ରାଜ୍ୟ

ଠିକା କର୍ମଚାରୀଙ୍କୁ ରାଜ୍ୟ ସରକାରଙ୍କ ଦୀପାବଳି ଭେଟି, ଉଚ୍ଛେଦ ହେଲା ଚୁକ୍ତିଭିତ୍ତିକ ପ୍ରଥା

ଭୁବନେଶ୍ବର(କେନ୍ୟୁଜ୍): ଚୁକ୍ତିଭିତ୍ତିକ କର୍ମଚାରୀଙ୍କୁ ରାଜ୍ୟ ସରକାରଙ୍କ ଦୀପାବଳି ଭେଟି।  ଉଚ୍ଛେଦ ହେଲା ଚୁକ୍ତିଭିତ୍ତିକ ପ୍ରଥା।  ଚୁକ୍ତିଭିତ୍ତିକ ନିଯୁକ୍ତିର ଯୁଗ ଶେଷ ବୋଲି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ରାଜ୍ୟ କ୍ୟାବିନେଟର ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ପରି ଏହି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ।

ମୁଖ୍ୟମନ୍ତ୍ରୀ କହିଛନ୍ତି ଚୁକ୍ତିଭିତ୍ତିକ କର୍ମଚାରୀଙ୍କ ପରିବାରକୁ ଏହା ଦିପାବଳୀ ଭେଟି। ସବୁ ଚୁକ୍ତିଭିତ୍ତିକ କର୍ମଚାରୀ ହେବେ ନିୟମିତ । ଏଥିପାଇଁ କାଲି ବାହାରିବ ବିଜ୍ଞପ୍ତି। ପାଖାପାଖି ୫୭ ହଜାରରୁ ଅଧିକ ଚୁକ୍ତିଭିତ୍ତିକ କର୍ମଚାରୀ ନିୟମିତ ହେବେ  । ଏଥିପାଇଁ ହାରାହାରି ୧୩ଶହ କୋଟି ସରକାରୀ ତହବିଲରୁ ଖର୍ଚ୍ଚ ହେବ ।

ସୂଚନା ମୁତାବକ ୨୦୧୩ରୁ ଠିକା ନିଯୁକ୍ତି ବା ଚୁକ୍ତିଭିତ୍ତିକ କର୍ମଚାରୀ ନିଯୁକ୍ତି ପ୍ରଥା ଘୋଷଣା କରିଥିଲେ। ପାଖାପାଖି ୫୭ ହଜାରରୁ ଅଧିକ କର୍ମଚାରୀ ବିଭିନ୍ନ ବିଭାଗରେ  ଚୁକ୍ତିଭିତ୍ତିକ ଚାକିରି କରିଥିଲେ।

ମୁଖ୍ୟମନ୍ତ୍ରୀ ଲେଖିଛନ୍ତି:-

ଆପଣମାନଙ୍କ ଆଶୀର୍ବାଦରେ ୨୦୦୦ ମସିହାରେ ମୁଁ ଓଡିଶା ମା’ର ସେବାର ସୁଯୋଗ ପାଇଥିଲି। ମହାବାତ୍ୟା ପର ସ୍ଥିତି ଓ ଦୁର୍ବଳ ଆର୍ଥିକ ଅବସ୍ଥା ମୋ ପାଇଁ ସବୁଠାରୁ ବଡ ଚ୍ୟାଲେଞ୍ଜ ଥିଲା । ରାଜ୍ୟ ଓଭର ଡ୍ରାଫ୍ଟରେ ଚାଲୁଥିଲା। ନିତି ଦିନ ଖର୍ଚ୍ଚ ପାଇଁ ସରକାରଙ୍କୁ ରିଜର୍ଭ ବ୍ୟାଙ୍କ ଉପରେ ନିର୍ଭର କରିବାକୁ ପଡୁଥିଲା ।ଓଡିଶା ଅର୍ଥନୀତି ପାଇଁ ଏହା ଏକ କଳା ସମୟ ଥିଲା । ରାଜକୋଷ ଖାଲି ଥିଲା। ଅର୍ଥନୀତି ଉପରେ ବହୁତ ଚାପ ଥିଲା। ଶିକ୍ଷା, ସ୍ବାସ୍ଥ୍ୟ, ଭିତ୍ତିଭୂମି, କୃଷି, ଜଳସେଚନ ଆଦି ବିଭିନ୍ନ କ୍ଷେତ୍ରରେ ଆମେ ବହୁତ ପଛୁଆ ଥିଲୁ । ବନ୍ୟା  ବାତ୍ୟା ମରୁଡି  ଲାଗି ରହି ଥିଲା ଗରିବୀ  ବହୁ  ଅଧିକ  ଥିଲା। ସୀମିତ ସମ୍ବଳ ଭିତରେ ଏସବୁ କ୍ଷେତ୍ରରେ ଉନ୍ନତି ଆଣିବା ଥିଲା ଆମ ପାଇଁ ସବୁଠାରୁ ବଡ ପ୍ରାଥମିକତା।ସେତେବେଳେ  ନିଯୁକ୍ତି ପୁରାପୁରି ବନ୍ଦ ଥିଲା । ପୋଷ୍ଟ ସବୁ ଉଚ୍ଛେଦ କରିବାକୁ ପଡୁଥିଲା । ଏହା ମୋ ପାଇଁ  ବହୁତ  କଷ୍ଟକର ଥିଲା। ମୋ ରାଜ୍ୟର ପିଲାମାନେ ନିଯୁକ୍ତି ନ ପାଇ ହଇରାଣ ହେଉଥିଲେ। ଏହା ମୋତେ ବହୁତ ଦୁଃଖ ଦେଉଥିଲା । ପ୍ରତିଦିନ ମୋ ମନରେ ଚିନ୍ତା ଥିଲା, କେବେ ପରିସ୍ଥିତିରେ ଉନ୍ନତି ଆସିବ ଏବଂ ଆମ ପିଲାମାନେ ରେଗୁଲାର ନିଯୁକ୍ତି ପାଇବେ ?ଆପଣମାନଙ୍କର ସହଯୋଗ ଓ ମହାପ୍ରଭୁଙ୍କ ଆଶୀର୍ବାଦ ହିଁ  ଆମର ସବୁଠାରୁ ବଡ ଶକ୍ତି । ଉତ୍ତମ ଆର୍ଥିକ ପରିଚାଳନା ଓ ସୁଶାସନ ଜରିଆରେ ହିଁ ଧିରେ ଧିରେ ପରିସ୍ଥିତିରେ ଉନ୍ନତି ଆସିଲା । ୨୦୧୩ରୁ ଆମେ ଚୁକ୍ତିଭିତ୍ତିକ ନିଯୁକ୍ତି ଆରମ୍ଭ କଲୁ । ଏହା ମଧ୍ୟ ମୋ ପାଇଁ ଏକ କଷ୍ଟକର ନିଷ୍ପତ୍ତି ଥିଲା।   ଏବେ ଆମ ଅର୍ଥନୀତିରେ ଉନ୍ନତି ଆସିଛି । ବିକାଶ କ୍ଷେତ୍ରରେ ଓଡିଶା ସାରା ଦେଶରେ ଏକ ନୂଆ ପରିଚୟ ସୃଷ୍ଟି କରିପାରିଛି । ଗତ ବର୍ଷ ଆମେ ଏହି ଚୁକ୍ତିଭିତ୍ତିକ ନିଯୁକ୍ତିକୁ ପରିବର୍ତ୍ତନ କରି ଇନିସିଆଲ ଆପଏଣ୍ଟି କରିଥିଲୁ ।

 

ଆଜି ମୁଁ ଖୁସିର ସହ ଘୋଷଣା କରୁଛି ଯେ ଆଜି ରାଜ୍ୟ କ୍ୟାବିନେଟ ଚୁକ୍ତିଭିତ୍ତିକ ନିଯୁକ୍ତି  ବ୍ୟବ୍ୟସ୍ଥାକୁ ସବୁଦିନ ପାଇଁ ଉଚ୍ଛେଦ କରିବାକୁ ନିଷ୍ପତ୍ତି ନେଇଛନ୍ତି । ଏବେ ବି ଅନେକ ରାଜ୍ୟରେ ନିୟମିତ ନିଯୁକ୍ତି ବନ୍ଦ ଅଛି ।  ଚୁକ୍ତିଭିତ୍ତିକ ନିଯୁକ୍ତି ଚାଲିଛି।  ଓଡିଶାରେ ଚୁକ୍ତିଭିତ୍ତିକ ନିଯୁକ୍ତିର ଯୁଗ ଶେଷ ହେଲା। ସବୁ ଚୁକ୍ତିଭିତ୍ତିକ ନିଯୁକ୍ତି ନିୟମିତ  ହେବ । ବହୁ ଦିନ ଧରି ଏ ସୁଦିନକୁ ମୁଁ ଅପେକ୍ଷା କରିଥିଲି।  ଆସନ୍ତାକାଲି ବିଜ୍ଞପ୍ତି ପ୍ରକାଶ ପାଇବ।   ୫୭ ହଜାରରୁ ଅଧିକ କର୍ମଚାରୀ ନିୟମିତ ହେବେ ।  ଏଥିପାଇଁ  ହାରାହାରି 13୦୦ କୋଟିରୁ ଅଧିକ ଟଙ୍କା ଖର୍ଚ୍ଚ ହେବ।   ସେମାନଙ୍କ ପରିବାର ପାଇଁ ଏହା ଆଗୁଆ ଦୀପାବଳି ଆଣିଛି।    ଆଜି ଓଡିଶା ଆତ୍ମବିଶ୍ବାସର ସହ ଆଗକୁ ବଢୁଛି । ସଶକ୍ତ ହେଉଛି। ଓଡିଶା ଇତିହାସର ଏହା ଏକ ସୁବର୍ଣ୍ଣ ମୂହୁର୍ତ୍ତ ।

 

ସରକାରୀ  କର୍ମଚାରୀ ମାନଙ୍କୁ ମୋର ଅନୁରୋଧ, ଆପଣମାନେ ସମସ୍ତେ ଭଲ କାମ କରନ୍ତୁ।  ନିଷ୍ଠାର ସହ ଲୋକଙ୍କ ସେବା କରନ୍ତୁ । ଦାୟିତ୍ବ ପାଳନ କରିବାବେଳେ, ୫-ଟି ଉପକ୍ରମ – ଟିମ୍‌ ୱାର୍କ, ଟେକ୍‌ନୋଲୋଜି, ଟ୍ରାନ୍‌ସପ୍ୟାରେନ୍‌ସି ଓ ଟ୍ରାନସଫରମେସନକୁ ଅନୁସରଣ କରନ୍ତୁ।  ସରକାରଙ୍କ ପରିଚୟକୁ ଆହୁରି ଉଜ୍ଜଳ କରନ୍ତୁ ଏବଂ ଓଡିଶାର ରୂପାନ୍ତରରେ ନିଜର ଗୁରୁତ୍ବପୂର୍ଣ୍ଣ ଅବଦାନ ରଖନ୍ତୁ ।

 

 

 

KNews Bureau

Recent Posts

ସେଲଫି ନେବା ସମୟରେ ଫ୍ୟାନ୍ସଙ୍କୁ ଧକ୍କା ମାରିଲେ ଧନୁଷଙ୍କ ବଡିଗାର୍ଡ, ଭାଇରାଲ ହେଉଛି ଭିଡିଓ

ଫ୍ୟାନ୍ସ ପ୍ରାୟତଃ ବଲିଉଡ ଷ୍ଟାରମାନଙ୍କ ସହିତ ଫଟୋ ଉଠାଇବାକୁ ଏବଂ ଦେଖା କରିବାକୁ ଚାହଁଥାନ୍ତି । ତେବେ ଅନେକ ଥର…

25 seconds ago

ବଦଳିଲା ପାଣିପାଗର ମିଜାଜ: ରାଜଧାନୀରେ ପ୍ରବଳ ବର୍ଷା

ଭୁବନେଶ୍ୱର: ବଦଳିଲା ପାଣିପାଗର ମିଜାଜ। ରାଜଧାନୀର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା । ଭୁବନେଶ୍ୱରର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା…

15 mins ago

ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀଙ୍କ ବଡ଼ ବୟାନ, ନିଶା ଦ୍ୱାରା ସମାଜ କଳୁଷିତ ହେଉଛି

ଭୁବନେଶ୍ୱର: ଓଡ଼ିଶାକୁ ମଦ ମୁକ୍ତ କରିବା ପାଇଁ ଯୋଜନା । ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀଙ୍କ ବଡ଼…

30 mins ago

ମଦ ପାଇଁ ପ୍ରତି ବର୍ଷ ଯାଉଛି ୩୦ ଲକ୍ଷ ଲୋକଙ୍କ ଜୀବନ, ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ୍‌ ଦେଲା ଚେତାବନୀ

ପ୍ରତି ବର୍ଷ ୩୦ ଲକ୍ଷ ଲୋକଙ୍କର ମଦ ପାଇଁ ଯାଉଛି ଜୀବନ । ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ମଙ୍ଗଳବାର ଏହା…

40 mins ago

ଆଫଗାନିସ୍ତାନର ଐତିହାସିକ ବିଜୟ ପରେ ରାଶିଦ ଖାନଙ୍କୁ ଆସିଲା ସରପ୍ରାଇଜ କଲ୍‌, ଭିଡିଓ ଭାଇରଲ

ଆଇସିସି ଟି୨୦ ବିଶ୍ୱ ସେମିଫାଇନାଲରେ ପ୍ରବେଶ କରି ଇତିହାସ ରିଚିଛି ଆଫଗାନିସ୍ତାନ ଟିମ୍‌ । ଅଷ୍ଟ୍ରେଲିଆକୁ ହରାଇ ଟି୨୦ ବିଶ୍ୱକପରୁ…

51 mins ago

ଓଡ଼ିଶା ଆସି ପୁରୀ ରଥଯାତ୍ରା ଦେଖିବେ ରାଷ୍ଟ୍ରପତି

ପୁରୀ: ରଥଯାତ୍ରା ଦେଖିବେ ରାଷ୍ଟ୍ରପତି । ୭ ଓ ୮ ତାରିଖ ଦୁଇ ଦିନ ପୁରୀରେ ରହି ଶ୍ରୀଜିଉଙ୍କୁ ଦର୍ଶନ…

1 hour ago