ପରିକ୍ରମା ପ୍ରକଳ୍ପ ଉତ୍ସବ: ଝଲସୁଛି ଶ୍ରୀମନ୍ଦିର, ଆଜି ଦିନ ୧୧ଟାରୁ ରାତି ୮ଟା ଯାଏଁ ହେବ ଅଙ୍କୁରପୂଜନ

୧୭ରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ଉତ୍ସବ ପାଇଁ ଆରମ୍ଭ ହୋଇଛି ପୂଜାବିଧି । ଗତକାଲି ଗଜପତି ମହାରାଜ ଦିବ୍ୟସିଂହ ଦେବ ଆଚାର୍ଯ୍ୟ ବରଣ ପରେ ସଂପନ୍ନ ହୋଇଛି ମହାଯଜ୍ଞର ଆଦ୍ୟପର୍ବ ଅଙ୍କୁରାରୋପଣ । ଆଜି ହେବ ଅଙ୍କୁରପୂଜନ । ଦିନ ୧୧ଟାରୁ ରାତି ୮ଟା ଯାଏଁ ଅଙ୍କୁରପୂଜନ କରାଯିବ ।

ପୁରୀ (କେନ୍ୟୁଜ): ଶ୍ରୀକ୍ଷେତ୍ର ଉତ୍ସବମୁଖର । ଝଲସୁଛି ଚାରିଆଡ଼ । ୧୭ରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ଉତ୍ସବ ପାଇଁ ଆରମ୍ଭ ହୋଇଛି ପୂଜାବିଧି । ଗତକାଲି ଗଜପତି ମହାରାଜ ଦିବ୍ୟସିଂହ ଦେବ ଆଚାର୍ଯ୍ୟ ବରଣ ପରେ ସଂପନ୍ନ ହୋଇଛି ମହାଯଜ୍ଞର ଆଦ୍ୟପର୍ବ ଅଙ୍କୁରାରୋପଣ । ଆଜି ହେବ ଅଙ୍କୁରପୂଜନ । ଦିନ ୧୧ଟାରୁ ରାତି ୮ଟା ଯାଏଁ ଅଙ୍କୁରପୂଜନ କରାଯିବ । ଆସନ୍ତାକାଲି ଯଜ୍ଞ ଅଧିବାସ, ମଣ୍ଡଳସ୍ଥାପନ, ଧ୍ୱଜାସ୍ଥାପନ ଓ ତୋରଣ ସ୍ଥାପନ ହେବ । ୧୫ ତାରିଖ ସକାଳ ସାଢ଼େ ୭ଟାରେ ଅଖଣ୍ଡଦୀପ ସ୍ଥାପନ, ସନ୍ଧ୍ୟା ୬ଟା ଭିତରେ ପଞ୍ଚକର୍ମ ସରିବ । ଆଚାର୍ଯ୍ୟଙ୍କ ଦ୍ୱାରା ବ୍ରାହ୍ମଣ ବରଣ, ମଣ୍ଡଳ ପୂଜନ ହେବ ।

୧୬ରେ ସୂର୍ଯ୍ୟପୂଜା, ଧରିତ୍ରୀପୂଜା, ଗୋପୂଜା, ଶାଳା ପ୍ରବେଶ, ପଞ୍ଚକର୍ମ, ମଣ୍ଡଳପୂଜା, ପୁଷ୍ପାଞ୍ଜଳି, ଆରତୀ, ହବନ ଓ ସଂକୀର୍ତ୍ତନ ହେବ । ୧୭ ତାରିଖ ବୁଧବାର ସକାଳ ୭ଟାରୁ ଆରମ୍ଭ ହୋଇଯିବ ପୂଜା ଓ ପ୍ରତିଷ୍ଠା କାର୍ଯ୍ୟ । ଅପରାହ୍ନ ୧ଟା ୧୫ରୁ ୧ଟା ୩୦ ମଧ୍ୟରେ ଶୁଭ ମୁହୂର୍ତ୍ତରେ ପ୍ରକଳ୍ପ ଲୋକାର୍ପଣ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହାପରେ ଦିନ ୧ଟା ୩୦ରୁ ୨ଟା ମଧ୍ୟରେ ଗଜପତି ମହାରାଜା ଯଜ୍ଞ ପୂର୍ଣ୍ଣାହୂତି ଦେବେ । ଅପରାହ୍ନ ୩ଟା ପରେ ପରିକ୍ରମା ମାର୍ଗକୁ ଯାଇପାରିବେ ସାଧାରଣ ଶ୍ରଦ୍ଧାଳୁ । ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ଉତ୍ସବ ଲାଗି କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି । ୫ ଥାକିଆ ସୁରକ୍ଷା ବ୍ୟବସ୍ଥାରେ ୪୪ ପ୍ଲାଟୁନ୍ ଫୋର୍ସ ମୁତୟନ କରାଯାଇଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.