ସୁରକ୍ଷା ବାହିନୀ ଓ ମାଓବାଦୀ ମୁହାଁମୁହିଁ, ଏସଓଜି ଯବାନ ଗୁରୁତର

ଛତିଶଗଡ ସୀମାନ୍ତରେ ସୁରକ୍ଷା ବାହିନୀ ଓ ମାଓବାଦୀ ମୁହାଁମୁହିଁ ।  ନୂଆପଡା ଜିଲ୍ଲା ସୁନାବେଡା ଅଭୟାରଣ୍ୟ ଶିବନାରାୟଣପୁର ନିକଟରେ ସୁରକ୍ଷାବାହିନୀ ଓ ମାଓବାଦୀଙ୍କ ମଧ୍ୟରେ ଗୁଳିବିନିମୟ ହୋଇଛି । ଏଥିରେ ଜଣେ ଏସଓଜି ଯବାନ ଗୁରୁତର ଆହତ ହୋଇଛନ୍ତି ।  ଆହତ ଯବାନଙ୍କୁ ଚିକିତ୍ସା ପାଇଁ ଛତିଶଗଡ ରାୟପୁର ସ୍ଥିତ ଏକ ଘରୋଇ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି । 

ନୂଆପଡା (କେନ୍ୟୁଜ):  ଛତିଶଗଡ ସୀମାନ୍ତରେ ସୁରକ୍ଷା ବାହିନୀ ଓ ମାଓବାଦୀ ମୁହାଁମୁହିଁ ।  ନୂଆପଡା ଜିଲ୍ଲା ସୁନାବେଡା ଅଭୟାରଣ୍ୟ ଶିବନାରାୟଣପୁର ନିକଟରେ ସୁରକ୍ଷାବାହିନୀ ଓ ମାଓବାଦୀଙ୍କ ମଧ୍ୟରେ ଗୁଳିବିନିମୟ ହୋଇଛି । ଏଥିରେ ଜଣେ ଏସଓଜି ଯବାନ ଗୁରୁତର ଆହତ ହୋଇଛନ୍ତି ।  ଆହତ ଯବାନଙ୍କୁ ଚିକିତ୍ସା ପାଇଁ ଛତିଶଗଡ ରାୟପୁର ସ୍ଥିତ ଏକ ଘରୋଇ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି । ଏନେଇ ତାଙ୍କ ସ୍ବାସ୍ଥ୍ୟ ଅବସ୍ଥା ଉନ୍ନତି ଘଟିଥିବା ବେଳେ ସେ ସୁରକ୍ଷିତ ଥିବା ନୂଆପଡ଼ା ଏସପି ରାଘବେନ୍ଦ୍ର ଗୁଣ୍ଡଲା ରେଡ୍ଡୀ ପ୍ରକାଶ କରିଛନ୍ତି। ଘଟଣା ସ୍ଥଳ ରେ କମ୍ବିଂ ଅପରେସନ ଜାରି ରହିଅଛି।

ସୂଚନା ଯୋଗ୍ୟ ଗତ ଦୁଇ ଦିନ ତଳେ ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ରେ ପୋଲିସ ଏନକାଉଣ୍ଟରରେ ଜଣେ ହାର୍ଡକୋର ମାଓବାଦୀଙ୍କ ମୃତ୍ୟୁ ହୋଇଥିଲା ।  ମାଓବାଦୀ ଲୁଚିଥିବା ସନ୍ଦେହରେ ସର୍ଚ୍ଚ ଅପରେସନ କରାଯାଇଥିଲା ।  ସୁକମା ଏସପି କିରଣ ଚୌହାନଙ୍କ ସୂଚନା ଅନୁଯାୟୀ ବିଶେଷ ସୂତ୍ରରୁ ଖବର ପାଇ ଜିଲ୍ଲା ପୋଲିସ ଓ ଡିଆରଜି ଯବାନ ଟେଟରାଇ ଟୋଲନଇ ଜଙ୍ଗଳରେ ଚଢ଼ାଉ କରିଥିଲେ ।

Leave A Reply

Your email address will not be published.