ରାଜ୍ୟ

ନିର୍ବାଚନ ଋତୁ ଥିବାରୁ ଖରାକୁ ଦୃଷ୍ଟିରେ ରଖି ଜିଲ୍ଲାପାଳମାନଙ୍କୁ ସତର୍କ କଲେ SRC

ଭୁବନେଶ୍ବର(କେନ୍ୟୁଜ୍‌): ସାଧାରଣ ନିର୍ବାଚନ ୨୦୨୪ ବେଳେ ପ୍ରବଳ ଖରାକୁ ଦୃଷ୍ଟିରେ ରଖି ଜିଲ୍ଲାପାଳମାନଙ୍କୁ ସତର୍କ କଲେ ସ୍ବତନ୍ତ୍ର ରିଲିଫ କମିସନର ସତ୍ୟବ୍ରତ ସାହୁ । ଗ୍ରୀଷ୍ମପ୍ରବାହ ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଥିବାରୁ ଚିଠି ଲେଖି ସମସ୍ତ ଜିଲ୍ଲାପାଳଙ୍କୁ ସତର୍କ କରିଛନ୍ତି ଏସଆରସି । ନିର୍ବାଚନ ଋତୁ ହୋଇଥିବାରୁ ଅଧିକ ସତର୍କ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି । ଅଂଶୁଘାତରୁ ରକ୍ଷା ପାଇଁ ବିଭିନ୍ନ ପ୍ରତିଷେଧମୂଳକ ପଦକ୍ଷେପ ଗ୍ରହଣ କରିବାକୁ ପରାମର୍ଶ ଦିଆଯାଇଛି ।

ପାନୀୟ ଜଳର ବ୍ୟବସ୍ଥା, ସାମୟିକ ଆଶ୍ରୟସ୍ଥଳୀ ନିର୍ମାଣ, ଶ୍ରମ ସମୟ ହ୍ରାସ କରିବା, ସ୍କୁଲ ଓ କଲେଜରେ ଶିକ୍ଷାଦାନ ସମୟ ହ୍ରାସ କରିବା, ଜରୁରୀକାଳିନ ଓ ଡାକ୍ତରୀ ସେବା ଯୋଗାଇବା ଉପରେ ଗୁରୁତ୍ବ ଦେଇଛନ୍ତି ଏସଆରସି । ନିର୍ବାଚନ ଋତୁ ଆରମ୍ଭ ହୋଇଯାଇଥିବାରୁ ରାଲି ସମୟରେ ସତର୍କତା ଗ୍ରହଣ କରିବାକୁ ମଧ୍ୟ ପରାମର୍ଶ ଦିଆଯାଇଛି । ସେହିପରି କେନ୍ଦ୍ର ଗୃହ ମନ୍ତ୍ରାଳୟର ଜାତୀୟ ବିପର୍ଯ୍ୟୟ ପ୍ରଶମନ ପ୍ରାଧିକରଣ ପ୍ରତ୍ୟେକ ରାଜ୍ୟମାନଙ୍କୁ ଗ୍ରୀଷ୍ମପ୍ରବାହ ନେଇ ମଧ୍ୟ ଚିଠି ଲେଖି ସତର୍କ ରହିବାକୁ ପରାମର୍ଶ ଦେଇଛି ।

Sasmita

Recent Posts

ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀଙ୍କ ବଡ଼ ବୟାନ, ନିଶା ଦ୍ୱାରା ସମାଜ କଳୁଷିତ ହେଉଛି

ଭୁବନେଶ୍ୱର: ଓଡ଼ିଶାକୁ ମଦ ମୁକ୍ତ କରିବା ପାଇଁ ଯୋଜନା । ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀଙ୍କ ବଡ଼…

7 mins ago

ମଦ ପାଇଁ ପ୍ରତି ବର୍ଷ ଯାଉଛି ୩୦ ଲକ୍ଷ ଲୋକଙ୍କ ଜୀବନ, ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ୍‌ ଦେଲା ଚେତାବନୀ

ପ୍ରତି ବର୍ଷ ୩୦ ଲକ୍ଷ ଲୋକଙ୍କର ମଦ ପାଇଁ ଯାଉଛି ଜୀବନ । ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ମଙ୍ଗଳବାର ଏହା…

18 mins ago

ଆଫଗାନିସ୍ତାନର ଐତିହାସିକ ବିଜୟ ପରେ ରାଶିଦ ଖାନଙ୍କୁ ଆସିଲା ସରପ୍ରାଇଜ କଲ୍‌, ଭିଡିଓ ଭାଇରଲ

ଆଇସିସି ଟି୨୦ ବିଶ୍ୱ ସେମିଫାଇନାଲରେ ପ୍ରବେଶ କରି ଇତିହାସ ରିଚିଛି ଆଫଗାନିସ୍ତାନ ଟିମ୍‌ । ଅଷ୍ଟ୍ରେଲିଆକୁ ହରାଇ ଟି୨୦ ବିଶ୍ୱକପରୁ…

29 mins ago

ଓଡ଼ିଶା ଆସି ପୁରୀ ରଥଯାତ୍ରା ଦେଖିବେ ରାଷ୍ଟ୍ରପତି

ପୁରୀ: ରଥଯାତ୍ରା ଦେଖିବେ ରାଷ୍ଟ୍ରପତି । ୭ ଓ ୮ ତାରିଖ ଦୁଇ ଦିନ ପୁରୀରେ ରହି ଶ୍ରୀଜିଉଙ୍କୁ ଦର୍ଶନ…

57 mins ago

ରେଲୱେରେ ଗ୍ରୁପ ଡିରେ ୧,୦୩,୭୬୯ ପଦବୀ ଖାଲି, ଜାଣନ୍ତୁ କେମିତି କରିବେ ଆବେଦନ

ଭାରତୀୟ ରେଲୱେରେ ଚାକିରି ଖୋଜୁଥିଲେ ଆପଣଙ୍କ ପାଇଁ ଖୁସି ଖବର । ଆରଆରବି ଗ୍ରୁପ ଡି ପାଇଁ ୧,୦୩,୭୬୯ ପଦବୀ…

1 hour ago

ଦିଲ୍ଲୀ ସିଏମ୍‌ ଅରବିନ୍ଦ କେଜ୍ରିଓ୍ଵାଲଙ୍କ ସ୍ୱାସ୍ଥ୍ୟାବସ୍ଥା ବିଗିଡ଼ିଲା, କମିଲା ସୁଗାର ସ୍ତର

ବିଗିଡ଼ିଲା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ଵାଲଙ୍କ ସ୍ୱାସ୍ଥ୍ୟାବସ୍ଥା । କୋର୍ଟ ରୁମ୍‌ରେ ତାଙ୍କ ସୁଗାର ସ୍ତର କମିଯାଇଥିବା ସୂଚନା ମିଳିଛି…

1 hour ago