ଆଜି ଶ୍ରୀଜିଉଙ୍କ ହେବ ବନକଲାଗି ନୀତି, ସନ୍ଧ୍ୟା ୬ରୁ ରାତି ୧୦ ପର୍ଯ୍ୟନ୍ତ ସାଧାରଣ ଦର୍ଶନ ବନ୍ଦ

ଆଜି ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ ଅନୁଷ୍ଠିତ ହେବ ବନକଲାଗି ନୀତି। କଳା, ଧଳା, ନାଲି, ହରିତାଳ ଆଦି ପାରମ୍ପରିକ ରଂଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ ଦତ୍ତ ମହାପାତ୍ର ସେବକ। ଏଥିପାଇଁ ୪ ଘଣ୍ଟା ବନ୍ଦ ରହିବ ମହାପ୍ରଭୁଙ୍କ ଦର୍ଶନ।

ପୁରୀ (କେନ୍ୟୁଜ): ଆଜି ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ ଅନୁଷ୍ଠିତ ହେବ ବନକଲାଗି ନୀତି। କଳା, ଧଳା, ନାଲି, ହରିତାଳ ଆଦି ପାରମ୍ପରିକ ରଂଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ ଦତ୍ତ ମହାପାତ୍ର ସେବକ। ଏଥିପାଇଁ ୪ ଘଣ୍ଟା ବନ୍ଦ ରହିବ ମହାପ୍ରଭୁଙ୍କ ଦର୍ଶନ। ଦ୍ବିତୀୟ ଭୋଗମଣ୍ଡପ ଭୋଗ ଶେଷ ପରେ ସନ୍ଧ୍ୟା ୬ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ବନ୍ଦ ରହିବ ଦର୍ଶନ।

ଦତ୍ତମହାପାତ୍ର ସେବକମାନେ ଗୋଷ୍ଠୀଗତ ଭାବେ ଠାକୁରଙ୍କ ଶ୍ରୀମୁଖ ସିଂହାର କରିବେ । ଏଥିରେ ପାଳିଆ ପୂଜାପଣ୍ଡା, ପାଳିଆ ଖୁଣ୍ଟିଆ, ଗରାବଡ଼ୁ, ପାଳିଆ ପୁଷ୍ପାଳକ, ଚାଙ୍ଗଡ଼ା ମେକାପ, ମୁଦୁଲି ଆଦି ସେବକଙ୍କ ମଧ୍ୟ ଭୂମିକା ରହିଛି । ବନକଲାଗି ନୀତି ପରେ ମହାସ୍ନାନ ହୋଇ ପୁଣି ଦର୍ଶନ ସ୍ୱାଭାବିକ ଚାଲିବ ।

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.