ମହାପ୍ରଭୁଙ୍କ ଘୋଷଯାତ୍ରା ପାଇଁ ଚଳଚଞ୍ଚଳ ଶ୍ରୀକ୍ଷେତ୍ର: ଶେଷ ହୋଇଛି ମହାପ୍ରଭୁଙ୍କ ମଙ୍ଗଳ ଆଳତି, ମଇଲମ, ତଡ଼ପଲାଗି, ଅବକାଶ ନୀତି

ପୁରୀ(କେନ୍ୟୁଜ୍): ଆଜି ମହାପ୍ରଭୁଙ୍କ ପବିତ୍ର ଘୋଷଯାତ୍ରା । ଏହି ଅବସରରେ ମହାପ୍ରଭୁଙ୍କ ମଙ୍ଗଳ ଆଳତି, ମଇଲମ, ତଡ଼ପଲାଗି, ଅବକାଶ ନୀତି ଶେଷ ହୋଇଛି । ଭାଇଭଉଣୀଙ୍କୁ ଧରି ମାଉସୀ ଘରକୁ ଯିବେ ମହାପ୍ରଭୁ ଶ୍ରୀଜଗନ୍ନାଥ। ବଡ଼ଦାଣ୍ଡରେ ଭକ୍ତ ଓ ଭଗବାନଙ୍କ ମହାମିଳନକୁ ସମସ୍ତେ ଆଗଭର ହୋଇ ଅପେକ୍ଷା କରିରହିଛନ୍ତି। ଆଜି ସକାଳୁ ଶ୍ରୀଜିଉଙ୍କ ନୀତିକାନ୍ତି ଆରମ୍ଭ ହୋଇଛି। ନୀତି ନିର୍ଘଣ୍ଟ ଅନୁସାରେ ବିଦ୍ଧି ବିଧାନ ସହିତ ସମସ୍ତ ନୀତିକାନ୍ତି କରାଯାଉଛି। ମହାପ୍ରଭୁଙ୍କ ମଙ୍ଗଳ ଆଳତି, ମଇଲମ, ତଡ଼ପଲାଗି ଓ ଅବକାଶ ନୀତି ଶେଷ ହୋଇଛି।

Leave A Reply

Your email address will not be published.