Below header

କିଟ୍ ନହ୍ନିପରୀ ଲିଟିଲ୍ ମିସ୍ ଇଣ୍ଡିଆ ୨୦୨୩: ଟାଇଟଲ୍‌ ହାତେଇଲେ ସ୍ନିଗ୍ଧା ମାଲବୀୟ

କିଟ୍ ନହ୍ନିପରୀ ଲିଟିଲ୍ ମିସ୍ ଇଣ୍ଡିଆ ୨୦୨୩ ଟାଇଟଲ୍ ହାସଲ୍ କରିଛନ୍ତି ଉତ୍ତରପ୍ରଦେଶର ସ୍ନିଗ୍ଧା ମାଲବୀୟ। କିଟ୍ ଫିଲ୍ମ ଆଣ୍ଡ ଫେସନ ସ୍କୁଲ ପକ୍ଷରୁ ଆୟୋଜିତ ‘କିଟ୍ ନହ୍ନିପରୀ ଲିଟିଲ୍ ମିସ୍ ଇଣ୍ଡିଆ’ ୨୦୨୩ର ଫାଇନାଲ୍ ତଥା ମେଗା ରାଉଣ୍ଡ ବୁଧବାର ଶେଷ ହୋଇଛି। ଏହି ମେଗା ଅଡ଼ିସନ୍ ତଥା ଫାଇନାଲ୍ ରାଉଣ୍ଡରେ ସମଗ୍ର ଦେଶରୁ ୯ଜଣ ଫାଇନାଲିଷ୍ଟଙ୍କୁ ପଛରେ ପକାଇ ସ୍ନିଗ୍ଧା ନହ୍ନିପରୀ ମୁକୁଟ ସହ ୩ଲକ୍ଷ ଟଙ୍କାର ନଗଦ ଅର୍ଥରାଶି ପୁରସ୍କାର ଲାଭ କରିଛନ୍ତି ।

ଭୁବନେଶ୍ୱର (କେନ୍ୟୁଜ): କିଟ୍ ନହ୍ନିପରୀ ଲିଟିଲ୍ ମିସ୍ ଇଣ୍ଡିଆ ୨୦୨୩ ଟାଇଟଲ୍ ହାସଲ୍ କରିଛନ୍ତି ଉତ୍ତରପ୍ରଦେଶର ସ୍ନିଗ୍ଧା ମାଲବୀୟ। କିଟ୍ ଫିଲ୍ମ ଆଣ୍ଡ ଫେସନ ସ୍କୁଲ ପକ୍ଷରୁ ଆୟୋଜିତ ‘କିଟ୍ ନହ୍ନିପରୀ ଲିଟିଲ୍ ମିସ୍ ଇଣ୍ଡିଆ’ ୨୦୨୩ର ଫାଇନାଲ୍ ତଥା ମେଗା ରାଉଣ୍ଡ ବୁଧବାର ଶେଷ ହୋଇଛି। ଏହି ମେଗା ଅଡ଼ିସନ୍ ତଥା ଫାଇନାଲ୍ ରାଉଣ୍ଡରେ ସମଗ୍ର ଦେଶରୁ ୯ଜଣ ଫାଇନାଲିଷ୍ଟଙ୍କୁ ପଛରେ ପକାଇ ସ୍ନିଗ୍ଧା ନହ୍ନିପରୀ ମୁକୁଟ ସହ ୩ଲକ୍ଷ ଟଙ୍କାର ନଗଦ ଅର୍ଥରାଶି ପୁରସ୍କାର ଲାଭ କରିଛନ୍ତି ।

ସେମିଫାଇନାଲକୁ ୨୭ଜଣ ଉତ୍ତୀର୍ଣ୍ଣ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୧୦ଜଣ ଫାଇନାଲ୍ ରାଉଣ୍ଡକୁ ଉତ୍ତୀର୍ଣ୍ଣ ହୋଇଥିଲେ । ଓଡ଼ିଶାର ଚିରଶ୍ରୀ ସାଗରିକା ପ୍ରଥମ ରନର୍ସଅପ୍ ହୋଇଥିବା ବେଳେ ଆସାମର ପରିଣିତା ଦାସ ଦ୍ୱିତୀୟ ରନର୍ସ ଅପ୍ ହୋଇଥିଲେ । ଏହି ଦୁଇ ରନର୍ସ ଅପଙ୍କୁ ଯଥାକ୍ରମେ ୧ ଲକ୍ଷ ଓ ୫୦ ହଜାର ଟଙ୍କାର ନଗଦ ଅର୍ଥରାଶି ପୁରସ୍କାର ପ୍ରଦାନ କରାଯାଇଥିଲା । ଫାଇନାଲ୍ ରାଉଣ୍ଡରେ ପ୍ରତିଯୋଗୀମାନଙ୍କୁ ବିଭିନ୍ନ ପର୍ଯ୍ୟାୟରେ ଉତ୍ତୀର୍ଣ୍ଣ ହେବାକୁ ପଡ଼ିଥିଲା । ଏଥର ମୋଟ ୪୧ଲକ୍ଷ ଟଙ୍କାର ପୁରସ୍କାର ରଖାଯାଇଥିଲା । ସେଥିରୁ ଟାଇଟଲ୍ ବିଜୟିନୀଙ୍କୁ କିଟ୍ ବିଶ୍ୱବିଦ୍ୟାଳୟରେ ଯେ କୌଣସି ପାଠ୍ୟକ୍ରମରେ ନାମ ଲେଖାଇବା ପାଇଁ ଶତ ପ୍ରତିଶତ ଫି ଛାଡ଼ ଅର୍ଥାତ ସର୍ବାଧିକ ୧୮ ଲକ୍ଷ ଟଙ୍କା, ୩ ଲକ୍ଷ ଟଙ୍କା ନଗଦ ଅର୍ଥରାଶି ସହ ମୋଟ୨୧ ଲକ୍ଷ ଟଙ୍କାର ପୁରସ୍କାର ପ୍ରଦାନ କରାଯାଇଥିଲା ।

ସେହିପରି ପ୍ରଥମ ରନର୍ସ ଅପଙ୍କୁ ସମୁଦାୟ ପୁରସ୍କାର ରାଶି ୧୦ ଲକ୍ଷ ଥିବା ବେଳେ ୧ଲକ୍ଷ ଟଙ୍କା ନଗଦ ଅର୍ଥ ରାଶି ଏବଂ କିଟରେ ନାମ ଲେଖାଇଲେ ୫୦ ପ୍ରତିଶତ ଫି ଛାଡ଼ ଅର୍ଥାତ ସର୍ବାଧିକ ୯ ଲକ୍ଷ ଟଙ୍କା ଫି ଛାଡ଼ କରାଯିବ । ଦ୍ୱିତୀୟ ରନର୍ସଅପଙ୍କୁ ୫୦ହଜାର ଟଙ୍କା ଓ କିଟରେ ନାମ ଲେଖାଇଲେ ୫୦ ପ୍ରତିଶତ ଫି ଛାଡ଼ ଅର୍ଥାତ ସର୍ବାଧିକ ୯ ଲକ୍ଷ ଟଙ୍କା ଫି ଛାଡ଼ର ବ୍ୟବସ୍ଥା ରହିଛି । ଅନ୍ୟାନ୍ୟ ବର୍ଗରେ ଶ୍ରେଷ୍ଠ ବିବେଚିତ ପ୍ରତିଯୋଗୀଙ୍କୁ ମଧ୍ୟ ପୁରସ୍କୃତ କରାଯାଇଥିଲା । କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ କିଟ୍ ନହ୍ନିପରୀର ମୁଖ୍ୟ ପୃଷ୍ଠପୋଷକ ଡ.ଅଚ୍ୟୁତ ସାମନ୍ତ, ପ୍ରତିଷ୍ଠାତା ମଳୟ ମହାପାତ୍ର, ନହ୍ନିପରୀ କୋର କମିଟି ସଦସ୍ୟା ଡ. ଶ୍ରଦ୍ଧାଞ୍ଜଳି ନାୟକ ଓ ସୋମା ମହାନ୍ତି ପ୍ରମୁଖ ଉପସ୍ଥିତ ଥିଲେ । ଚଳିତବର୍ଷ ନହ୍ନିପରୀର ସ୍ୱତନ୍ତ୍ର ଆକର୍ଷଣ ଥିଲେ ବଲିଉଡ ଅଭିନେତ୍ରୀ ପୁନମ୍ ଧୀଲନ୍ ଓ ଦୀପଶିଖା । ନବଭାରତ ଟାଇମ୍ସର ଫିଚର ଓ ଏଣ୍ଟରଟେନ୍ମେଣ୍ଟ ସମ୍ପାଦିକା ରେଖା ଖାନ ମଧ୍ୟ ଅନ୍ୟତମ ଅତିଥି ଭାବେ ଯୋଗ ଦେଇଥିଲେ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.