ରାଜ୍ୟରେ ପଞ୍ଚାୟତ ନିର୍ବାଚନ ହେବ କି ନାହିଁ? ଆଜି ରାଜ୍ୟ ନିର୍ବାଚନ କମିଶନଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ

ଭୁବନେଶ୍ବର(କେନ୍ଯୁଜ୍): କୋଭିଡ ସଂକ୍ରମଣରେ ହଠାତ୍‌ ବୃଦ୍ଧି ହେବା ଫଳରେ ରାଜ୍ୟରେ ପଞ୍ଚାୟତ ନିର୍ବାଚନ ହେବ କି ନାହିଁ ସେ ନେଇ ବିତର୍କ ବଢ଼ୁଛି । ଆଜି ରାଜ୍ୟ ନିର୍ବାଚନ କମିଶନ ଆଦିତ୍ୟ ପ୍ରସାଦ ପାଢ଼ୀ ଗୁରୁତ୍ୱପୂର୍ଣ୍ଣ ବୈଠକ ଡାକିଥିବା ସୂଚନା ମିଳିଛି ।

ପୂର୍ବାହ୍ନ ୧୧ଟାରେ ଏହି ବୈଠକ ଥିବା ସୂଚନା ମିଳିଛି । ଏଥିରେ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର, ସ୍ୱତନ୍ତ୍ର ରିଲିଫ କମିଶନର ପ୍ରଦୀପ କୁମାର ଜେନା ଯୋଗଦେବେ । ଏହାସହ ସ୍ୱାସ୍ଥ୍ୟ ବିଭାଗ ଦାୟିତ୍ୱରେ ଥିବା ଅତିରିକ୍ତ ମୁଖ୍ୟ ସଚିବ ରାଜ କୁମାର ଶର୍ମା ଯୋଗ ଦେବେ ବୋଲି ସୂଚନା ମିଳିଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.