କେନ୍ୟୁଜ୍ (ବ୍ୟୁରୋ): ବାତ୍ୟା ଅମ୍ଫାନ୍ ମୁକାବିଲା ପାଇଁ ଓଡ଼ିଶା ସରକାର ପ୍ରସ୍ତୁତ । ଉପକୂଳର ୪ଟି ଜିଲ୍ଲା ବାଲେଶ୍ୱର, ଭଦ୍ରକ, ଜଗତସିଂହପୁର ଓ କେନ୍ଦ୍ରାପଡ଼ାରେ ଅଧିକ ପ୍ରଭାବ ପଡ଼ିବା ସମ୍ଭାବନା ରହିଛି । ଏହି ୪ ଜିଲ୍ଲାରେ ପବନର ବେଗ ଅଧିକ ରହିବ । ସତର୍କ ରହିବା ପାଇଁ ସେସବୁ ଜିଲ୍ଲାର ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ସେହିପରି ଆଲର୍ଟରେ ୧୨ଟି ଜିଲ୍ଲା । ବାତ୍ୟା ମୁକାବିଲା ପାଇଁ ସମସ୍ତ ପ୍ରସ୍ତୁତି କରାଯାଇଥିବା ସ୍ୱତନ୍ତ୍ର ରିଲିଫ୍ କମିଶନର ସୂଚନା ଦେଇଛନ୍ତି ।
ଲୋକଙ୍କୁ ସ୍ଥାନାନ୍ତର ପାଇଁ ସବୁ ଜିଲ୍ଲାପାଳଙ୍କୁ ସତର୍କ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି । ଆବଶ୍ୟକ ହେଲେ ଆସନ୍ତାକାଲିଠୁ ସ୍ଥାନାନ୍ତର ପ୍ରକ୍ରିୟା ଆରମ୍ଭ କରାଯିବ । ଏବେ ସୁଦ୍ଧା ୭ ହଜାର ୯୨ଟି ବାତ୍ୟା ଆଶ୍ରୟସ୍ଥଳ ଚିହ୍ନଟ ହୋଇଛି । ସାମାଜିକ ଦୂରତା ସହ ୧୧ ଲକ୍ଷ ଲୋକଙ୍କୁ ସ୍ଥାନାନ୍ତର କରିବା ପାଇଁ ବ୍ୟବସ୍ଥା କରାଯାଇଥିବା କହିଛନ୍ତି ସ୍ୱତନ୍ତ୍ର ରିଲିଫ୍ କମିଶନର ପ୍ରଦୀପ ଜେନା ।
ସିଭିୟର ସାଇକ୍ଲୋନିକ ଷ୍ଟର୍ମର ରୂପ ନେଇ ବଙ୍ଗୋପସାଗରରେ ଆଗକୁ ବଢୁଛି ଅମ୍ଫାନ । ଘଣ୍ଟାପ୍ରତି ବର୍ତ୍ତମାନ ୩ କିଲୋମିଟର ବେଗରେ ଗତି କରୁଛି । ଆସନ୍ତା ୨୦ ତାରିଖ ସନ୍ଧ୍ୟାରେ ପଶ୍ଚିମବଙ୍ଗ-ବାଂଲାଦେଶ ମଧ୍ୟରେ ଲ୍ୟାଣ୍ଡଫଲ୍ କରିପାରେ ବାତ୍ୟା । ପଶ୍ଚିମବଙ୍ଗ-ବାଂଲାଦେଶ ଉପକୂଳ ଦୀଘା ଓ ହାତିଆ ଦୀପ ମଧ୍ୟରେ ସ୍ଥଳଭାଗ ଛୁଇଁବା ସମ୍ଭାବନା ଥିବା କହିଛି ଭାରତୀୟ ପାଣିପାଗ ବିଭାଗ । ୨୦ ତାରିଖ ଅପରାହ୍ଣରୁ ସଂଧ୍ୟା ମଧ୍ୟରେ ଭେରି ସିଭିୟର ସାଇକ୍ଲୋନିକ ଷ୍ଟର୍ମ ଭାବରେ ଅମ୍ପାନ ସ୍ଥଳଭାଗ ଛୁଇଁବ ।
ଗତ ୬ ଘଣ୍ଟା ହେବ ବାତ୍ୟା ୩ କିଲୋମିଟର ବେଗରେ ଆଗକୁ ବଢୁଛି । ବର୍ତ୍ତମାନ ପାରାଦୀପଠାରୁ ୯୮୦ କିଲୋମିଟର ଦକ୍ଷିଣ ଓ ଦୀଘାଠାରୁ ୧୧୩୦ କିମି ଦକ୍ଷିଣ-ଦକ୍ଷିଣପଶ୍ଚିମ ଦିଗରେ କେନ୍ଦ୍ରୀଭୂତ ରହିଛି ବାତ୍ୟା । ଆସନ୍ତା ୧୨ ଘଣ୍ଟା ଭିତରେ ଏହା ଅଧିକ ଘନୀଭୂତ ହୋଇ ଭେରି ସିଭିୟର ସାଇକ୍ଲୋନିକ୍ ଷ୍ଟର୍ମର ରୂପ ନେବ ।
ଆସନ୍ତା ୨୪ ଘଣ୍ଟାରେ ଅମ୍ଫାନ ଉତ୍ତର ଦିଗକୁ ଗତି କରିବା ସହ ଦିଗ ପରିବର୍ତ୍ତନ କରି ଉତ୍ତର-ଉତ୍ତରପୂର୍ବ ଦିଗରେ ପଶ୍ଚିମବଙ୍ଗ ଓ ବାଂଲାଦେଶ ଉପକୂଳ ମୁହାଁ ହେବ । ପଶ୍ଚିମବଙ୍ଗର ଦୀଘା ଓ ବାଂଲାଦେଶର ହାତିଆ ଦୀପ ମଧ୍ୟରେ ସ୍ଥଳ ଭାଗ ଛୁଇଁବ । ଏତିକିବେଳେ ପବନର ବେଗ ୧୫୫ରୁ ୧୬୮ କିଲୋମିଟର ରହିପାରେ ।
କନ୍ଧମାଳ (କେନ୍ୟୁଜ୍): କନ୍ଧମାଳ ଜିଲ୍ଲା ରାଇକିଆ ଥାନା ଅନ୍ତର୍ଗତ ଇନ୍ଦ୍ରଗଡ ଗ୍ରାମରେ କାଳ ବୈଶାଖୀ ପ୍ରଭାବରେ ପ୍ରବଳ ବର୍ଷା ପବନ…
ବାଲେଶ୍ବର (କେନ୍ୟୁଜ୍): ବାଲେଶ୍ବର ଗୋଷ୍ଠୀ ଉତ୍ତେଜନା ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀଙ୍କ ହସ୍ତକ୍ଷେପ । ପରିସ୍ଥିତିକୁ ନିୟନ୍ତ୍ରଣ ପାଇଁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି…
କଟକ(କେନ୍ୟୁଜ୍): ଦାୟିତ୍ବ ନେବା ପରେ ଆଜି ପ୍ରଥମ ଥର କଟକ ଗସ୍ତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । କଟକ…
ଭୁବନେଶ୍ୱର : ଭାରତୀୟ ଗଣମାଧ୍ୟମର ଅତି ପରିଚିତ ବ୍ୟକ୍ତିତ୍ୱ ତଥା ରାମୋଜୀ ଗ୍ରୁପର ଅଧ୍ୟକ୍ଷ ରାମୋଜୀ ରାଓଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି…
ଭୁବନେଶ୍ୱର(କେନ୍ୟୁଜ୍): ଗରମ, ଗୁଳୁଗୁଳିରେ ଅସ୍ତବ୍ୟସ୍ତ ଜନଜୀବନ। ଆହୁରି ତିନି ଦିନ ଯାଏ ଏଥିରୁ ମିଳିବନି ଆଶ୍ବସ୍ତି । ଆସନ୍ତା ତିନିଦିନ…
ବାଲେଶ୍ବର(କେନ୍ୟୁଜ୍): ବାଲେଶ୍ବରରେ ଦୁଇ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ ପରେ ୧୪୪ ଧାରା ଜାରି। କୌଣସି ଏକ କାରଣରୁ ଭୁଜାଖିଆ ପୀର…