ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର ବନକଲାଗି ନୀତି, ସନ୍ଧ୍ୟା ୬ରୁ ରାତି ୧୦ ଯାଏ ଦର୍ଶନ ବନ୍ଦ

ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର ବନକଲାଗି ନୀତି ଅନୁଷ୍ଠିତ ହେବ । ଚୈତ୍ର ଶୁକ୍ଳ ଦ୍ଵିତୀୟା ତିଥିରେ ବନକଲାଗି ନୀତି ହେବ । ଏଥିପାଇଁ ସନ୍ଧ୍ୟା ୬ଟାରୁ ରାତି ୧୦ଟା ଯାଏ ଚାରି ଘଣ୍ଟା ଧରି ଦର୍ଶନ ବନ୍ଦ ରହିବ ।

ପୁରୀ (କେନ୍ୟୁଜ): ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର ବନକଲାଗି ନୀତି ଅନୁଷ୍ଠିତ ହେବ । ଚୈତ୍ର ଶୁକ୍ଳ ଦ୍ଵିତୀୟା ତିଥିରେ ବନକଲାଗି ନୀତି ହେବ । ଏଥିପାଇଁ ସନ୍ଧ୍ୟା ୬ଟାରୁ ରାତି ୧୦ଟା ଯାଏ ଚାରି ଘଣ୍ଟା ଧରି ଦର୍ଶନ ବନ୍ଦ ରହିବ । ଦ୍ଵିତୀୟ ଭୋଗମଣ୍ଡପ ପରେ ଦତ୍ତମହାପାତ୍ର ସେବକମାନେ ଶ୍ରୀମନ୍ଦିର ଗର୍ଭଗୃହକୁ ପ୍ରବେଶ କରିବା ସହ ମହାପ୍ରଭଙ୍କର ଶ୍ରୀମୁଖ ଶୃଙ୍ଗାର କରିବେ । ବନକଲାଗି ହେଉଛି ମହାପ୍ରଭୁଙ୍କର ଏକ ଗୁପ୍ତ ନୀତି । ଏହି ନୀତି ପାଇଁ ଜୟ ବିଜୟ ଦ୍ୱାର ବନ୍ଦ ରହିବ। ଦ୍ୱିପ୍ରହର ଧୂପ ସରିବା ପରେ ଦତ୍ତମହାପାତ୍ର ସେବକମାନେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ।

ପ୍ରାକୃତିକ ପ୍ରଣାଳୀରେ ପ୍ରସ୍ତୁତ ପ୍ରସାଧାନରେ ଶ୍ରୀବିଗ୍ରହଙ୍କ ଶ୍ରୀମୁଖକୁ ଶୃଙ୍ଗାର କରାଯିବ । ହିଙ୍ଗୁଳ, ହରିତାଳ, କସ୍ତୁରୀ, ନାଲି, ଧଳା ଓ କଳା ଭଳି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଯୋଗାଇ ଦିଆଯାଇ ଥିବା ପାରମ୍ପରିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ । ବନକ ଲାଗି ଏକ ଗୁପ୍ତ ସେବା ନୀତି ହୋଇଥିବାରୁ ଶ୍ରଦ୍ଧାଳୁମାନେ ଏହି ସମୟରେ ଦର୍ଶନରୁ ବଞ୍ଚିତ ରହିବେ । ବନକ ଲାଗି ନୀତି ସରିବା ପରେ ଶ୍ରୀଜୀଉଙ୍କ ଦର୍ଶନ କରିପାରିବେ ଶ୍ରଦ୍ଧାଳୁ ।

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.