Below header

ଆଜି ମହାପ୍ରଭୁଙ୍କ ଖସାପଡ଼ା ଲାଗି ନୀତି, ୪ ଘଣ୍ଟା ଧରି ବନ୍ଦ ରହିବ ସର୍ବସାଧାରଣ ଦର୍ଶନ

ଆଜି ମହାପ୍ରଭୁଙ୍କ ଖସାପଡ଼ା ଲାଗି ନୀତି। ସୋମବାର ଶ୍ରାବଣ-ମଳ ଶୁକ୍ଳ ଷଷ୍ଠୀ ତିଥି ଅବସରରେ ଶ୍ରୀମନ୍ଦିରରେ ଶ୍ରୀବିଗ୍ରହ ମାନଙ୍କ ଖସାପଡା ଲାଗି ନୀତି ଅନୁଷ୍ଠିତ ହେବ।

ପୁରୀ : ଆଜି ମହାପ୍ରଭୁଙ୍କ ଖସାପଡ଼ା ଲାଗି ନୀତି। ସୋମବାର ଶ୍ରାବଣ-ମଳ ଶୁକ୍ଳ ଷଷ୍ଠୀ ତିଥି ଅବସରରେ ଶ୍ରୀମନ୍ଦିରରେ ଶ୍ରୀବିଗ୍ରହ ମାନଙ୍କ ଖସାପଡା ଲାଗି ନୀତି ଅନୁଷ୍ଠିତ ହେବ। ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ସନ୍ଧ୍ୟା ୬ ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ।

ଏହା ଏକ ଗୁପ୍ତ ନୀତି ଥିବାରୁ ପ୍ରାୟ ୪ ଘଣ୍ଟା ଧରି ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ଦଇତାପତି ସେବାୟତଙ୍କ ଦ୍ବାରା ମହାପ୍ରଭୁଙ୍କ ଏହି ଗୁପ୍ତ ନୀତି ଅନୁଷ୍ଠିତ ହେବାକୁ ଥିବାରୁ ମହାପ୍ରଭୁଙ୍କ ଦର୍ଶନରୁ ବଞ୍ଚିତ ରହିବେ ଭକ୍ତ। ଶ୍ରୀବିଗ୍ରହମାନଙ୍କ ଶ୍ରୀଅଙ୍ଗ ସୁରକ୍ଷା ପାଇଁ ଏହି ନୀତି କରାଯାଇଥାଏ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.