ଗଡ଼ିଲା ଶ୍ରୀ ଜଗନ୍ନାଥ ଏକ୍ସପ୍ରେସ୍‌ ବସ୍ , ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ

ଶ୍ରୀକ୍ଷେତ୍ରକୁ ଗଡ଼ିଲା ଶ୍ରୀଜଗନ୍ନାଥ ଏକ୍ସପ୍ରେସ । ଆରମ୍ଭ ହେଲା ଶ୍ରୀଜଗନ୍ନାଥ ଏକ୍ସପ୍ରେସ୍‌ ବସ୍ ସେବା। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟରେ ଶ୍ରୀଜଗନ୍ନାଥ ଏକ୍ସପ୍ରେସ ବସ ସେବାର ଶୁଭାରମ୍ଭ କରିଛନ୍ତି। ଏହି ବସ ଗୁଡ଼ିକ ଜିଲ୍ଲା ସଦରମହକୁମାରୁ ଭୁବନେଶ୍ୱର ଦେଇ ଶ୍ରୀକ୍ଷେତ୍ର ପୁରୀକୁ ଚାଲିବ।

ଭୁବନେଶ୍ୱର (କେନ୍ୟୁଜ୍‌): ଶ୍ରୀକ୍ଷେତ୍ରକୁ ଗଡ଼ିଲା ଶ୍ରୀଜଗନ୍ନାଥ ଏକ୍ସପ୍ରେସ । ଆରମ୍ଭ ହେଲା ଶ୍ରୀଜଗନ୍ନାଥ ଏକ୍ସପ୍ରେସ୍‌ ବସ୍ ସେବା। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟରେ ଶ୍ରୀଜଗନ୍ନାଥ ଏକ୍ସପ୍ରେସ ବସ ସେବାର ଶୁଭାରମ୍ଭ କରିଛନ୍ତି। ଏହି ବସ ଗୁଡ଼ିକ ଜିଲ୍ଲା ସଦରମହକୁମାରୁ ଭୁବନେଶ୍ୱର ଦେଇ ଶ୍ରୀକ୍ଷେତ୍ର ପୁରୀକୁ ଚାଲିବ। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ମା’ମାନଙ୍କ ପାଇଁ ଶ୍ରୀଜଗନ୍ନାଥ ଏକ୍ସପ୍ରେସ ବସ୍ ଟିକେଟର ମୂଲ୍ୟ ମାତ୍ର ୫୦ ପ୍ରତିଶତ ରହିବ। 5T ଉପକ୍ରମରେ ଆରମ୍ଭ ହୋଇଥିବା ଲକ୍ଷ୍ମୀ ବସ ସେବା ଯୋଜନା ଅଧିନରେ ଏହି ବସ୍ ସେବା ଆରମ୍ଭ ହୋଇଛି । ରାଜ୍ୟର ୩୦ଟି ଜିଲ୍ଲାରୁ ୮୦ଟି ସୁପର ପ୍ରିମିୟମ ଶ୍ରୀଜଗନ୍ନାଥ ଏକ୍ସପ୍ରେସ୍ ବସ୍ ଏହି ଯୋଜନାରେ ଚଳାଚଳ କରିବ। ଆଜି ପ୍ରଥମ ପର୍ଯ୍ୟାୟରେ ୧୨ ଜିଲ୍ଲାରୁ ଏହି ସେବା ଆରମ୍ଭ ହେଲା।

ଏହି ଜିଲ୍ଲା ଗୁଡିକ ହେଲା- ବଲାଙ୍ଗିର, ବରଗଡ, ଗଞ୍ଜାମ, ଝାରସୁଗୁଡା, କୋରାପୁଟ, କଳାହାଣ୍ଡି, ମାଲକାନଗିରି, ନବରଙ୍ଗପୁର, ନୂଆପଡା, ରାୟଗଡା, ସମ୍ବଲପୁର ଓ ସୁନ୍ଦରଗଡ। ବସ୍ ସେବା ଆରମ୍ଭ କରି ମୁଖ୍ୟମନ୍ତ୍ରୀ କହିଛନ୍ତି, ରାଜ୍ୟବାସୀଙ୍କୁ ପୁରୀଧାମ ଆସି ମହାପ୍ରଭୁଙ୍କ ଦିବ୍ୟ ଦର୍ଶନ ଲାଭ କରିବା ପାଇଁ ଏହି ଶ୍ରୀଜଗନ୍ନାଥ ଏକ୍ସପ୍ରେସ ବସ ସେବା। ସମସ୍ତେ ଏହାର ସୁଯୋଗ ନେଇ ମହାପ୍ରଭୁଙ୍କ ଆଶୀର୍ବାଦ ଲାଭ କରନ୍ତୁ। ମୁଖ୍ୟମନ୍ତ୍ରୀ ଆହୁରି ମଧ୍ୟ କହିଛନ୍ତି, ମହାପ୍ରଭୁଙ୍କ ଇଚ୍ଛାରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ହୋଇଛି । ଏହି ପ୍ରକଳ୍ପ ଦ୍ୱାରା ମନ୍ଦିରର ଆହୁରି ଶୋଭା ବର୍ଦ୍ଧନ ହେବା ସହ ପରିବେଶକୁ ଆହୁରି ଭକ୍ତିମୟ କରିଛି । ଶ୍ରଦ୍ଧାଳୁ ଓ ଭକ୍ତମାନଙ୍କ ପାଇଁ ସୁବିଧା ଦର୍ଶନର ବ୍ୟବସ୍ଥା କରାଯାଇଛି। ଲକ୍ଷ ଲକ୍ଷ ଶ୍ରଦ୍ଧାଳୁ, ଭକ୍ତ ଓ ଜଗନ୍ନାଥପ୍ରେମୀଙ୍କୁ ମହାପ୍ରଭୁଙ୍କ ଦିବ୍ୟ ଦର୍ଶନ ଲାଭକରିବାର ସୌଭାଗ୍ୟ ଅର୍ଜନ କରିବାରେ ଏହି ବସ ସେବା ସହାୟତା କରିବ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.