ରାଜ୍ୟ

ସାପ କାମୁଡ଼ାରେ ଗଲା ଶିଶୁ ପୁତ୍ରର ଜୀବନ, ମା ଗୁରୁତର

ଉଦଳା (କେନ୍ୟୁଜ): ସାପ କାମୁଡ଼ାରେ ଗଲା ଶିଶୁ ପୁତ୍ରର ଜୀବନ। ଗୁରୁତର ଅବସ୍ଥାରେ ମା ମିନତୀ ମହାକୁଡ଼ଙ୍କୁ ବାରିପଦା ମେଡିକାଲରେ ଭର୍ତ୍ତି କରାଯାଇଛି। ଉଦଳା ଶରତ ଥାନା କଟୁରିଆ ଗାଁରେ ଏହି ଅଘଟଣ ଘଟିଛି।

ଗତକାଲି ରାତିରେ ମିନତୀ ନିଜ ଦେଢ ବର୍ଷର ଶିଶୁପୁତ୍ରକୁ ଧରି ଘରେ ଶୋଇଥିଲେ। ବିଳମ୍ବିତ ରାତିରେ ଏକ ଚିତି ସାପ ଘରେ ପଶି ଦୁଇ ଜଣଙ୍କୁ କାମୁଡ଼ି ଦେଇଥିଲା। ମିନତୀଙ୍କ ସ୍ୱାମୀ ମାଆ ଓ ପୁଅ ଦୁଇ ଜଣଙ୍କୁ ଉଦଳା ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ହେଲେ ଡାକ୍ତରଖାନାରେ ଶିଶୁପୁତ୍ରର ମୃତ୍ୟୁ ହୋଇଥିବା ବେଳେ ମା ମିନତୀଙ୍କ ଅବସ୍ଥା ଗୁରୁତର ହୋଇପଡିଥିଲା। ପ୍ରାଥମିକ ଚିକିତ୍ସା ପରେ ମିନତୀଙ୍କୁ ବାରିପଦା ଡାକ୍ତରଖାନା ସ୍ଥାନାନ୍ତର କରାଯାଇଛି ।

 

Barsha

Recent Posts

ରତ୍ନ ଭଣ୍ଡାର ତୁରନ୍ତ ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ

ପୁରୀ: ରତ୍ନ ଭଣ୍ଡାର ତୁରନ୍ତ ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି । ଚିଠି ଲେଖି ଅନୁରୋଧ କଲେ ବାଲୁକା ଶିଳ୍ପୀ…

12 mins ago

ଅତିଶୀଙ୍କୁ ଦେଖିବା ପାଇଁ ହସ୍ପିଟାଲରେ ପହଞ୍ଚିଲେ ଅଖିଳେଶ ଯାଦବ, ପଚାରି ବୁଝିଲେ ସ୍ୱାସ୍ଥ୍ୟାବସ୍ଥା

ଦିଲ୍ଲୀର ଜଳ ଓ ଶିକ୍ଷା ମନ୍ତ୍ରୀ ଅତିଶୀ ବର୍ତ୍ତମାନ ହସ୍ପିଟାଲରେ ଅଛନ୍ତି । ତାଙ୍କ ସ୍ୱାସ୍ଥ୍ୟାବସ୍ଥା ବିଷୟରେ ପଚାରି ବୁଝିବା…

14 mins ago

ଚାରି ଫୁଟ୍ ଲମ୍ବର ନାଗ ସହ ସାତଟି ନାଗ ଛୁଆ ଉଦ୍ଧାର

ଯାଜପୁର ଟାଉନ : ଚାରି ଫୁଟ୍ ଲମ୍ବର ନାଗ ସହ ସାତଟି ନାଗ ଛୁଆ ଉଦ୍ଧାର । ଦଶରଥପୁର ବ୍ଲକ…

20 mins ago

ପରିତ୍ୟକ୍ତ ଘରେ ଅଳିଆ ହୋଇ ପଡିରହିଛି କୁଢ଼ କୁଢ଼ ସାଲାଇନ ଓ ଦରକାରୀ ଇଞ୍ଜେକସନ୍

ଉଦଳା:  ଅଳିଆ ଭାବେ ପଡିଛି କୁଢ଼ କୁଢ଼ ସାଲାଇନ ଓ ଇଞ୍ଜେକସନ୍ । କିଛି ଏକ୍ସପାଏରୀ ହୋଇଛି ତ ଆଉ…

29 mins ago

ଅରବିନ୍ଦ କେଜ୍ରିଓ୍ଵାଲଙ୍କୁ ପୁଣି ଝଟକା, ଇଡି ପରେ ସିବିଆଇ କଲା ଗିରଫ

ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ଵାଲଙ୍କୁ ଗିରଫ କରିଛି ସିବିଆଇ । ଅବକାରୀ ନୀତି ଦୁର୍ନୀତି ମାମଲାରେ ତାଙ୍କୁ ଅଦାଲତରୁ ଗିରଫ…

29 mins ago

ସୁନ୍ଦରଗଡ଼ ଜିଲ୍ଲା କୁଢେଇକଳା ବିଟର ବନଲତା ଗାଁରୁ ବଜ୍ରକାପ୍ତା ଉଦ୍ଧାର

ସୁନ୍ଦରଗଡ଼ : ବଜ୍ରକାପ୍ତା ଉଦ୍ଧାର । ସୁନ୍ଦରଗଡ଼ ଜିଲ୍ଲା କୁଳିପୋଷ ରେଞ୍ଜର କୁଢେଇକଳା ବିଟର ବନଲତା ଗାଁରୁ ଉଦ୍ଧାର କରାଯାଇଛି…

47 mins ago