ଆସନ୍ତାକାଲି ଶ୍ରୀଜଗନ୍ନାଥ ମେଡିକାଲ କଲେଜର ହେବ ଉଦଘାଟନ, ଅପରାହ୍ଣ ୫ଟାରେ ପହଞ୍ଚିବେ ମୁଖ୍ୟମନ୍ତ୍ରୀ

କେନ୍ୟୁଜ୍(ବ୍ୟୁରୋ): ଆସନ୍ତାକାଲି ଶ୍ରୀଜଗନ୍ନାଥ ମେଡିକାଲ କଲେଜର ଉଦଘାଟନ । ମେଡିକାଲ କଲେଜ ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଅପରାହ୍ଣ ୫ଟାରେ ମୁଖ୍ୟମନ୍ତ୍ରୀ ପୁରୀରେ ପହଞ୍ଚି ଏହି ଶୁଭ ଉଦଘାଟନ କାର୍ଯ୍ୟକ୍ରମରେ ଯୋଗ ଦେବା ନେଇ ଜିଲ୍ଲା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି । ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ଦୃଷ୍ଟିରେ ରଖି ଜିଲ୍ଲା ପ୍ରଶାସନ ଓ ପୋଲିସ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି କରାଯାଉଛି । ବରିଷ୍ଠ ଅଧିକାରୀ ମାନଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ କିଛି ବ୍ୟକ୍ତିଗତ ସୁରକ୍ଷା କର୍ମୀ ମେଡିକାଲ କଲେଜ ପରିସରରେ ସୁରକ୍ଷା ବ୍ୟବସ୍ଥାର ଯାଞ୍ଚ କରିଛନ୍ତି ।

ଅନ୍ୟପଟେ ମେଡିକାଲ କଲେଜରେ ପ୍ରଥମ ବ୍ୟାଚ MBBS ଛାତ୍ରଛାତ୍ରୀଙ୍କ ନାମଲେଖା ଶେଷ ହୋଇଛି । ଏହି ଛାତ୍ରଛାତ୍ରୀ ମାନଙ୍କୁ ମୁଖ୍ୟମନ୍ତ୍ରୀ କଲେଜ ପରିସରେ ସ୍ୱାଗତ କରିବେ । ପୁରୀ ଭଳି ଅନ୍ତର୍ଜାତୀୟ ପର୍ଯ୍ୟଟନ ସ୍ଥଳୀରେ ମେଡିକାଲ କଲେଜ ସ୍ଥାପନ କରାଯାଇଥିବାରୁ ଏହାକୁ ନେଇ ଛାତ୍ରଛାତ୍ରୀ, ଅଭିଭାବକ ଓ କଲେଜ କର୍ତ୍ତୁପକ୍ଷ ବେଶ ଉତ୍ସାହିତ ଅଛନ୍ତି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.