ଆସନ୍ତାକାଲି ମହାପ୍ରଭୁଙ୍କ ବନକଲାଗି ନୀତି, ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ

ଆସନ୍ତାକାଲି ପୌଷ କୃଷ୍ଣ ସପ୍ତମୀ ତିଥି । ଏହି ଅବସରରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକ ଲାଗି ନୀତି ଅନୁଷ୍ଠିତ ହେବ । ଏଣୁ ଦ୍ଵିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବା ପରେ ଅପରାହ୍ନ ୪ଟା ଠାରୁ ରାତ୍ର ୮ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ।

ପୁରୀ (କେନ୍ୟୁଜ): ଆସନ୍ତାକାଲି ପୌଷ କୃଷ୍ଣ ସପ୍ତମୀ ତିଥି । ଏହି ଅବସରରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକ ଲାଗି ନୀତି ଅନୁଷ୍ଠିତ ହେବ । ଏଣୁ ଦ୍ଵିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବା ପରେ ଅପରାହ୍ନ ୪ଟା ଠାରୁ ରାତ୍ର ୮ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ମିଳିଛି। ଏହା ଅତ୍ୟନ୍ତ ଗୁପ୍ତ ନୀତି ହୋଇଥିବାରୁ ଚତୁର୍ଦ୍ଧା ମୂରତିଙ୍କ ସାଧାରଣ ଦର୍ଶନ ବନ୍ଦ ରହିବ। କିନ୍ତୁ ପାର୍ଶ୍ଵ ଦେବାଦେବୀଙ୍କୁ ଦର୍ଶନର ସୌଭାଗ୍ୟ ପାଇବେ ଭକ୍ତ ଶ୍ରଦ୍ଧାଳୁ।

ବନକଲାଗି ହେଉଛି ମହାପ୍ରଭୁଙ୍କର ଏକ ଗୁପ୍ତ ନୀତି। ଏହି ନୀତି ପାଇଁ ଜୟ ବିଜୟ ଦ୍ୱାର ବନ୍ଦ ରହିବ। ଦ୍ୱିପ୍ରହର ଧୂପ ସରିବା ପରେ ଦତ୍ତମହାପାତ୍ର ସେବକମାନେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ। ଏଥିପାଇଁ ଦତ୍ତମହାପାତ୍ର ସେବକ ପ୍ରାକୃତିକ ରଙ୍ଗ ପ୍ରସ୍ତୁତ କରିଥାନ୍ତି। ଦତ୍ତମହାପାତ୍ର ସେବକମାନେ ପ୍ରାକୃତିକ ପ୍ରଣାଳୀରେ ପ୍ରସ୍ତୁତ ପ୍ରସାଧାନରେ ଶ୍ରୀବିଗ୍ରହମାନଙ୍କ ଶ୍ରୀମୁଖକୁ ଶୃଙ୍ଗାର କରିବେ। ହିଙ୍ଗୁଳ, ହରିତାଳ, କସ୍ତୁରୀ, ନାଲି, ଧଳା ଓ କଳା ଭଳି ପାରମ୍ପରିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ। ଏହା ଏକ ଗୁପ୍ତ ସେବା ନୀତି ହୋଇଥିବାରୁ ଆସନ୍ତାକାଲି ଅପରାହ୍ଣ ୪ଟାରୁ ରାତି ୮ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.