ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି : ସୋନପୁରରେ ସର୍ବାଧିକ ତାପମାତ୍ରା ୪୨.୩ ଡିଗ୍ରୀ ସେଲସିୟସ ରେକର୍ଡ

ଭୁବନେଶ୍ୱର (କେନ୍ୟୁଜ): ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି । ଜଳୁଛି ଓଡ଼ିଶା । ତାତିରେ ଅସ୍ତବ୍ୟସ୍ତ ଜନଜୀବନ । ଆଜି ରାଜ୍ୟର ୧୩ଟି ସ୍ଥାନରେ ତାପମାତ୍ରା ୪୦ ଡିଗ୍ରୀ ସେଲିସିୟସ ଉପରେ ରହିଛି । ସୋନପୁରରେ ସର୍ବାଧିକ ତାପମାତ୍ରା ୪୨.୩ ଡିଗ୍ରୀ ସେଲସିୟସ ରେକର୍ଡ କରାଯାଇଛି ।

ସେହିପରି ସମ୍ବଲପୁରରେ ୪୧.୭, ବଲାଙ୍ଗୀରରେ ୪୨.୨ ଡିଗ୍ରୀ, ବାରପିଦା ଓ ଟିଟିଲାଗଡ଼ରେ ୪୨ ଡିଗ୍ରୀ ସେଲସିୟସ ରହିଛି । ପଶ୍ଚିମ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ତାପମାତ୍ରା ଅଧିକ ରହୁଛି । ତାତି ସାଙ୍ଗକୁ ଗୁଳୁଗୁଳି ଯୋଗୁ ଲୋକମାନେ ହଇରାଣ ହେଉଛନ୍ତି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.