ଆଜି ଶ୍ରୀଜୀଉଙ୍କ ବନକଲାଗି ନୀତି, ସନ୍ଧ୍ୟା ୬ରୁ ରାତି ୯ ପର୍ଯ୍ୟନ୍ତ ବନ୍ଦ ରହିବ ସାଧାରଣ ଦର୍ଶନ

ଆଜି ଶ୍ରୀଜୀଉଙ୍କ ବନକଲାଗି ନୀତି। ଶୁକ୍ଳ ପକ୍ଷ ଚତୁର୍ଥୀ ତିଥିରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଦ୍ବିତୀୟ ଭୋଗମଣ୍ଡପ ଶେଷ ହେବା ପରେ ୩ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ। ସନ୍ଧ୍ୟା ୬ଟାରୁ ରାତି ୯ ପର୍ଯ୍ୟନ୍ତ ବନ୍ଦ ରହିବ ସାଧାରଣ ଦର୍ଶନ।

ପୁରୀ (କେନ୍ୟୁଜ) : ଆଜି ଶ୍ରୀଜୀଉଙ୍କ ବନକଲାଗି ନୀତି। ଶୁକ୍ଳ ପକ୍ଷ ଚତୁର୍ଥୀ ତିଥିରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଦ୍ବିତୀୟ ଭୋଗମଣ୍ଡପ ଶେଷ ହେବା ପରେ ୩ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ। ସନ୍ଧ୍ୟା ୬ଟାରୁ ରାତି ୯ ପର୍ଯ୍ୟନ୍ତ ବନ୍ଦ ରହିବ ସାଧାରଣ ଦର୍ଶନ। ଏହି ସମୟରେ ଚତୁର୍ଦ୍ଧା ମୂରତିଙ୍କ ସାଧାରଣ ଦର୍ଶନ ବନ୍ଦ ରହିବ । କିନ୍ତୁ ପାର୍ଶ୍ଵ ଦେବାଦେବୀଙ୍କୁ ଦର୍ଶନର ସୌଭାଗ୍ୟ ପାଇବେ ଭକ୍ତ ଶ୍ରଦ୍ଧାଳୁ । ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।

ଦ୍ବିପହର ଧୂପ ସରିବା ପରେ ଦତ୍ତମହାପାତ୍ର ସେବକମାନେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ। ହିଙ୍ଗୁଳ, ହରିତାଳ, କସ୍ତୁରୀ, ନାଲି , ଧଳା ଓ କଳା ଭଳି ପାରମ୍ପରିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃହ୍କାର କରାଯିବ। ଏହା ଏକ ଗୁପ୍ତ ସେବା ନୀତି ହୋଇଥିବାରୁ ସର୍ବସାଧାରଣ ଦର୍ଶନ ବନ୍ଦ ରଖାଯିବ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.