ଲଗାଣ ବର୍ଷା ସ୍ଥିତିକୁ ନେଇ ଏସଆରସିଙ୍କ ସମୀକ୍ଷା, ପ୍ରଭାବିତ ଲୋକଙ୍କୁ ସମସ୍ତ ସହାୟତା ଯୋଗାଇବାକୁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ

ତୁହାକୁ ତୁହା ବର୍ଷା କାରଣରୁ ଜନଜୀବନ ଅସ୍ତବ୍ୟସ୍ତ ହୋଇ ପଡିଥିବା ବେଳେ ବର୍ଷା ସ୍ଥିତିକୁ ନେଇ ସମୀକ୍ଷା କରିଛନ୍ତି ସ୍ୱତନ୍ତ୍ର ରିଲିଫ କମିଶନର । ବିଭିନ୍ନ ଜିଲ୍ଲାର ସ୍ଥିତି ସମ୍ପର୍କରେ ଜିଲ୍ଲାପାଳମାନଙ୍କ ସହ ଆଲୋଚନା କରିଛନ୍ତି ।

(କେନ୍ୟୁଜ): ଲଗାଣ ବର୍ଷାରେ ବେହାଲ ରାଜ୍ୟର ଅଧିକାଂଶ ଅଞ୍ଚଳ । ତୁହାକୁ ତୁହା ବର୍ଷା କାରଣରୁ ଜନଜୀବନ ଅସ୍ତବ୍ୟସ୍ତ ହୋଇ ପଡିଥିବା ବେଳେ ବର୍ଷା ସ୍ଥିତିକୁ ନେଇ ସମୀକ୍ଷା କରିଛନ୍ତି ସ୍ୱତନ୍ତ୍ର ରିଲିଫ କମିଶନର । ବିଭିନ୍ନ ଜିଲ୍ଲାର ସ୍ଥିତି ସମ୍ପର୍କରେ ଜିଲ୍ଲାପାଳମାନଙ୍କ ସହ ଆଲୋଚନା କରିଛନ୍ତି । ପ୍ରଶାସନକୁ ଆଲର୍ଟ ରହିବା ପାଇଁ ପରାମର୍ଶ ଦେଇଛନ୍ତି ଏସଆରସି । ବର୍ଷାରେ ପ୍ରଭାବିତ ଲୋକଙ୍କୁ ସମସ୍ତ ସହାୟତା ଯୋଗାଇବାକୁ ନିର୍ଦ୍ଦେଶ ଦିଆଯାଇଛି । ଆବଶ୍ୟକ ସ୍ଥଳେ ତଳିଆ ଅଞ୍ଚଳରୁ ଲୋକଙ୍କୁ ସ୍ଥାନାନ୍ତର କରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି ସ୍ୱତନ୍ତ୍ର ରିଲିଫ କମିଶନର । ଲଗାଣ ବର୍ଷାରେ ଆଭ୍ୟନ୍ତରୀଣ ଓ ପଶ୍ଚିମ ଓଡ଼ିଶା ବିଶେଷ ଭାବରେ ପ୍ରଭାବିତ ହୋଇଛି ।

ଏହାଛଡା ପ୍ରବଳ ବର୍ଷା କାରଣରୁ ରାସ୍ତଘାଟ ସଫା କରିବାକୁ ଟିମ୍ ନିଯୁକ୍ତି ପାଇଁ ନିର୍ଦ୍ଦେଶ ଦିଆଯାଇଥିବା ବେଳେ ଟ୍ରାଫିକ ସମସ୍ୟା ସୁଧାରିବାକୁ ମଧ୍ୟ କହିଛନ୍ତି ଏସଆରସି । ଗତ ୨ ଦିନ ହେବ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହୋଇଛି । କିଛି ନଦୀରେ ଜଳସ୍ତର ବୃଦ୍ଧି ପାଇଥିବା ବେଳେ ଅନେକ ଅଞ୍ଚଳ ଏବେ ଜଳମଗ୍ନ ମଧ୍ୟ ହୋଇଥିବା ସୂଚନା ମିଳିଛି ।

 

 

 

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.