ଶ୍ରୀମନ୍ଦିରରେ ଖସାପଡ଼ା ଲାଗି ନୀତି, ଆସନ୍ତାକାଲି ସନ୍ଧ୍ୟା ୬ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ବନ୍ଦ ରହିବ ଶ୍ରୀଜିଉଙ୍କ ଦର୍ଶନ

ପୁରୀ ଶ୍ରୀମନ୍ଦିରରେ ଆସନ୍ତାକାଲି ଶ୍ରୀଜିଉଙ୍କ ଖସାପଡ଼ା ଲାଗି ନୀତି । ଏଥିପାଇଁ ଦ୍ବିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବା ପରେ ଶ୍ରଦ୍ଧାଳୁଙ୍କ ପାଇଁ ଦର୍ଶନ ବନ୍ଦ ରହିବ ।

ପୁରୀ : ପୁରୀ ଶ୍ରୀମନ୍ଦିରରେ ଆସନ୍ତାକାଲି ଶ୍ରୀଜିଉଙ୍କ ଖସାପଡ଼ା ଲାଗି ନୀତି । ଏଥିପାଇଁ ଦ୍ବିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବା ପରେ ଶ୍ରଦ୍ଧାଳୁଙ୍କ ପାଇଁ ଦର୍ଶନ ବନ୍ଦ ରହିବ । ସନ୍ଧ୍ୟା ୬ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ବନ୍ଦ ରହିବ ଦର୍ଶନ । ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି । ଶ୍ରୀମନ୍ଦିରର ବିଭିନ୍ନ ପରମ୍ପରା ମଧ୍ୟରୁ ଶ୍ରୀଜିଉଙ୍କ ଖସାପଡା ନୀତି ଏକ ଗୁପ୍ତ ସେବା ।

ମହାପ୍ରଭୁଙ୍କ ଶ୍ରୀଅଙ୍ଗ ଶ୍ରୀପୟର ସୁରକ୍ଷା ପାଇଁ ଏହି ନୀତି ଅନୁଷ୍ଠିତ ହୋଇଥାଏ। ବର୍ଷକୁ ୨ ରୁ ୩ ଥର ଏହି ଗୁପ୍ତ ସେବା ଅନୁଷ୍ଠିତ ହୋଇଥାଏ । ଏହି ନୀତି ପାଇଁ ପୂର୍ବ ଦିନରୁ ଦେଉଳକରଣ ଧଳାକନା ଧୋଇ ଶୁଖାଇ ଥାଆନ୍ତି ଗାରଦରେ ଜମା ଦେଇଥାନ୍ତି । ଶୁଦ୍ଧ ଶୁଆର ଖଳି କଇଁଥ ଅଠା ଯୋଗାଇଥାନ୍ତି । ଖସାପଡା ନୀତି ସଂପନ୍ନ ହେବା ପରେ ମହାପ୍ରଭୁଙ୍କ ମହାସ୍ନାନ ନୀତି ଅନୁଷ୍ଠିତ ହୋଇଥାଏ। ଏହା ପରେ ପୁଣି ମହାପ୍ରଭୁଙ୍କୁ ଶ୍ରଦ୍ଧାଳୁମାନେ ଦର୍ଶନ କରିବାର ସୁଯୋଗ ପାଇବେ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.