ରାଜ୍ୟ

ସାମୟିକ କଳା ଓ କ୍ରୀଡା ଶିକ୍ଷକଙ୍କ ପାରିଶ୍ରମିକ ବୃଦ୍ଧି କଲେ ମୁଖ୍ୟମନ୍ତ୍ରୀ, ଉପକୃତ ହେବେ ୪୬୦୫ ଜଣ ଶିକ୍ଷକ-ଶିକ୍ଷୟତ୍ରୀ

ଭୁବନେଶ୍ୱର (କେନ୍ୟୁଜ): ରାଜ୍ୟର ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଗୁଡିକରେ ନିୟୋଜିତ ସାମୟିକ କଳା ଓ କ୍ରୀଡ଼ା ପ୍ରଶିକ୍ଷକମାନଙ୍କ ମାସିକ ପାରିଶ୍ରମିକକୁ ରାଜ୍ୟ ସରକାର ସାତ ହଜାର ଟଙ୍କାରୁ ଦଶ ହଜାର ଟଙ୍କାକୁ ବୃଦ୍ଧି କରିଛନ୍ତି । ଏନେଇ ଆଜି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏଣିକି ସେମାନଙ୍କ ମାସିକ ପାରିଶ୍ରମିକ ବର୍ଷକୁ ୧୦ ମାସ ପରିବର୍ତ୍ତେ ପୁରା ୧୨ ମାସ ପାଇଁ ପାଇବେ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି ଏବଂ ମାସିକ ୨୪ଟି ପରିୟଡ ପରିବର୍ତ୍ତେ ୩୦ଟି ପିରିୟଡରେ ଶିକ୍ଷା ପ୍ରଦାନ କରିବେ। ଏହାସହିତ ଅନ୍ୟ ସରକାରୀ କର୍ମଚାରୀ ମାନଙ୍କ ପରି ମହିଳା କଳା ଓ କ୍ରୀଡା ପ୍ରଶିକ୍ଷକ ମାନେ ଆବଶ୍ୟକସ୍ଥଳେ ମାତୃତ୍ବ ଛୁଟି ମଧ୍ୟ ପାଇପାରିବେ।

୫-ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ରାଜ୍ୟର ବିଭିନ୍ନ ଜିଲ୍ଲା ଗସ୍ତ କରିବା ସମୟରେ ଶିକ୍ଷକ-ଶିକ୍ଷୟିତ୍ରୀମାନେ ଏନେଇ ତାଙ୍କର ଦୃଷ୍ଟି ଆକର୍ଷଣ କରିଥିଲେ । ତେବେ ଏହି ସମସ୍ୟା ଉପରେ ବିଚାର କରି ମୁଖ୍ୟମନ୍ତ୍ରୀ ବଡ଼ ନିଷ୍ପତ୍ତି ଗ୍ରହଣ କରିଛନ୍ତି । ଏହାସହିତ ଅନ୍ୟ ସରକାରୀ କର୍ମଚାରୀ ମାନଙ୍କ ପରି ମହିଳା କଳା ଓ କ୍ରୀଡା ପ୍ରଶିକ୍ଷକମାନେ ମଧ୍ୟ ଆବଶ୍ୟକସ୍ଥଳେ ମାତୃତ୍ୱ ଛୁଟି ପାଇପାରିବେ । ରାଜ୍ୟ ସରକାରଙ୍କର ଏହି ନିଷ୍ପତ୍ତି ଫଳରେ ୪୬୦୫ ଜଣ ଶିକ୍ଷକ-ଶିକ୍ଷୟତ୍ରୀ ଉପକୃତ ହେବେ । ସୂଚନାଯୋଗ୍ୟ ଯେ, ରାଜ୍ୟର କେତେକ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପିଲାମାନଙ୍କ କଳା ଓ ଶାରୀରିକ ଶିକ୍ଷା ତାଲିମ ଦେବା ପାଇଁ ସାମୟିକ କଳା ଓ କ୍ରୀଡା ଶିକ୍ଷକଙ୍କୁ ନିୟୋଜିତ କରାଯାଇଛି ।

 

Barsha

Recent Posts

ଚାନ୍ଦବାଲି ପୋଲିସର ବର୍ବରତା: ଥାନା ଆଗରେ ମହିଳାଙ୍କୁ ନିର୍ଧୁମ ମାଡ଼

ଚାନ୍ଦବାଲି: ବର୍ବରତାର ସୀମା ଟପିଛି ଭଦ୍ରକ ଜିଲ୍ଲା ଚାନ୍ଦବାଲି ପୋଲିସ୍ । ଯାହାର ଭିଜୁଆଲ୍ କ୍ୟାମେରାରେ କଏଦ ହୋଇଥିଲେ ସୁଦ୍ଧା…

17 mins ago

ଜାଣନ୍ତୁ ଆଜିର ପେଟ୍ରୋଲ ଓ ଡିଜେଲ ଦର

ଭୁବନେଶ୍ୱରରେ ଆଜି ପେଟ୍ରୋଲ ଦର ୧୦୧ ଟଙ୍କା ୦୫ ପଇସା ରହିଥିବା ବେଳେ ଡିଜେଲ ଦାମ୍ ପ୍ରତି ଲିଟର ପିଛା…

27 mins ago

ଆସନ୍ତାକାଲି ଭାରତ-ଇଂଲଣ୍ଡ ଟି୨୦ ବିଶ୍ୱକପ୍ ସେମିଫାଇନାଲ ଲଢ଼େଇ

କାଲି ଭାରତ-ଇଂଲଣ୍ଡ ଟି୨୦ ବିଶ୍ୱକପ୍ ସେମିଫାଇନାଲ ଲଢ଼େଇ । ୨୦୨୨ ପରାଜୟର ବଦଲା ନେବାକୁ ପ୍ରସ୍ତୁତ ରୋହିତ ବାହିନୀ ।…

1 hour ago

ଆଜି ଅନୁଷ୍ଠିତ ହେବ ରଥଯାତ୍ରାର ଦ୍ୱିତୀୟ ସମନ୍ୱୟ ବୈଠକ

ପୁରୀ: ଆଜି ଅନୁଷ୍ଠିତ ହେବ ରଥଯାତ୍ରାର ଦ୍ୱିତୀୟ ସମନ୍ୱୟ ବୈଠକ । ପୁରୀ ପୌରସଦନ ଠାରେ ଆଇନ ମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ…

1 hour ago

ଜାଣନ୍ତୁ ସୁନା ଦର କେତେ ରହିଛି ଆଜି

ଜାଣନ୍ତୁ, କେତେ ରହିଛି ଆଜି ସୁନା ଦର । ଯଦି ଆପଣ ବିବାହ ସିଜିନରେ ଶସ୍ତାରେ ସୁନା କିଣିବାକୁ ଚାହାଁନ୍ତି…

1 hour ago

ଭିଜିଲାନ୍ସ ଜାଲରେ ଆରଆଇ: ୭ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରାପଡିଲେ

ଭଞ୍ଜନଗର: ଭିଜିଲାନ୍ସ ଜାଲରେ ଆରଆଇ । ୭ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରିଲା ଭିଜିଲାନ୍ସ । ଗଂଜାମ…

1 hour ago