Below header

ରାଜ୍ୟରେ ନଭେମ୍ୱର ମାସ ପାଇଁ ଜାରି ହେଲା ନୂଆ ଗାଇଡ୍‌ଲାଇନ୍‌

ଭୁବନେଶ୍ୱର(କେ ନ୍ୟୁଜ): ରାଜ୍ୟରେ ବର୍ତ୍ତମାନର କରୋନାର ସ୍ଥିତିକୁ ନେଇ ରାଜ୍ୟ ସରକାର ନଭେମ୍ୱର ମାସ ପାଇଁ ଗାଇଡ୍‌ଲାଇନ୍‌ ଜାରି କରିଛନ୍ତି । କିନ୍ତୁ ଦୀପାବଳିର ବାଣ ଫୁଟା ଯିବ କି ନାହିଁ ସେନେଇ କୌଣସି ନିଷ୍ପତ୍ତି ନିଆଯାଇ ନାହିଁ। ପୂର୍ବରୁ ଏହି ନିଷ୍ପତ୍ତି ଏସଆରସିଙ୍କ ଉପରେ ଛଡ଼ା ଯାଇଥିଲା । ନଭେମ୍ବର ମାସ ପାଇଁ ଜାରି ହୋଇଥିବା ଗାଇଡଲାଇନ ନଭେମ୍ବର ୧ରୁ ଡିସେମ୍ବର ୧ ପର୍ଯ୍ୟନ୍ତ ବଳବତ୍ତର ରହିବ । ନୂଆ ଗାଇଡଲାଇନ ଅନୁସାରେ ସହରାଞ୍ଚଳରେ ରାତ୍ରକଳୀନ କର୍ଫ୍ୟୁ ପୂର୍ବପରି ଜାରି ରହିବ । ରାତି ୧୦ଟାରୁ ସକାଳ ୫ଟା ଯାଏଁ କର୍ଫ୍ୟୁ ବଳବତ୍ତର ରହିବ। ସମସ୍ତ ପ୍ରକାର ଦୋକାନ ସକାଳ ୫ରୁ ରାତି ୧୦ ଖୋଲା ରହିପାରିବ।

ନଭେମ୍ବର ଗାଇଡଲାଇନରେ ରାଜ୍ୟବ୍ୟାପୀ କେଉଁଠି ସପ୍ତାହାନ୍ତ ସଟ୍‌ଡାଉନ୍‌ କଟକଣା ଜାରି କରାଯାଇ ନାହିଁ । ଅନଲକ ପିରିୟଡରେ ସାରା ରାଜ୍ୟରେ ସମସ୍ତ ପ୍ରକାର ଦୋକାନ, ମଲ ଖୋଲା ରହିବ। ସେହିଭଳି ରାଜ୍ୟରେ ସମସ୍ତ ଧାର୍ମିକ ଉତ୍ସବ, ପର୍ବପର୍ବାଣୀ ଓ ଅନ୍ୟ ସାମାଜିକ କାର୍ଯ୍ୟକ୍ରମ ପାଳନ କରାଗଲେ ମଧ୍ୟ ସରକାର ପୂର୍ବରୁ ଜାରି କରିଥିବା ଅଗଷ୍ଟ ୯ ର ଗାଇଡଲାଇନ୍‌ର ଅନୁପାଳନ କରାଯିବ। ଜିଲ୍ଲାପାଳ ଓ ମ୍ୟୁନିସିପାଲ କମିଶନରଙ୍କୁ ନିଜ ଅଞ୍ଚଳରେ ଏନେଇ ନିଷ୍ପତ୍ତି ନେବାକୁ ଦାୟିତ୍ୱ ଦିଆଯାଇଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.