ଆସନ୍ତାକାଲି ମହାପ୍ରଭୁଙ୍କ ବନକଲାଗି ନୀତି, ୩ ଘଣ୍ଟା ପାଇଁ ବନ୍ଦ ରହିବ ସର୍ବସାଧାରଣ ଦର୍ଶନ

ଆସନ୍ତାକାଲି ଫାଲଗୁନ ଶୁକ୍ଳ ଚତୁର୍ଥୀ ତିଥିରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏଣୁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଆପାତତଃ ସନ୍ଧ୍ୟା ୬ ରୁ ରାତି ୯ ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ।

ପୁରୀ (କେନ୍ୟୁଜ): ଆସନ୍ତାକାଲି ଫାଲଗୁନ ଶୁକ୍ଳ ଚତୁର୍ଥୀ ତିଥିରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏଣୁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଆପାତତଃ ସନ୍ଧ୍ୟା ୬ ରୁ ରାତି ୯ ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ବନକଲାଗି ନୀତି ଅତ୍ୟନ୍ତ ଗୁପ୍ତ ନୀତି ହୋଇଥିବାରୁ ଏହି ସମୟରେ ଚତୁର୍ଦ୍ଧା ମୂରତିଙ୍କ ସାଧାରଣ ଦର୍ଶନ ବନ୍ଦ ରହିବ । କିନ୍ତୁ ପାର୍ଶ୍ଵ ଦେବାଦେବୀଙ୍କୁ ଦର୍ଶନର ସୌଭାଗ୍ୟ ପାଇବେ ଭକ୍ତ ଶ୍ରଦ୍ଧାଳୁ । ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।

ଏହି ନୀତି ପାଇଁ ଜୟ ବିଜୟ ଦ୍ୱାର ବନ୍ଦ ରହିବ। ଦ୍ୱିପ୍ରହର ଧୂପ ସରିବା ପରେ ଦତ୍ତମହାପାତ୍ର ସେବକମାନେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ । ଏଥିପାଇଁ ଦତ୍ତମହାପାତ୍ର ସେବକ ପ୍ରାକୃତିକ ରଙ୍ଗ ପ୍ରସ୍ତୁତ କରିଥାନ୍ତି । ଦତ୍ତମହାପାତ୍ର ସେବକମାନେ ପ୍ରାକୃତିକ ପ୍ରଣାଳୀରେ ପ୍ରସ୍ତୁତ ପ୍ରସାଧାନରେ ଶ୍ରୀବିଗ୍ରହମାନଙ୍କ ଶ୍ରୀମୁଖକୁ ଶୃଙ୍ଗାର କରିବେ । ହିଙ୍ଗୁଳ, ହରିତାଳ, କସ୍ତୁରୀ, ନାଲି, ଧଳା ଓ କଳା ଭଳି ପାରମ୍ପରିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.