ଆଜି ପବିତ୍ର ଦୋଳ ପୂର୍ଣ୍ଣିମା, ସୁନାବେଶରେ ଭକ୍ତଙ୍କୁ ଦର୍ଶନ ଦେବେ ଚତୁର୍ଦ୍ଧାମୂର୍ତ୍ତି

ଆଜି ପବିତ୍ର ଦୋଳ ପୂର୍ଣ୍ଣିମା । ଭକ୍ତଙ୍କ ସହ ହୋଲି ଖେଳିବେ ମହାପ୍ରଭୁ। ଏହି ଅବସରରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ସୁନାବେଶ ଅନୁଷ୍ଠିତ ହେବ।

ପୁରୀ : ଆଜି ପବିତ୍ର ଦୋଳ ପୂର୍ଣ୍ଣିମା । ଭକ୍ତଙ୍କ ସହ ହୋଲି ଖେଳିବେ ମହାପ୍ରଭୁ। ଏହି ଅବସରରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ସୁନାବେଶ ଅନୁଷ୍ଠିତ ହେବ। ସୁନାବେଶରେ ଭକ୍ତଙ୍କୁ ଦର୍ଶନ ଦେବେ ଚତୁର୍ଦ୍ଧାମୂର୍ତ୍ତି। ଶ୍ରୀଜିଉଙ୍କ ଚଳନ୍ତି ପ୍ରତିମା ଦୋଳଗୋବିନ୍ଦ, ଭୂଦେବୀ ଓ ଶ୍ରୀଦେବୀ ମଣି ବିମାନରେ ବସି ଦୋଳବେଦୀକୁ ବିଜେ କରିବେ।

ଏଥିସହ ଭକ୍ତ ଓ ସେବାୟତଙ୍କ ସହ ମିଶି ଫଗୁ ଓ ଅବିରରେ ହୋଲି ଖେଳିବେ ମହାପ୍ରଭୁ। ଦୋଳବେଦୀରେ ମହାପ୍ରଭୁ ଭକ୍ତଙ୍କୁ ଦର୍ଶନ ଦେବେ। ଆଜି ଚତୁର୍ଦ୍ଧାମୂର୍ତ୍ତିଙ୍କ ସୁନାବେଶ ଅନୁଷ୍ଠିତ ହେବ। ରତ୍ନ ସିଂହାସନ ଉପରେ ମହାପ୍ରଭୁ ସୁନାବେଶରେ ସଜିତ ହୋଇ ଭକ୍ତଙ୍କୁ ଦର୍ଶନ ଦେବେ। ଅନ୍ୟପକ୍ଷରେ ଗତକାଲି ରାତିରେ ଦୋଳବେଦୀରେ ମହାପ୍ରଭୁଙ୍କ ମେଣ୍ଢାପୋଡି ନୀତି ଶେଷ ହୋଇଛି। ଶ୍ରୀମନ୍ଦିର ସ୍ୱତ୍ତ୍ୱଲିପି ଅନୁଯାୟୀ ଫାଲୁଗୁନ ଚତୁର୍ଦ୍ଧଶୀ ଅବସରରେ ଦୋଳବେଦୀ ଠାରେ ଅନୁଷ୍ଠିତ ହେଉଥିବା ଅଗ୍ନି ଉତ୍ସବକୁ ମେଣ୍ଢାପୋଡ଼ି ନୀତି କୁହାଯାଏ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.