ରାଜ୍ୟ

ହାଇକୋର୍ଟଙ୍କ ନିର୍ଦ୍ଦେଶନାମା ପରେ ନୋଟିଫିକେସନ ଜାରି : ସ୍କୁଲ୍ ଫି କୋହଳ କରିବାକୁ ସବୁ ସ୍କୁଲକୁ ରାଜ୍ୟ ସରକାରଙ୍କ ପରାମର୍ଶ

ଭୁବନେଶ୍ବର: ସ୍କୁଲ ଫି ହ୍ରାସ ପ୍ରସଙ୍ଗରେ ହାଇକୋର୍ଟଙ୍କ ନିର୍ଦ୍ଦେଶନାମା ପରେ ନୋଟିଫିକେସନ କଲେ ରାଜ୍ୟ ସରକାର । ସେପ୍ଟେମ୍ବର ୧୦ରେ ହୋଇଥିବା ଏମଓୟୁ ଅନୁଯାୟୀ ଫି ଛାଡ଼ କରିବାକୁ ଘରୋଇ ସ୍କୁଲ ଗୁଡିକୁ ଅନୁରୋଧ କରିଛନ୍ତି । ଜାନୁଆରୀ ୭ ତାରିଖରେ ସମସ୍ତ ମାମଲାର ପୂର୍ଣଛେଦ ଦେଇଥିଲେ ଓଡିଶା ହାଇକୋର୍ଟ । ସାତୋଟି ସ୍ଲାବରେ ଫି ହ୍ରାସ କରିବାକୁ ରାଜ୍ୟ ସରକାର ହାଇକୋର୍ଟରେ ପ୍ରସ୍ତାବ ରଖିଥିଲେ । ଗତ ସେପ୍ଟେମ୍ବର ୧ ତାରିଖରେ ଏହି ମାମଲାର ଶୁଣାଣି ବେଳେ ହାଇକୋର୍ଟ ଏହାର ଅପୋଷ ସମାଧାନ କରିବାକୁ ନିର୍ଦ୍ଦେଶ ଦେଇଥିଲେ ।

ହାଇକୋର୍ଟଙ୍କ ନିର୍ଦ୍ଦେଶ କ୍ରମେ ରାଜ୍ୟ ସରକାରଙ୍କ ଶିକ୍ଷା ବିଭାଗ, ସ୍କୁଲ କର୍ତ୍ତୃପକ୍ଷ, ଶିକ୍ଷକ ସଂଘ ଓ ଅବିଭାବକ ମହାସଂଘର ମିଳିତ ବୈଠକ ହୋଇଥିଲା । ରାଜ୍ୟ ସରକାରଙ୍କ ମୁଖ୍ୟ ଶାସନ ସଚିବ କିଛି ପ୍ରତିଶତ ସ୍କୁଲ ଫି କମାଇ ଦେବାକୁ ସ୍କୁଲ ଗୁଡିକୁ ଅନୁରୋଧ କରିଥିଲେ । ବୈଠକରେ ସକରାତ୍ମକ ଆଲୋଚନା ହେବା ସହ ବୈଠକରେ ବାହାରିଥିବା ନିର୍ଯାସକୁ ନେଇ ହାଇକୋର୍ଟରେ ସରକାରଙ୍କ ପକ୍ଷରୁ ଏକ ରିପୋର୍ଟ ଉପସ୍ଥାପିତ ହୋଇଥିଲା ।

ସ୍କୁଲ କର୍ତ୍ତୃପକ୍ଷଙ୍କ ସହ ସରକାର କରିଥିବା ଏମଓୟୁ ଅନୁଯାୟୀ, ବାର୍ଷିକ ୬ ହଜାର ଫି ଦେଉଥିବା ଛାତ୍ର ଛାତ୍ରୀଙ୍କର କୌଣସି ଛାଡ଼ ହେବନାହିଁ । ୬ ହଜାରରୁ ୧୨ ହଜାର ପର୍ଯ୍ୟନ୍ତ ୭.୫ ପ୍ରତିଶତ, ୧୨ ହଜାରରୁ ୨୪ ହଜାର ପର୍ଯ୍ୟନ୍ତ ୧୨ ପ୍ରତିଶତ, ୨୪ ହଜାରରୁ ୪୮ ହଜାର ପର୍ଯ୍ୟନ୍ତ ୧୫ ପ୍ରତିଶତ, ୪୮ ହଜାରରୁ ୭୨ ହଜାର ପର୍ଯ୍ୟନ୍ତ ୨୦ ପ୍ରତିଶତ, ୭୨ ହଜାରରୁ ୧ ଲକ୍ଷ ପର୍ଯ୍ୟନ୍ତ ୨୫ ପ୍ରତିଶତ ଓ ୧ ଲକ୍ଷରୁ ଅଧିକ ଫି ଥିଲେ ୨୬ ପ୍ରତିଶତ ଫି କମାଇଦେବାକୁ ସରକାର ଚୁକ୍ତି କରିବା ସହ ଗତ ସେପ୍ଟେମ୍ବର ୨୯ ତାରିଖରେ ଏ ନେଇ ରିପୋର୍ଟ ହାଇକୋର୍ଟରେ ଦାଖଲ କରିଥିଲେ । ଏହି ଏମଓୟୁକୁ ରାଜ୍ୟରେ କାର୍ଯ୍ୟକାରୀ କରିବାକୁ ଏହି ନୋଟିଫିକେସନରେ କହିଛନ୍ତି ରାଜ୍ୟ ସରକାର ।

Sonalisa

Recent Posts

ଆମେରିକା : ଲାସ୍‌ ଭେଗାସ ଆପାର୍ଟମେଣ୍ଟରେ ଗୁଳିମାଡ଼, ୫ ମୃତ

ଆମେରିକାର ଲାସ୍ ଭେଗାସ୍ ସହରରେ ଥିବା ଏକ ଆପାର୍ଟମେଣ୍ଟ ପରିସରରେ ଆଖିବୁଜା ଗୁଳିମାଡ କଲା ଦୁର୍ବୃତ୍ତ । ଗୁଳିକାଣ୍ଡରେ ୫…

21 mins ago

ଆଜି ଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ସହ ଦୁଇ ଉପ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆଜି ଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ମୁଖ୍ୟମନ୍ତ୍ରୀଙ୍କ ସହ ଦୁଇ ଉପ ମୁଖ୍ୟମନ୍ତ୍ରୀ କେଭି ସିଂଦେଓ…

29 mins ago

ଆଜି ଶ୍ରୀମୁଖ ଫିଟା ନୀତି, ଆସନ୍ତାକାଲିଠୁ ଫୁଲୁରି ତେଲ ଲାଗି ହୋଇ ସୁସ୍ଥ ଅନୁଭବ କରିବେ ମହାପ୍ରଭୁ

ପୁରୀ: ମହାପ୍ରଭୁଙ୍କ ଅନବସର ନୀତିର ଆଜି ପଞ୍ଚମ ଦିନ । ଚାଲିଛି ପ୍ରଭୁଙ୍କ ସେବା ପୂଜା । ଆଜି ମହାପ୍ରଭୁଙ୍କ…

35 mins ago

ରାଉରକେଲା ଲୋକୋ ପାଇଲଟଙ୍କୁ ଅପହରଣ ଘଟଣା, ୩ ଅଭିଯୁକ୍ତ ଗିରଫ

ରାଉରକେଲା : ରାଉରକେଲା ଲୋକୋ ପାଇଲଟଙ୍କୁ ଅପହରଣ ଘଟଣା । ୩ ଅଭିଯୁକ୍ତ ଗିରଫ । ଭୁବନେଶ୍ଵରରୁ ଗିରଫ କଲା…

43 mins ago

ହଜାର ହଜାର ପ୍ରଦର୍ଶନକାରୀ କେନିଆ ସଂସଦରେ ଲଗାଇଦେଲେ ନିଆଁ, ଭାରତ ନିଜ ନାଗରିକଙ୍କ ପାଇଁ ଜାରି କଲା ଆଡ୍‌ଭାଇଜରୀ

ସରକାରଙ୍କ ପ୍ରସ୍ତାବିତ ଟିକସ ବୃଦ୍ଧି ପ୍ରତିବାଦରେ କେନିଆରେ ହିଂସାତ୍ମକ ବିରୋଧ ପ୍ରଦର୍ଶନ ହେଉଛି । ଏହି ହିଂସାରେ ନାଇରୋବିରେ ୫…

46 mins ago

କଟକରେ ଯାନବାହନ ସୁରକ୍ଷିତ ଚଳାଚଳ ଓ ପାର୍କିଂ ପାଇଁ କିଛି ରାସ୍ତାକୁ NO PARKING ZONE ଘୋଷଣା

କଟକ: କଟକ ସହରରେ ଦୂର ହେବ ଟ୍ରାଫିକ ସମସ୍ୟା । ସହର ମଧ୍ୟରେ ଯାନବାହନର ସୁରକ୍ଷିତ ଚଳାଚଳ ଓ ପାର୍କିଂ…

53 mins ago