ରାଜ୍ୟ

ବରଗଡସ୍ଥିତ ଚିନିକଳ ଜମିକୁ ଇଡକୋକୁ ହସ୍ତାନ୍ତର କରିବା ପାଇଁ ରାଜ୍ୟ ସରକାର ନିଷ୍ପତ୍ତି

ଭୁବନେଶ୍ୱର : ବରଗଡସ୍ଥିତ ଚିନିକଳ ଜମିକୁ ଇଡକୋକୁ ହସ୍ତାନ୍ତର କରିବା ପାଇଁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି । ଆଗାମୀ ଦିନରେ ଇଡକୋ ଏହି ଜମିରେ ନୂତନ ଶିଳ୍ପ ପ୍ରତିଷ୍ଠା କରିବାପାଇଁ ପଦକ୍ଷେପ ନେବ। ସୂଚନାଯୋଗ୍ୟ ଯେ ଯନ୍ତ୍ରାଂଶ ରକ୍ଷଣାବେକ୍ଷଣ ଓ ମରାମତି ତଥା ନୂତନ ମେସିନ୍ ପାଇଁ ପାଣ୍ଠି ଅଭାବ ଏବଂ ଅନ୍ୟାନ୍ୟ ବିଭିନ୍ନ କାରଣ ପାଇଁ ଚିନିକଳରେ କାମ ବନ୍ଦ ରହିଥିଲା ।

ସେଥିପାଇଁ ଏହାର ଜମିକୁ ଇଡକୋକୁ ହସ୍ତାନ୍ତର କରି ନୂତନ ଶିଳ୍ପ ପ୍ରତିଷ୍ଠା କରିବା ପାଇଁ ରାଜ୍ୟ ସରକାର ଏହି ନିଷ୍ପତ୍ତି ନେଇଥିଲେ। ଏହି ନିଷ୍ପତ୍ତି ଅନୁଯାୟୀ, ଚିନିକଳର ସମୁଦାୟ ୧୦୩.୨୧ ଏକର ଜମି ମଧ୍ୟରୁ ବିବାଦମୁକ୍ତ ୭୨.୧୨ ଏକର ଜମି ପାଇଁ ଇଡକୋ ୪୦.୬୮ କୋଟି ଟଙ୍କା ପ୍ରଦାନ କରିଛି । ବରଗଡର ଅତିରିକ୍ତ ଜିଲ୍ଲାପାଳ ତଥା ବରଗଡ କୋଅପରେଟିଭ ସୁଗାର ମିଲ୍ ସର Liquidator ଙ୍କୁ ଏହି ଟଙ୍କା ପ୍ରଦାନ କରାଯାଇଛି । ବାକି ସବୁ ଜମି ବିବାଦମୁକ୍ତ ହେବାପରେ ଇଡକୋକୁ ହସ୍ତାନ୍ତର କରାଯିବ।

Niharanjan

Recent Posts

ଆଜିର ରାଶିଫଳ: ବିଦ୍ୟାର୍ଥୀଙ୍କ ପାଇଁ ଦିନଟି ଶୁଭ, ଛାତ୍ରଛାତ୍ରୀ ପାଠପଢ଼ାରେ ପରିବର୍ତ୍ତନ ଆଣିବେ

ମେଷ: ଶୁଭ ସମାଚାର ମିଳିପାରେ । ଛାତ୍ରଛାତ୍ରୀମାନେ ପଢାପଢିରେ ପରିବର୍ତ୍ତନ ଆଣିବେ । ଅଫିସ୍ କାର୍ଯ୍ୟରେ ବିଳମ୍ବ ହେବ ।…

6 hours ago

ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ

ବ୍ରହ୍ମପୁର : ଦିଗପହଣ୍ଡି ଥାନା ଭୀଷ୍ମଗିରୀରେ ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ ।…

7 hours ago

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ, ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ ଦେଲେ ସ୍ବାସ୍ଥ୍ୟମନ୍ତ୍ରୀ

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ। ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ କହି, ଡାକ୍ତରମାନଙ୍କୁ ଏହି ଉପଦେଶ…

8 hours ago

ଓଡ଼ିଶା ଫେରିବେ କେନ୍ଦ୍ର କୃଷି ସଚିବ ମନୋଜ ଆହୁଜା, ହେବେ କି ରାଜ୍ୟରେ ନୂଆ ମୁଖ୍ୟ ସଚିବ !

ଭୁବନେଶ୍ୱର: ରାଜ୍ୟରେ ନୂଆ ମୁଖ୍ୟ ସଚିବ ହେବେ କି ମନୋଜ ଆହୁଜା? ଏହାକୁ ନେଇ ଜୋର ଧରିଛି ଚର୍ଚ୍ଚା ।…

8 hours ago

‘ଡ. ସାମନ୍ତଙ୍କ ଭଳି ସମର୍ପିତ ହୋଇ କାର୍ଯ୍ୟ କଲେ ଆର୍ଟ ଅଫ ଗିଭିଂର ଯଥାର୍ଥତା ପ୍ରତିପାଦିତ ହୋଇ ପାରିବ’

ଭଦ୍ରକ (କେନ୍ୟୁଜ୍‌) : ଭଦ୍ରକରେ ଜିଲ୍ଲା ସ୍ତରୀୟ ଆର୍ଟ ଅଫ ଗିଭିଂ ଦିବସ ସମାରୋହରେ ପାଳିତ ହୋଇଯାଇଛି । ଜିଲ୍ଲା…

9 hours ago

ସରୋଗେସି ମାଧ୍ୟମରେ ମା’ ହେଲେ ବି ମିଳିବ ୬ ମାସ ଛୁଟି

ମାତୃତ୍ୱ ଛୁଟି ଉପରେ ସରକାରଙ୍କର ବଡ଼ ନିଷ୍ପତ୍ତି । ସରୋଗେସି ମାଧ୍ୟମରେ ମାଆ ହେବାକୁ ଥିବା ମହିଳାମାନଙ୍କ ପାଇଁ ଖୁସି…

9 hours ago