Below header

କିଟ୍‌ ବିଶ୍ୱବିଦ୍ୟାଳୟର ୧୬ତମ ସମାବର୍ତ୍ତନ ସମାରୋହ: ଆଧ୍ୟାତ୍ମିକ ଗୁରୁ ଶ୍ରୀ ଶ୍ରୀ ରବିଶଙ୍କର ଓ IMD ମହାନିର୍ଦ୍ଦେଶକ ଡକ୍ଟର ମୃତ୍ୟୁଞ୍ଜୟ ମହାପାତ୍ରଙ୍କୁ କିଟ୍‌ ପକ୍ଷରୁ ସମ୍ମାନ ସୂଚକ ଡକ୍ଟରେଟ୍‌ ଡିଗ୍ରୀ ପ୍ରଦାନ

କେନ୍ୟୁଜ୍(ବ୍ୟୁରୋ):  କିଟ୍‌ ବିଶ୍ୱବିଦ୍ୟାଳୟର ୧୬ତମ ସମାବର୍ତ୍ତନ ସମାରୋହ । କରୋନା ମହାମାରୀକୁ ଦୃଷ୍ଟିରେ ରଖି ଚଳିତବର୍ଷ ଭର୍ଚୁଆଲରେ ସମାବର୍ତ୍ତନ ଉତ୍ସବ ଅନୁଷ୍ଠିତ ହୋଇଛି । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ ନୋବେଲ ବିଜେତା ତଥା ବାଂଲାଦେଶ ଗ୍ରାମୀଣ ବ୍ୟାଙ୍କର ପ୍ରତିଷ୍ଠାତା ପ୍ରଫେସର ମହମ୍ମଦ ୟୁନୁସ୍‌ । ସେ ଦୀକ୍ଷାନ୍ତ ଭାଷଣ ପ୍ରଦାନ କରିଛନ୍ତି ।

kiit con

ଆଧ୍ୟାତ୍ମିକ ଗୁରୁ ଶ୍ରୀ ଶ୍ରୀ ରବିଶଙ୍କର, ଭାରତୀୟ ପାଣିପାଗ ବିଭାଗ ମହାନିର୍ଦ୍ଦେଶକ ଡକ୍ଟର ମୃତ୍ୟୁଞ୍ଜୟ ମହାପାତ୍ରଙ୍କୁ କିଟ୍‌ ପକ୍ଷରୁ ସମ୍ମାନ ସୂଚକ ଡକ୍ଟରେଟ୍‌ ଡିଗ୍ରୀ ପ୍ରଦାନ କରାଯାଇଛି । ସୁନିଲ କୁମାର ଚୌଧୁରୀଙ୍କୁ ମଧ୍ୟ ସମ୍ମାନ ସୁଚକ ଡକ୍ଟରେଟ୍‌ ଡିଗ୍ରୀ ପ୍ରଦାନ କରାଯାଇଛି ।

kiit convocation

ବିଭିନ୍ନ ବିଭାଗରେ ଶ୍ରେଷ୍ଠତା ପ୍ରତିପାଦନ କରିଥିବା ଛାତ୍ରଛାତ୍ରୀଙ୍କୁ ସ୍ୱର୍ଣ୍ଣ ପଦକ ଓ ରୌପ୍ୟ ପଦକ ପ୍ରଦାନ କରାଯାଇଛି । ବିଭିନ୍ନ ବିଭାଗରେ କୃତକାର୍ଯ୍ୟ ହୋଇଥିବା ଛାତ୍ରଛାତ୍ରୀଙ୍କୁ ସ୍ନାତକ, ସ୍ନାତକୋତ୍ତର ଓ ପିଏଚଡି ଡିଗ୍ରୀ ପ୍ରଦାନ କରାଯାଇଛି । କାର୍ଯ୍ୟକ୍ରମରେ କିଟ୍‌ ଓ କିସ୍‌ ପ୍ରତିଷ୍ଠାତା ଡକ୍ଟର ଅଚ୍ୟୁତ ସାମନ୍ତ, କୁଳାଧିପତି ପ୍ରଫେସର ବେଦ ପ୍ରକାଶ, ଉପକୁଳାଧିପତି ଡକ୍ଟର ସୁବ୍ରତ ଆଚାର୍ଯ୍ୟ, କୁଳପତି ପ୍ରଫେସର ହୃଷୀକେଶ ମହାନ୍ତି, ଉପକୁଳପତି ପ୍ରଫେସର ସସ୍ମିତାରାଣୀ ସାମନ୍ତ, କୁଳସଚିବ ପ୍ରଫେସର ଜ୍ଞାନ ରଞ୍ଜନ ମହାନ୍ତି ପ୍ରମୁଖ ଉପସ୍ଥିତ ଥିଲେ । ଛାତ୍ରଛାତ୍ରୀଙ୍କୁ ଭର୍ଚୁଆଲରେ ସାର୍ଟିଫିକେଟ ପ୍ରଦାନ କରାଯାଇଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.