ୟେସ ବ୍ୟାଙ୍କରେ ଜମା ଥିବା ଶ୍ରୀଜଗନ୍ନାଥଙ୍କ ୫୪୫ କୋଟି ଟଙ୍କା ପାଇଁ ଚିନ୍ତା, କେନ୍ଦ୍ର ଅର୍ଥମନ୍ତ୍ରୀଙ୍କୁ ଚିଠି ଲେଖିଲେ ରାଜ୍ୟ ଅର୍ଥମନ୍ତ୍ରୀ 

କେନ୍ୟୁଜ୍(ବ୍ୟୁରୋ):  ୟେସ ବ୍ୟାଙ୍କରେ ଜମା ଥିବା ଶ୍ରୀଜଗନ୍ନାଥଙ୍କ ୫୪୫ କୋଟି ଟଙ୍କା ଉଠାଣ ପ୍ରସଙ୍ଗରେ କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କୁ ଚିଠି ଲେଖିଛନ୍ତି ରାଜ୍ୟ ଅର୍ଥ ମନ୍ତ୍ରୀ ନିରଞ୍ଜନ ପୂଜାରୀ । ଏଦିଗରେ ଆବଶ୍ୟକ ପଦକ୍ଷେପ ନେବା ସହ ଅନୁମତି ଦେବାକୁ ଭାରତୀୟ ରିଜର୍ଭ ବ୍ୟାଙ୍କକୁ ନିର୍ଦ୍ଦେଶ ଦେବା ପାଇଁ ଚିଠିରେ ଉଲ୍ଲେଖ କରିଛନ୍ତି ନିରଞ୍ଜନ ପୂଜାରୀ । ଏହି ଜମା ରାଶି ଚଳିତମାସରେ ମାଚୁରିଟି ହେବାର ଥିଲା । ତେବେ ୟେସ ବ୍ୟାଙ୍କରୁ ଟଙ୍କା ଉଠାଣ ନେଇ ଆରବିଆଇର କଟକଣା ପରେ ଅନିଶ୍ଚିତତା ଦେଖାଦେଇଛି ।

 

 

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.