କଟକ ମହାନଗର ନିଗମର ବିଜେପି ତରଫରୁ ମେୟର ପ୍ରାର୍ଥୀ ହେଲେ ଶ୍ରୀତମ ଦାସ

କଟକ(କେନ୍ୟୁଜ୍): କଟକ ମହାନଗର ନିଗମ ମେୟର ପ୍ରାର୍ଥୀ ଶ୍ରୀତମ ଦାସ। ଅଭିନେତା ଶ୍ରୀତମ ଦାସଙ୍କ ନାଁରେ ମୋହର ମାରିଛି ବିଜେପି। ଓଡ଼ିଆ ସିନେଜଗତର ଜଣାଶୁଣା ଅଭିନେତା-ନିର୍ଦ୍ଦେଶକ ଶ୍ରୀତମ ଦାସ ବିଜେପିର କଟକ ମେୟର ପ୍ରାର୍ଥୀ ଭାବେ ପୌର ନିର୍ବାଚନରେ ପ୍ରତିଦ୍ବନ୍ଦ୍ବିତା କରିବେ ବୋଲି ଜଣାଯାଇଛି। ଶ୍ରୀତମ ଦାସ ବିଜେପିରେ ଯୋଗ ଦେଇ ଦୀର୍ଘଦିନ ଧରି ଦଳରେ ସକ୍ରିୟ ଥିଲେ। ଏହାଛଡ଼ା ସେ ଓଡ଼ିଆ ସିନେ ଆର୍ଟିଷ୍ଟ ଆସୋସିଏସନର ବି ସଂପାଦକ ଅଛନ୍ତି।
ପୂର୍ବରୁ ବ୍ୟାଙ୍କ ଅଫିସର ସଂଘର ନେତା ଦୁର୍ଯୋଧନ ଲେଙ୍କାଙ୍କୁ ବିଜେପି ମେୟର ପ୍ରାର୍ଥୀ କରିବାକୁ ଯାଉଛି ବୋଲି ଚର୍ଚ୍ଚା ହେଉଥିଲା। କିନ୍ତୁ ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟାଇ ବିଜେପି ଶ୍ରୀତମ ଦାସଙ୍କୁ ନାଁକୁ ମେୟର ପ୍ରାର୍ଥୀ ପାଇଁ ଘୋଷଣା କରିଛି ।

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.