ସମ୍ଭାବ୍ୟ ଲଘୁଚାପ ବର୍ଷା ପାଇଁ ସତର୍କ କଲେ ଏସଆରସି, ଅମଳ ଧାନକୁ ସୁରକ୍ଷିତ ସ୍ଥାନକୁ ନେବାକୁ ପରାମର୍ଶ

କେନ୍ୟୁଜ୍(ବ୍ୟୁରୋ):  ସମ୍ଭାବ୍ୟ ଲଘୁଚାପ ବର୍ଷା ପାଇଁ ଆଲର୍ଟ କଲେ ସ୍ୱତନ୍ତ୍ର ରିଲିଫ କମିସନର । ସମସ୍ତ ଜିଲ୍ଲାପାଳଙ୍କୁ ଚିଠି ଲେଖି ସ୍ଥିତି ନିରୀକ୍ଷଣ ସହ ଆବଶ୍ୟକ ସ୍ଥଳେ ପଦକ୍ଷେପ ଗ୍ରହଣ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। କ୍ଷେତରୁ ଅମଳ ଧାନକୁ ସୁରକ୍ଷିତ ସ୍ଥାନକୁ ନେବା ସହ ଘୋଡ଼ାଇ ରଖିବାକୁ ପରାମର୍ଶ ଦିଆଯାଇଛି।

କଟା ଯିବାକୁ ଥିବା ଧାନକୁ ତୁରନ୍ତ କାଟି ସୁରକ୍ଷିତ ନେବାକୁ ପରାମର୍ଶ ଦେଇଛନ୍ତି। ବର୍ଷା କ୍ଷୟକ୍ଷତିରୁ ରୋକିବାକୁ ଧାନ ମଣ୍ଡିରେ ମଧ୍ୟ ଆବଶ୍ୟକ ବ୍ୟବସ୍ଥା ଗ୍ରହଣ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ଧୀବରମାନଙ୍କ ପାଇଁ ଜାରି ନିର୍ଦ୍ଦେଶାବଳୀକୁ କଡ଼ାକଡ଼ି ପାଳନ ପାଇଁ ନିର୍ଦ୍ଦେଶ ରହିଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.