Categories: ରାଜ୍ୟ

ରାଜ୍ୟ IAS ଅଧିକାରୀଙ୍କୁ ମୁଖ୍ୟମନ୍ତ୍ରୀଙ୍କୁ ପଞ୍ଚସୂତ୍ରୀ ମନ୍ତ୍ରୀ, IAS ସମ୍ମିଳନୀରେ ମନ୍ତ୍ରୀ ଓ ଅଫିସରଙ୍କୁ ଶପଥ ପାଠ କରାଇଲେ ମୁଖ୍ୟମନ୍ତ୍ରୀ

କେନ୍ୟୁଜ୍(ବ୍ୟୁରୋ): ରାଜ୍ୟ ଆଇଏଏସ୍‌ ଅଧିକାରୀଙ୍କୁ ମୁଖ୍ୟମନ୍ତ୍ରୀଙ୍କୁ ପଞ୍ଚସୂତ୍ରୀ ମନ୍ତ୍ରୀ। ପ୍ରଶାସନିକ ଅଧିକାରୀଙ୍କ ସମ୍ମିଳନୀରେ ମନ୍ତ୍ରୀ ଓ ଅଫିସରଙ୍କୁ ଶପଥ ପାଠ କରାଇଛନ୍ତି ମୁଖ୍ୟମନ୍ତ୍ରୀ । କିପରି କାର୍ଯ୍ୟ କରିବେ ସେନେଇ ଶପଥ କରାଇଛନ୍ତି । ମୁଖ୍ୟମନ୍ତ୍ରୀ କହିଛନ୍ତି, ଜନସାଧାରଣ ହେଉଛନ୍ତି ଗଣତନ୍ତ୍ରର ଆତ୍ମା। ଗଣତନ୍ତ୍ରରେ ପ୍ରତିଟି ଅନୁଷ୍ଠାନ ଲୋକଙ୍କ କଲ୍ୟାଣ ପାଇଁ, ଲୋକଙ୍କ ସେବା ଓ ସଶକ୍ତିକରଣ ପାଇଁ ସୃଷ୍ଟି କରାଯାଇଛି। ପୋଲିସ ଥାନା, ଡାକ୍ତରଖାନା ଭଳି ଅନୁଷ୍ଠାନ ଲୋକଙ୍କ ସେବା ପାଇଁ ରହିଛି। ଲୋକମାନେ ହିଁ ଏହାର ପ୍ରକୃତ ମାଲିକ। ଏହି କାର୍ଯ୍ୟାଳୟକୁ ଆସୁଥିବା ପ୍ରତ୍ୟେକ ବ୍ୟକ୍ତିଙ୍କୁ ଉତ୍ତମ ବ୍ୟବହାର ପ୍ରଦର୍ଶନ କରାଯିବା ସହ ବୃତ୍ତିଗତ ଓ ସେବା ମନୋଭାବ ନେଇ ସେମାନଙ୍କ ସମସ୍ୟା ପାଇଁ ପଦକ୍ଷେପ ଗ୍ରହଣ କରାଯିବ ।

ଲୋକମାନେ ହେଉଛନ୍ତି ପ୍ରକୃତ ସରକାର । ଏଠାରେ କାମ କରୁଥିବା ସମସ୍ତ କର୍ମଚାରୀ ଲୋକଙ୍କ ପଇସାରେ ହିଁ ବେତନ ପାଉଛନ୍ତି ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ । ଆଜି ଲୋକସେବା ଭବନ ନୂଆ କନ୍‌ଭେନସନ ସେଣ୍ଟରରେ ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଛି IAS ଅଫିସରଙ୍କ ସମ୍ମିଳନୀ । ଏଥିରେ ଯୋଗ ଦେଇଥିଲେ ବିଭିନ୍ନ ବିଭାଗୀୟ ମନ୍ତ୍ରୀ, ସଚିବ, ଜିଲ୍ଲାପାଳ ଓ IAS ଅଧିକାରୀ । ବିଭିନ୍ନ ପ୍ରସଙ୍ଗରେ ଆଲୋଚନା ହୋଇଥିଲା ।

KNews Bureau

Recent Posts

୨ ନକଲି ନକ୍ସଲ ଗିରଫ, ଜୟପୁର ଏସଡିପିଓଙ୍କ ସୂଚନା

କୋରାପୁଟ : ଦୁଇ ନକଲି ନକ୍ସଲ ଗିରଫ । ଜୟପୁର ସଦର ଥାନା ଓ ବୈପାରିଗୁଡା ପୋଲିସର ମିଳିତ ଉଦ୍ୟମରେ…

12 mins ago

ଦିଲ୍ଲୀ ଯିବା ପୂର୍ବରୁ କୃଷି ମନ୍ତ୍ରୀଙ୍କ ବିଭାଗୀୟ ସମୀକ୍ଷା ବୈଠକ

ଭୁବନେଶ୍ୱର: ଦିଲ୍ଲୀ ଯିବା ପୂର୍ବରୁ କୃଷି ବିଭାଗର ସମୀକ୍ଷା କଲେ କୃଷି ମନ୍ତ୍ରୀ ତଥା ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ…

29 mins ago

ପ୍ରଧାନମନ୍ତ୍ରୀ ମୋଦିଙ୍କ ସହିତ ହାତ ମିଳାଇଲେ ରାହୁଲ ଗାନ୍ଧି, ସଂସଦରେ ସମସ୍ତଙ୍କ ଧ୍ୟାନ ଆକର୍ଷିତ କଲା ଦୃଶ୍ୟ

ଲୋକସଭା ନିର୍ବାଚନ ପ୍ରଚାର ସମୟରେ ପରସ୍ପରକୁ କଟାକ୍ଷ କରୁଥିବା ନେତା ସଂସଦରେ ଆଜି ଭିନ୍ନ ରୂପରେ ନଜର ଆସିଥିଲେ ।…

41 mins ago

ଦେଢ଼ ବର୍ଷ ହେଲା ଦୋକାନକୁ ସିଲ୍‌ କରିଛି ପୋଲିସ, ହେଲେ ଭିତରୁ ଖୋଳ କଲେ ଚୋର

କଣ୍ଟାବାଞ୍ଜି : କଂଟାବାଞ୍ଜି-ବଲାଙ୍ଗୀର ରାସ୍ତାରେ ଥିବା ଏକ ଠିପି ଖୋଲା ବିଦେଶୀ ମଦ ଦୋକାନରୁ ଚୋରୀ ହୋଇଥିବା ନେଇ କଣ୍ଟାବାଞ୍ଜି…

51 mins ago

ରଥଯାତ୍ରାର ଦ୍ଵିତୀୟ ସମନ୍ୱୟ କମିଟି ବୈଠକ, ସମସ୍ତଙ୍କ ସହଯୋଗରେ ହେବ ୨ ଦିନ ରଥଯାତ୍ରା

ପୁରୀ : ଆସନ୍ତା ୭ ତାରିଖରେ ପୁରୀ ବିଶ୍ବପ୍ରସିଦ୍ଧ ରଥଯାତ୍ରା । ଚଳିତ ବର୍ଷ ଦୁଇ ଦିନ ରଥଯାତ୍ରା ।…

54 mins ago

ପ୍ୟାରିସ ଅଲିମ୍ପିକ୍ସ ପାଇଁ ଭାରତୀୟ ହକି ଟିମ୍‌ ଘୋଷଣା, ଓଡିଆ ଖେଳାଳି ଅମିତ ରୋହିଦାସଙ୍କୁ ସୁଯୋଗ

ଜୁଲାଇରେ ହେବାକୁ ଥିବା ପ୍ୟାରିସ୍ ଅଲିମ୍ପିକ୍ସ ପାଇଁ ଭାରତୀୟ ହକି ଟିମ୍ ଘୋଷଣା ହୋଇଛି । ହରମନପ୍ରୀତ ସିଂହଙ୍କ ନେତୃତ୍ୱରେ…

1 hour ago