ଆଗକୁ ବଢୁଛି ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ: ଆସନ୍ତା ୩ରୁ ୪ଦିନ ମଧ୍ୟରେ କିଛି ଅଞ୍ଚଳକୁ ଅଗ୍ରସର ହେବାର ସମ୍ଭାବନା

ଭୁବନେଶ୍ୱର (କେନ୍ୟୁଜ):  ଆଗକୁ ବଢୁଛି ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ । ଆସନ୍ତା ୩ରୁ ୪ଦିନ ମଧ୍ୟରେ କିଛି ଅଞ୍ଚଳକୁ ଅଗ୍ରସର ହେବାର ସମ୍ଭାବନା ରହିଛି । ଏନେଇ ଭୁବନେଶ୍ୱର ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ଏହାର ପ୍ରଭାବରେ ୧୮ ତାରିଖରୁ ବଢିବ ବର୍ଷାର ବିସ୍ତୃତି ଓ ପରିମାଣ । ୧୮ ତାରିଖରେ କୋରାପୁଟ, ମାଲକାନଗିରି ଓ ରାୟଗଡ଼ା ଏବଂ ୧୯ ତାରିଖରେ ଗଞ୍ଜାମ, ଗଜପତି, ମାଲକାନଗିରି, କୋରାପୁଟ, ରାୟଗଡ଼ା ଓ କନ୍ଧମାଳ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି ।

ସେପଟେ ରାଜ୍ୟରେ ଜାରି ରହିଛି ଗ୍ରୀଷ୍ମର ପ୍ରକୋପ । ପଶ୍ଚିମ ଓଡ଼ିଶାରେ ତାତି ଜାରି ରହିଥିବା ବେଳେ ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ଗରମ ଓ ଗୁଳୁଗୁଳି କଲବଲ କରୁଛି । ଚାରି ଦିନ ଯାଏ ରାଜ୍ଯର ବିଭିନ୍ନ ଅଞ୍ଚଳରେ ଉଷ୍ମ ଓ ଆଦ୍ରବାୟୁ ପ୍ରଭାବରେ ଗରମ ଅନୁଭୂତ ହେବ । ୩ଦିନ ଯାଏ ଗୁଳୁଗୁଳିରୁ ମିଳିବନି ଆଶ୍ୱସ୍ତି। ଆଗାମୀ ୪ଦିନ ଯାଏ ରାଜ୍ୟର ଅଧିକାଂଶ ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷାର ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଏହି ସମୟରେ ୩୦ରୁ ୪୦କିମି ବେଗରେ ପବନ ବହିବ ।

Leave A Reply

Your email address will not be published.