ରାଜ୍ୟ

ବିଧାନସଭାରେ ଶ୍ରୀମନ୍ଦିର ପରିକ୍ରମା ଯୋଜନା ସଂକଳ୍ପ ସର୍ବସମ୍ମତି କ୍ରମେ ଗୃହୀତ

କେନ୍ୟୁଜ୍(ବ୍ୟୁରୋ):  ମହାପ୍ରଭୁ ଶ୍ରୀଜଗନ୍ନାଥ ଓଡ଼ିଆ ଜାତିର ସବୁଠୁ ବଡ଼ ପରିଚୟ । ଆମ ଇତିହାସ, ସଂସ୍କୃତି, ପରଂପରା ଓ ବିଶ୍ୱାସ ସବୁକିଛି ମହାପ୍ରଭୁଙ୍କୁ କେନ୍ଦ୍ର କରି ଗଢ଼ି ଉଠିଛି । ଜଗନ୍ନାଥ ମନ୍ଦିରକୁ ଜୀବଦ୍ଦଶାରେ ଥରୁଟିଏ ଆସିବା ଓ ମହାପ୍ରଭୁଙ୍କୁ ଦର୍ଶନ କରିବା ଲକ୍ଷ ଲକ୍ଷ ଭକ୍ତଙ୍କର ଜୀବନର ଏକମାତ୍ର ପ୍ରାର୍ଥନା । ଶ୍ରୀମନ୍ଦିର ପରିକ୍ରମା ଯୋଜନାକୁ ବିଧାନସଭାରେ ଉପସ୍ଥାପନ କରି ଏହା କହିଥିଲେ ମୁଖ୍ୟମନ୍ତ୍ରୀ । ନବୀନ କହିଥିଲେ ଯେ, ଜଷ୍ଟିସ ବିପି ଦାସ କମିଟି ଶ୍ରୀମନ୍ଦିର ନିରାପତ୍ତା କରିଡର ପାଇଁ ସୁପାରିସ କରିଥିଲେ । ଶ୍ରୀମନ୍ଦିରର ନିରାପତ୍ତା, ମହାପ୍ରଭୁଙ୍କୁ ଦର୍ଶନ ପାଇଁ ଲକ୍ଷ ଲକ୍ଷ ଶ୍ରଦ୍ଧାଳୁଙ୍କର ନିରାପତ୍ତା ଓ ଭକ୍ତମାନଙ୍କ ପାଇଁ ସୁନ୍ଦର ଆଧ୍ୟାତ୍ମିକ ପରିବେଶ ସୃଷ୍ଟି ତିନିଟି ଲକ୍ଷ୍ୟକୁ ଗୁରୁତ୍ୱ ଦିଆଯାଇଛି । ବିଧାନସଭା ଜରିଆରେ ରାଜ୍ୟର ଜନସାଧାରଣଙ୍କ ନିକଟରେ ଶ୍ରୀମନ୍ଦିର କରିଡର ପ୍ଲାନ ଉପସ୍ଥାପନ କରି ନିଜକୁ ଧନ୍ୟ ମନେ କରୁଥିବା କହିଥିଲେ ନବୀନ ।

ଶ୍ରୀମନ୍ଦିର ପରିକ୍ରମା ଯୋଜନା ସଂକଳ୍ପ ଉପସ୍ଥାପନ କରି ତିନୋଟି ପ୍ରସ୍ତାବକୁ ବିଚାର ପାଇଁ ରଖିଥିଲେ ମୁଖ୍ୟମନ୍ତ୍ରୀ । ମହାପ୍ରଭୁଙ୍କ ଶ୍ରୀମନ୍ଦିର ପରିକ୍ରମା ଯୋଜନାକୁ ସଂପୂର୍ଣ୍ଣ କରିବାକୁ ସମସ୍ତେ ସଂକଳ୍ପ ନେଇ କାମ କରିବା । କାମ ଶୀଘ୍ର ଶେଷ କରିବା ପାଇଁ ନିଷ୍ଠାପର ସହ ଉଦ୍ୟମ କରିବା । ପ୍ରତ୍ୟେକ ଓଡ଼ିଆ, ପ୍ରତି ଜଗନ୍ନାଥ ପ୍ରେମୀ ସମସ୍ତଙ୍କ ଗୋଟିଏ ଇଚ୍ଛା, ମହାପ୍ରଭୁଙ୍କ ଏହି କାର୍ଯ୍ୟରେ ସାମିଲ ହେବା ତଥା ଏଥିରେ ନିଜର କିଛି ଅବଦାନ ରଖିବା । ଏଥିପାଇଁ ସମସ୍ତଙ୍କୁ ସୁଯୋଗ ଦେବା । ଶ୍ରୀମନ୍ଦିର ପରିକ୍ରମା ଯୋଜନା ପାଇଁ ତ୍ୟାଗ କରିଥିବା ପୁରୀବାସୀଙ୍କୁ ଆନ୍ତରିକ ଧନ୍ୟବାଦ ଜଣାଇବାକୁ ପ୍ରସ୍ତାବ ରହିଥିଲା ।

ସଂକଳ୍ପକୁ ବିରୋଧୀ ଦଳ ନେତା ପ୍ରଦୀପ୍ତ ନାଏକ ଓ କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର ସମର୍ଥନ ଜଣାଇଥିଲେ । ଏଥିସହ ସଂକଳ୍ପଟି ବିଧାନସଭାରେ ସର୍ବସମ୍ମତି କ୍ରମେ ଗୃହୀତ ହୋଇଛି । ଗତ ୮ ତାରିଖରେ ପୁରୀ ଗସ୍ତରେ ଯାଇଥିଲେ ମୁଖ୍ୟମନ୍ତ୍ରୀ । କହିଥିଲେ ଶ୍ରୀଜଗନ୍ନାଥଙ୍କ କାମକୁ କେହି ଅଟକାଇପାରିବେନି । ଏହାପରେ ୧୫ ତାରିଖରେ ଶ୍ରୀଜଗନ୍ନାଥ ଐତିହ୍ୟ କରିଡର ପ୍ରକଳ୍ପକୁ ଅନୁମୋଦନ କରିଥିଲା ଶ୍ରୀମନ୍ଦିର ପରିଚାଳନା କମିଟି ।

 

KNews Bureau

Recent Posts

ଆଜିର ରାଶିଫଳ: ଆର୍ଥିକ ସ୍ଥିତି ସୁଦୃଢ଼ ହେବ, ବ୍ୟବସାୟ ଆଗକୁ ବଢାଇବେ

ମେଷ: ଦିନଟି ଆପଣଙ୍କର ଲାଭଦାୟକ ରହିବ । ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦେବାକୁ ପଡିବ । ପରିବାରରେ ସୁଖ ମିଳିବ…

5 hours ago

ଏଫଆଇଭିବି ଭଲିବଲ୍ ଫାଉଣ୍ଡେସନର ପ୍ରତିଷ୍ଠାତା ସହଯୋଗୀ ଭାବେ କିଟ୍ ଓ କିସର ନାଁ ଘୋଷଣା

ଭୁବନେଶ୍ୱର(କେନ୍ୟୁଜ୍‌): ଅନ୍ତର୍ଜାତୀୟ ଭଲିବଲ୍ ସଂଘ (ଏଫଆଇଭିବି) ପକ୍ଷରୁ ନୂଆ କରି ଗଠନ କରାଯାଇଥିବା ଏଫଆଇଭିବି ଭଲିବଲ୍ ଫାଉଣ୍ଡେସନର ପ୍ରତିଷ୍ଠାତା ସହଯୋଗୀ…

9 hours ago

ଘରର କବାଟ ଝରକା ଭାଙ୍ଗି ଟଙ୍କା, ସୁନା ଲୁଟିବା ସହ ଜୀବନ ନେଇଗଲେ ଦୃର୍ବୁତ୍ତ

ବୌଦ୍ଧ : ଅଧା ରହିଥିଲା ଘର କାମ ତେଣୁ ଘର କାମ କରିବା ପାଇଁ ବ୍ୟାଙ୍କରୁ ଟଙ୍କା ଆଣିଥିଲେ। ହେଲେ…

9 hours ago

ଭୋଟ୍‌ ଦେବାକୁ ଆସିଥିଲେ, ବୁଥ୍‌ ସାମ୍ନାରେ ସ୍ତ୍ରୀର ଜୀବନ ନେଇଗଲା ସ୍ୱାମୀ

ଭଦ୍ରକ: ୪ ବର୍ଷ ତଳେ ହୋଇଥିଲା ବାହାଘର । ଅଗ୍ନିକୁ ସାଖି ରଖି ସାରା ଜୀବନ ପାଇଁ ପରସ୍ପର ସାଥି…

9 hours ago

ରାଜ୍ୟରେ ସନ୍ଧ୍ୟା ୫ଟା ସୁଦ୍ଧା ୬୨.୪୬ ପ୍ରତିଶତ ମତଦାନ

ଭୁବନେଶ୍ୱର(କେନ୍ୟୁଜ୍‌): ସରିଲା ଗଣତନ୍ତ୍ରର ମହାପର୍ବ । ଓଡିଶାରେ ଚତୁର୍ଥ ତଥା ଅନ୍ତିମ ପର୍ଯ୍ୟାୟ ନିର୍ବାଚନରେ ୬ଟି ଲୋକସଭା ଓ ୪୨…

11 hours ago

ଭୋଟ ଦେବାକୁ ଆସିଥିବା ବେଳେ ସ୍ତ୍ରୀକୁ ହତ୍ୟାକଲା ନୃଶଂସ ସ୍ବାମୀ

ଭଦ୍ରକ (କେନ୍ୟୁଜ୍‌): ବୁଥ ସାମ୍ନାରେ ହାଣିଲା ସ୍ୱାମୀ । ସ୍ତ୍ରୀକୁ ମେଡିକାଲରେ ମୃତ ଘୋଷଣା କଲେ ଡାକ୍ତର । ତେବେ…

12 hours ago