ରାଜ୍ୟ

ଶ୍ରୀଜଗନ୍ନାଥ ମନ୍ଦିର ଆଇନ ସଂଶୋଧନ ମାମଲା: ହାଇକୋର୍ଟରେ ଜବାବ ଦାଖଲ ପାଇଁ ସମୟ ନେଲେ ରାଜ୍ୟ ସରକାର

ପୂରୀ(କେନ୍ୟୁଜ୍): ଶ୍ରୀଜଗନ୍ନାଥ ମନ୍ଦିର ଆଇନରେ ସଂଶୋଧନକୁ ବିରୋଧ କରି ଦାୟର ମାମଲାରେ ଜବାବ ଦାଖଲ କରିବା ପାଇଁ ସରକାର ସମୟ ନେଇଛନ୍ତି । ମୁଖ୍ୟ ବିଚାରପତି ଡକ୍ଟର ଜଷ୍ଟିସ ଏସ. ମୁରଲୀଧର ଓ ଜଷ୍ଟିସ ଚିତ୍ତ ରଞ୍ଜନ ଦାଶଙ୍କୁ ନେଇ ଗଠିତ ଖଣ୍ଡପୀଠ ଦିଲ୍ଲୀପ କୁମାର ବରାଳଙ୍କ ଆବେଦନର ଶୁଣାଣି କରି ସରକାରଙ୍କୁ ୮ସପ୍ତାହ ମହଲତ ପ୍ରଦାନ କରିଛନ୍ତି । ଅନ୍ୟପକ୍ଷରେ ଶ୍ରୀମନ୍ଦିର ପ୍ରଶାସନ ସତ୍ୟପାଠ ମାଧ୍ୟମରେ ଜବାବ ଦାଖଲ କରିଛନ୍ତି । ମାମଲାର ପରବର୍ତ୍ତୀ ଶୁଣାଣି ଡିସେମ୍ବର ୧୪ରେ ହେବ ବୋଲି ଧାର୍ଯ୍ୟ କରାଯାଇଛି ।

ପୂର୍ବରୁ ହାଇକୋର୍ଟ ରାଜ୍ୟ ସରକାର, ଶ୍ରୀଜଗନ୍ନାଥ ମନ୍ଦିର ମୁଖ୍ୟ ପ୍ରଶାସକ, ପରିଚାଳନା କମିଟି, ଦେବୋତ୍ତର କମିସନ ଓ ଅନ୍ୟମାନଙ୍କୁ ନୋଟିସ୍‌ ଜାରି କରି ଜବାବ ଦାଖଲ ପାଇଁ ନିର୍ଦ୍ଦେଶ ଦେଇଥିଲେ । ଶ୍ରୀଜଗନ୍ନାଥ ମନ୍ଦିର ଆଇନରେ ରାଜ୍ୟ ସରକାର ସଂଶୋଧନ ଆଣିଥିଲେ । ସଂଶୋଧନ ନେଇ ୨୦୨୨, ଜାନୁଆରି ୯ରେ ଅଧ୍ୟାଦେଶ ଜାରି କରାଯାଇଥିଲା । ସଂଶୋଧନ ପରେ ଶ୍ରୀଜଗନ୍ନାଥଙ୍କ ଅସ୍ଥାବର ସଂପତ୍ତି ବିକ୍ରି ବା ଲିଜରେ ଦେବା ପାଇଁ ପରିଚାଳନା କମିଟିକୁ ଆଉ ରାଜ୍ୟ ସରକାରଙ୍କ ପୂର୍ବ ଅନୁମତି ଆବଶ୍ୟକ ନାହିଁ ।

ଆଇନରେ ସଂଶୋଧନ ଆଣି ସରକାର ଶ୍ରୀଜଗନ୍ନାଥ ମନ୍ଦିର ପରିଚାଳନା କମିଟିକୁ ଏପରି କ୍ଷମତା ପ୍ରଦାନ କରିବା ଦ୍ଵାରା ଶ୍ରୀଜଗନ୍ନାଥଙ୍କ ସଂପତ୍ତି ପ୍ରତି ବିପଦ ଦେଖା ଦେଇଛି ବୋଲି ଆବେଦନକାରୀ ଦର୍ଶାଇଛନ୍ତି । ଆଇନରେ କରାଯାଇଥିବା ଜାନୁଆରି ୯ର ସଂଶୋଧନକୁ ରଦ୍ଦ କରାଯାଉ ବୋଲି ଆବେଦନକାରୀଙ୍କ ପକ୍ଷରୁ ଦର୍ଶାଯାଇଛି ।

Sonalisa

Recent Posts

ଆଜିର ରାଶିଫଳ : ଏହି ରାଶିର ଲୋକେ ଆଜି ବାହାରକୁ ଯାତ୍ରା କରିବେ ଏବଂ ପରିବାର ସହ ଖୁସିର ସମୟ କାଟିବେ

ମେଷ : ଏହି ରାଶିର ବ୍ୟକ୍ତିମାନେ କର୍ମକ୍ଷେତ୍ରରେ ଆଗକୁ ଯିବେ, ଏହା ସହ ସମ୍ମାନ ମିଳିବା ସହିତ ଆପଣ ଏକ…

2 hours ago

ଚାଇଲ୍ଡ ଲାଇନ କର୍ମଚାଚାରୀଙ୍କ ଉପରେ ଆକ୍ରମଣ ଅଭିଯୋଗ

 ଯାଜପୁର ଟାଉନ : ରେସ୍ତୁରାଣ୍ଟରେ ଶିଶୁ ଶ୍ରମିକ କାମ କରୁଥିବା ଖବର ପାଇ ଚଢ଼ାଉ କରିବାକୁ ଯାଇଥିବା ଚାଇଲ୍ଡ ଲାଇନ…

3 hours ago

ଆସନ୍ତାକାଲି ବିଜେଡିର ରାଜ୍ୟସଭା ସାଂସଦଙ୍କ ସହ ଆଲୋଚନା କରିବେ ସୁପ୍ରିମୋ ନବୀନ ପଟ୍ଟନାୟକ

 ଭୁବନେଶ୍ବର : ଆସନ୍ତାକାଲି ବିଜେଡିର ରାଜ୍ୟସଭା ସାଂସଦଙ୍କ ସହ ଆଲୋଚନା କରିବେ ସୁପ୍ରିମୋ ନବୀନ ପଟ୍ଟନାୟକ । ନବୀନ ନିବାସରେ…

3 hours ago

ତୁଟିଲା ବିବାଦ, ଆଜି ବାରିପଦା ବସଷ୍ଟାଣ୍ଡରୁ ସ୍ବାଭାବିକ ହେଲା ଘରୋଇ ବସ୍ ଚଳାଚଳ

ମୟୁରଭଞ୍ଜ : ତୁଟିଲା ବିବାଦ ।  ମୟୁରଭଞ୍ଜ ଜିଲ୍ଲାରେ ସ୍ବାଭାବିକ ହେଲା ବସ୍ ଚଳା ଚଳ । ୩ ଦିନ…

3 hours ago

ଘଟଗାଁ ତାରିଣୀ ପୀଠର ବିକାଶ ପାଇଁ ଆଉ ୫୦ କୋଟିର ଅନୁଦାନ

କେନ୍ଦୁଝର : ଘଟଗାଁ ତାରିଣୀ ପୀଠର ବିକାଶ ପାଇଁ ଆଉ ୫୦ କୋଟିର ଅନୁଦାନ। କେନ୍ଦୁଝର ଜିଲ୍ଲାକୁ ଦୁଇ ଦିନିଆ…

4 hours ago

ଅଜଣା ରୋଗରେ ଆକ୍ରାନ୍ତ ହୋଇ ବିଛଣାରେ ପଡ଼ି ରହିଛି ୩୫ ବର୍ଷୀୟ ପୁଅ

ବାଲେଶ୍ବର: ଆଶା କରିଥିଲୁ ବୁଢ଼ା କାଳେ ଆମ ପୁଅ ଆମ ସାହାରା ପାଲଟିବ । ଆମେ ଜମି ବାଡ଼ି ବିକ୍ରି…

5 hours ago