ଶେଷ ହେବ। ଦିନ୩ଟା ସୁଦ୍ଧା ରଥଟଣା ଆରମ୍ଭ କରିବାକୁ ବୈଠକରେ ନିଷ୍ପତ୍ତି ହୋଇଛି। ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡକ୍ଟର କ୍ରିଷନ କୁମାରଙ୍କ ଅଧ୍ୟକ୍ଷତାରେ ନିଷ୍ପତ୍ତି ହୋଇଥିବା ନେଇ ଶ୍ରୀମନ୍ଦିର ନୀତି ପ୍ରଶାସନ ଜିତେନ୍ଦ୍ର ସାହୁ ସୂଚନା ଦେଇଛନ୍ତି। ବୈଠକରେ ସମସ୍ତ ସେବାୟତ ପ୍ରତିନିଧି ଉପସ୍ଥିତ ଥିଲେ। ଏପଟେ ଆଜିଠାରୁ ୨୨ ତାରିଖ ପର୍ଯ୍ୟନ୍ତ ସ୍ନାନଯାତ୍ରାରେ ସଂପୃକ୍ତ ସେବାୟତ ମାନଙ୍କର କୋଭିଡ୍‌ ଟେଷ୍ଟ ଚାଲିଛି। ବଡଦାଣ୍ଡସ୍ଥିତ ଉତ୍କଲ ହିନ୍ଦୀ ବିଦ୍ୟାପୀଠରେ ଚାଲିଛି ସ୍ୱାବ ଟେଷ୍ଟିଂ।

KNews Bureau

Recent Posts

ଆଜିର ରାଶିଫଳ: ବିଦ୍ୟାର୍ଥୀଙ୍କ ପାଇଁ ଦିନଟି ଶୁଭ, ଛାତ୍ରଛାତ୍ରୀ ପାଠପଢ଼ାରେ ପରିବର୍ତ୍ତନ ଆଣିବେ

ମେଷ: ଶୁଭ ସମାଚାର ମିଳିପାରେ । ଛାତ୍ରଛାତ୍ରୀମାନେ ପଢାପଢିରେ ପରିବର୍ତ୍ତନ ଆଣିବେ । ଅଫିସ୍ କାର୍ଯ୍ୟରେ ବିଳମ୍ବ ହେବ ।…

6 hours ago

ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ

ବ୍ରହ୍ମପୁର : ଦିଗପହଣ୍ଡି ଥାନା ଭୀଷ୍ମଗିରୀରେ ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ ।…

7 hours ago

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ, ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ ଦେଲେ ସ୍ବାସ୍ଥ୍ୟମନ୍ତ୍ରୀ

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ। ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ କହି, ଡାକ୍ତରମାନଙ୍କୁ ଏହି ଉପଦେଶ…

7 hours ago

ଓଡ଼ିଶା ଫେରିବେ କେନ୍ଦ୍ର କୃଷି ସଚିବ ମନୋଜ ଆହୁଜା, ହେବେ କି ରାଜ୍ୟରେ ନୂଆ ମୁଖ୍ୟ ସଚିବ !

ଭୁବନେଶ୍ୱର: ରାଜ୍ୟରେ ନୂଆ ମୁଖ୍ୟ ସଚିବ ହେବେ କି ମନୋଜ ଆହୁଜା? ଏହାକୁ ନେଇ ଜୋର ଧରିଛି ଚର୍ଚ୍ଚା ।…

8 hours ago

‘ଡ. ସାମନ୍ତଙ୍କ ଭଳି ସମର୍ପିତ ହୋଇ କାର୍ଯ୍ୟ କଲେ ଆର୍ଟ ଅଫ ଗିଭିଂର ଯଥାର୍ଥତା ପ୍ରତିପାଦିତ ହୋଇ ପାରିବ’

ଭଦ୍ରକ (କେନ୍ୟୁଜ୍‌) : ଭଦ୍ରକରେ ଜିଲ୍ଲା ସ୍ତରୀୟ ଆର୍ଟ ଅଫ ଗିଭିଂ ଦିବସ ସମାରୋହରେ ପାଳିତ ହୋଇଯାଇଛି । ଜିଲ୍ଲା…

9 hours ago

ସରୋଗେସି ମାଧ୍ୟମରେ ମା’ ହେଲେ ବି ମିଳିବ ୬ ମାସ ଛୁଟି

ମାତୃତ୍ୱ ଛୁଟି ଉପରେ ସରକାରଙ୍କର ବଡ଼ ନିଷ୍ପତ୍ତି । ସରୋଗେସି ମାଧ୍ୟମରେ ମାଆ ହେବାକୁ ଥିବା ମହିଳାମାନଙ୍କ ପାଇଁ ଖୁସି…

9 hours ago