ରାଜ୍ୟ

ଏସଆରସି ନେବେ ବାଣ ବିକ୍ରି ଓ ବାଣ ଫୁଟା ଉପରେ ନିଷ୍ପତ୍ତି,କାଲି ୧୧ଟା ସୁଦ୍ଧା ଶୁଣାଣି କରିବେ

କେନ୍ୟୁଜ୍(ବ୍ୟୁରୋ): ଦୀପାବଳିରେ ବାଣ ବିକ୍ରି ହେବ ନା ନାହିଁ? ବାଣ ଫୁଟାଇବାକୁ ଅନୁମତି ମିଳିବ କି ନାହିଁ ? ରାଜ୍ୟ ସରକାରଙ୍କ ଉପରେ ନିଷ୍ପତ୍ତି ଛାଡ଼ିଲେ ହାଇକୋର୍ଟ। ସ୍ୱତନ୍ତ୍ର ରିଲିଫ୍‌ କମିଶନର ଏନେଇ ନେବେ ନିଷ୍ପତ୍ତି । ଆସନ୍ତାକାଲି ପୂର୍ବାହ୍‌ଣରେ ଶୁଣାଣି କରିବେ ଏସ୍‌ଆରସି । ହାଇକୋର୍ଟରେ ଗ୍ରୀନ କ୍ରାକର ବା ସବୁଜ ବାଣ ବିକ୍ରି ଓ ଫୁଟାଇବାକୁ ଅନୁମତି ଦେବାକୁ ଆବେଦନ ହୋଇଛି। ସୁପ୍ରିମକୋର୍ଟ ଓ ଜାତୀୟ ଗ୍ରୀନ ଟ୍ରିବୁନାଲଙ୍କ ନିର୍ଦ୍ଦେଶନାମା ଅନୁଯାୟୀ ନିଷ୍ପତ୍ତି ନେବେ ଏସଆରସି ।

ସୋମବାର ସୁଦ୍ଧା ହାଇକୋର୍ଟଙ୍କୁ ଅବଗତ କରାଇବେ । ସୋମବାର ଅପରାହ୍‌ଣରେ ହାଇକୋର୍ଟରେ ମାମଲାର ପରବର୍ତ୍ତୀ ଶୁଣାଣି ହେବ। ଏହି ମାମଲାରେ ଆଜି ହାଇକୋର୍ଟରେ ଡେପୁଟି ଚିଫ୍‌ କଣ୍ଟ୍ରୋଲର ଅଫ ଏକ୍ସପ୍ଲୋସିଭଙ୍କ ପକ୍ଷରୁ ଏକ ସତ୍ୟପାଠ ଦାଖଲ କରାଯାଇଥିଲା । ଅଳ୍ପ ଶବ୍ଦ ହେଉଥିବା ବାଣ ପାଇଁ ସୁପ୍ରିମକୋର୍ଟ ଓ ଗ୍ରୀନ ଟ୍ରିବୁନାଲଙ୍କ ନିଷ୍ପତ୍ତିକୁ ପାଥେୟ କରି ଅନୁମତି ଦିଆଯାଇ ପାରିବ ବୋଲି ସତ୍ୟପାଠରେ ଦର୍ଶାଇଛନ୍ତି । ମାମଲାରେ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ସହିତ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ ଓ କମିଶନରେଟ ପୋଲିସକୁ ପକ୍ଷ ରଖିବାକୁ ପୂର୍ବରୁ ନିର୍ଦ୍ଦେଶ ଦେଇଥିଲେ ହାଇକୋର୍ଟ । ମାମଲାରେ ୭ ଜଣ ପକ୍ଷଭୁକ୍ତ ହୋଇଛନ୍ତି ।

ଅଲ୍‌ ଓଡ଼ିଶା ଫାୟାର ଓ୍ଵାର୍କସ ଡିଲର୍ସ ଆସୋସିଏସନ୍‌ ପକ୍ଷରୁ ଦାୟର ଆବେଦନରେ ଉଲ୍ଲେଖ ରହିଛି, ରାଜ୍ୟରେ କରୋନା ସଂକ୍ରମଣ ସ୍ଥିତିରେ ସୁଧାର ଆସିଛି । ଏଥିପାଇଁ ସରକାର ସାମାଜିକ କାର୍ଯ୍ୟ ପାଇଁ କଟକଣା କୋହଳ କରିଛନ୍ତି । ଯଦି ବାଣ ବିକ୍ରି ଓ ଫୁଟାଇବା ଉପରେ କଟକଣା ଦ୍ୱାରା ଛୋଡ଼ବଡ଼ ବ୍ୟବସାୟୀ ବ୍ୟାପକ ସମସ୍ୟାର ସମ୍ମୁଖୀନ ହେବେ । ଏଥିପାଇଁ ସବୁଜ ବାଣ ବିକ୍ରିକୁ ଅନୁମତି ଦେବାକୁ ଆବେଦନରେ ଦର୍ଶାଯାଇଛି । ଗତ ସେପ୍ଟେମ୍ବର ୩୦ରେ ସରକାର ନୂଆ ନିୟମାବଳୀ ଜାରି କରି ଚଳିତ ବର୍ଷ ଦୀପାବଳି ଓ ପାର୍ବଣରେ ବାଣ ବିକ୍ରି ଓ ଫୁଟାଇବା ଉପରେ କଟକଣା ଲଗାଇଥିଲେ ।

KNews Bureau

Recent Posts

ତାଣ୍ଡବ ରଚିଲା କାଳବୈଶାଖୀ, ୮ ଗାଈ ମୃତ

କନ୍ଧମାଳ (କେନ୍ୟୁଜ୍‌): କନ୍ଧମାଳ ଜିଲ୍ଲା ରାଇକିଆ ଥାନା ଅନ୍ତର୍ଗତ ଇନ୍ଦ୍ରଗଡ ଗ୍ରାମରେ କାଳ ବୈଶାଖୀ ପ୍ରଭାବରେ ପ୍ରବଳ ବର୍ଷା ପବନ…

1 hour ago

ବାଲେଶ୍ବର ଗୋଷ୍ଠୀ ଉତ୍ତେଜନା ପ୍ରସଙ୍ଗରେ ପରିସ୍ଥିତିକୁ ନିୟନ୍ତ୍ରଣ ପାଇଁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ

ବାଲେଶ୍ବର (କେନ୍ୟୁଜ୍‌): ବାଲେଶ୍ବର ଗୋଷ୍ଠୀ ଉତ୍ତେଜନା ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀଙ୍କ ହସ୍ତକ୍ଷେପ । ପରିସ୍ଥିତିକୁ ନିୟନ୍ତ୍ରଣ ପାଇଁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି…

1 hour ago

ନେତାଜୀ ସଂଗ୍ରହାଳୟ ପରିଦର୍ଶନ କଲେ ମୁଖ୍ୟମନ୍ତ୍ରୀ

କଟକ(କେନ୍ୟୁଜ୍‌): ଦାୟିତ୍ବ ନେବା ପରେ ଆଜି ପ୍ରଥମ ଥର କଟକ ଗସ୍ତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । କଟକ…

2 hours ago

ରାମୋଜୀ ରାଓଙ୍କୁ ଶ୍ରଦ୍ଧାଞ୍ଜଳି, ବିନ୍ଦୁସାଗରରେ ତିଳତର୍ପଣ କଲେ ପୂର୍ବତନ କର୍ମଚାରୀ

ଭୁବନେଶ୍ୱର : ଭାରତୀୟ ଗଣମାଧ୍ୟମର ଅତି ପରିଚିତ ବ୍ୟକ୍ତିତ୍ୱ ତଥା ରାମୋଜୀ ଗ୍ରୁପର ଅଧ୍ୟକ୍ଷ ରାମୋଜୀ ରାଓଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି…

2 hours ago

ଆସନ୍ତା ୩ ଦିନ ପ୍ରଚଣ୍ଡ ଗୁଳୁଗୁଳି, ଚେତାବନୀ ଜାରି କଲା ପାଣିପାଗ କେନ୍ଦ୍ର

ଭୁବନେଶ୍ୱର(କେନ୍ୟୁଜ୍‌): ଗରମ, ଗୁଳୁଗୁଳିରେ ଅସ୍ତବ୍ୟସ୍ତ ଜନଜୀବନ। ଆହୁରି ତିନି ଦିନ ଯାଏ ଏଥିରୁ ମିଳିବନି ଆଶ୍ବସ୍ତି । ଆସନ୍ତା ତିନିଦିନ…

2 hours ago

ଦୁଇ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ ପରେ ବାଲେଶ୍ବରରେ ୧୪୪ ଧାରା ଜାରି

ବାଲେଶ୍ବର(କେନ୍ୟୁଜ୍‌): ବାଲେଶ୍ବରରେ ଦୁଇ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ ପରେ ୧୪୪ ଧାରା ଜାରି। କୌଣସି ଏକ କାରଣରୁ ଭୁଜାଖିଆ ପୀର…

2 hours ago